ଏବେ କେଉଁଠି ଅଛନ୍ତି ଶେଖ ହାସିନା? ବୈଦେଶିକ ମନ୍ତ୍ରଣାଳୟ ଦେଲା ଅପଡେଟ୍‌

ନୂଆଦିଲ୍ଲୀ,୧୭।୧୦: ବାଂଲାଦେଶରେ ହୋଇଥିବା ହିଂସା ପରେ ପ୍ରଧାନମନ୍ତ୍ରୀ ଶେଖ ହାସିନା ୫ ଅଗଷ୍ଟରେ ଦିଲ୍ଲୀ ପଳାଇଆସିଥିଲେ। ଏହା ପରେ ତାଙ୍କୁ ଗାଜିଆବାଦରେ ଶପିଂ କରୁଥିବା ଦେଖିବାକୁ ମିଳିଥିଲା। କିନ୍ତୁ ସେବେଠାରୁ ତାଙ୍କ ବିଷୟରେ କୌଣସି ସୂଚନା ସାମ୍ନାକୁ ଆସିନାହିଁ। ଏହି ସମୟରେ ଦାବି କରାଯାଇଛି ଯେ, ଶେଖ ହାସିନା ଦିଲ୍ଲୀ ଛାଡ ପଳାଇଛନ୍ତି। କାରଣ ଭାରତ ତାଙ୍କ ପାଇଁ ବାଂଲାଦେଶ ସହିତ କୌଣସି ଅସୁବିଧା ସୃଷ୍ଟି କରିବାକୁ ଚାହୁଁନାହିଁ। ଏବେ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏହାର ସତ୍ୟତା କହିଛି।

ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସ୍ବାଲ କହିଛନ୍ତି , ସୁରକ୍ଷା ଦୃଷ୍ଟିରୁ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଦିଲ୍ଲୀ ଆସିଥିଲେ। ସେ ଏବେ ମଧ୍ୟ ଦିଲ୍ଲୀରେ ଅଛନ୍ତି। ଅନ୍ୟପଟେ ବାଂଲାଦେଶରେ ଶେଖ ହସିନାଙ୍କ ବିରୋଧରେ ଗିରଫ ପରଓ୍ବାନା ଜାରି କରାଯାଇଛି। ତାଙ୍କୁ ଗିରଫ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ତାଙ୍କୁ ୧୮ ନଭେମ୍ବର ସୁଦ୍ଧା କୌଣସି ପରିସ୍ଥିତିରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ବାଂଲାଦେଶ ସରକାର ଭାରତକୁ ନିବେଦନ କରିଛନ୍ତି ଯେ ସେମାନେ ଶେଖ ହସିନାଙ୍କୁ ଫେରାଇ ଦିଅନ୍ତୁ।

ଯେତେବେଳେ ହାସିନା ସ୍ବତନ୍ତ୍ର ବିମାନ ଯୋଗେ ଢାକାରୁ ଦିଲ୍ଲୀକୁ ଆସିଥିଲେ, ସେତେବେଳେ ତାଙ୍କ ବିମାନ ଗାଜିଆବାଦର ହିଣ୍ଡନ ଏୟାରବେସରେ ଅବତରଣ କରିଥିଲା। ସୂଚନାନୁସାରେ, ଶେଖ ହାସିନା ତାଙ୍କ ଭଉଣୀ ଏବଂ ନିଜ ପାଇଁ ହିଣ୍ଡନ ବାୟୁସେନା ଷ୍ଟେଶନର ଶପିଂ କମ୍ପ୍ଲେକ୍ସରୁ କିଛି ଜରୁରୀ ଜିନିଷ କିଣିଥିଲେ। କୁହାଯାଉଛି ଯେ ସେ ନିଜ ଏବଂ ଭଉଣୀ ପାଇଁ କିଛି ପୋଷାକ କିଣିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମିଶନ ଶକ୍ତି କାଫେ ଉଦ୍‌ଘାଟନ କଲେ ଏମ୍‌ପି

ତୁମୁଡିବନ୍ଧ,୨୬ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ଶୁକ୍ରବାର ତୁମୁଡିବନ୍ଧ ଗସ୍ତ କରି ବ୍ଲକ୍‌ ପରିସରରେ ଥିବା ମିଶନ ଶକ୍ତି କାଫେ, ବେଲଘର...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri