୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ ମିଳିବ। ଏପରି ସ୍ଥଳେ ଓଡ଼ିଶା ପାଇଁ ବାତ୍ୟା ବିପଦ ଘନେଇଲାଣି। ଏହାକୁ ନେଇ ଚାଷୀଙ୍କ ମନରେ ଛନକା ପଶିଲାଣି।

ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆସନ୍ତା ୨୦ ତାରିଖରେ ଉତ୍ତର ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବ। ୨୨ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଡିପ୍‌ ଡିପ୍ରେସନ(ଗଭୀର ଅବପାତ)ରେ ପରିଣତ ହୋଇ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଲଘୁଚାପ ବାତ୍ୟାରେ ପରିଣତ ହେବ କି ନାହିଁ ସେ ନେଇ ପାଣିପାଗ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇ ନାହିଁ। ଲଘୁଚାପର ଗତିବିଧି ଉପରେ ନଜର ରଖାଯାଇଛି। ପରବର୍ତ୍ତୀ ସମୟରେ ଏ ନେଇ ସୂଚନା ଦିଆଯିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।

ତେବେ କେତେକ ପାଣିପାଗ ମଡେଲ ସୂଚନା ଅନୁଯାୟୀ, ଗଭୀର ଅବପାତ ଆସନ୍ତା ୨୪ ତାରିଖରେ ସାମୁଦ୍ରିକ ଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି। ଏହି ଝଡ଼ ଓଡ଼ିଶାମୁହଁା ହେବ। ଆସନ୍ତା ୨୪ ତାରିଖ ବେଳକୁ ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ସମୁଦ୍ରରେ ବାତ୍ୟାର ବେଗ ଘଣ୍ଟା ପ୍ରତି ୧୬୦ରୁ ୧୮୦ କି.ମି. ହେବ ବୋଲି ପୂର୍ବାନୁମାନ କରାଯାଇଛି। ତେବେ ସ୍ଥଳଭାଗ ଅତିକ୍ରମ କରିବା ବେଳେ ପବନର ବେଗ ହ୍ରାସ ପାଇବା ନେଇ ପୂର୍ବାନୁମାନ କରାଯାଇଛି।

ଲଘୁଚାପ ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼ ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହାଛଡ଼ା ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ସମ୍ବଲପୁର, ସୋନପୁର ଆଦି ଜିଲାରେ ମଧ୍ୟମଧରଣର ବର୍ଷା ହେବ। ଏଥିସହିତ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଲଘୁଚାପ ଯୋଗୁ ରାଜ୍ୟରେ ୨୨ରୁ ୨୬ ଯାଏ ବର୍ଷା ଲାଗି ରହିବ। ୨୩ରୁ ୨୫ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri