ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି ଟଙ୍କା ଦାବି କରାଯାଇଛି। ମେସେଜରେ ଲେଖାଯାଇଛି ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍‌ଠାରୁ ସୁରକ୍ଷିତ ରହିବାକୁ ଚାହୁଁଥିଲେ ସଲମାନ ୫ କୋଟି ଟଙ୍କା ଦିଅନ୍ତୁ। ନଚେତ ତାଙ୍କ ଜୀବନ ପ୍ରତି ବିପଦ ରହିଛି। ଏହି ଧମକପୂର୍ଣ୍ଣ ମେସେଜ ପାଇବା ପରେ ମୁମ୍ବାଇ ପୋଲିସ ତନାଘନା ଆରମ୍ଭ କରିଛି।

Image

ଏହା ପୂର୍ବରୁ ମଧ୍ୟ ସଲମାନଙ୍କୁ ଧମକ ମିଳିଛି। ପରେମହାରାଷ୍ଟ୍ରର ନାଭି ମୁମ୍ବାଇ ପୋଲିସ ସଲମାନଙ୍କ ଫାର୍ମ ହାଉସର ରେକି କରିଥିବା ଶୁଟରଙ୍କୁ ଗିରଫ କରିଛି। ହରିୟାଣାର ପାନିପତରୁ ଶୁଟର ସୁକ୍‌ଖାଙ୍କୁ ପୋଲିସ ଧରିଛି। ମୁମ୍ବାଇ ଅଣାଯିବା ପରେ ତାଙ୍କୁ କୋର୍ଟରେ ହାଜର କରାଯିବ। ତେବେ ସେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ସଦସ୍ୟ ବୋଲି ପୋଲିସ ଜାଣିବାକୁ ପାଇଛି।

ପୋଲିସ କହିଛି, ସୁକ୍‌ଖାଙ୍କୁ ଗିରଫ କରିବା ଲାଗି ପୋଲିସ ବୁଧବାର ରାତି ପ୍ରାୟ ସାଢ଼େ ୧୦ଟାରେ ପାନିପତରେ ପହଞ୍ଚିଥିଲା। ସେଠାର ଅଭିନନ୍ଦନ ହୋଟେଲର ରୁମ୍‌ ନଂ ୧୦୪ରୁ ତାଙ୍କୁ ଗିରଫ କରାଯାଇଥିଲା। ସେ ନିଜର ବେଶ ବଦଳାଇ ସେଠାରେ ଲୁଚିଥିଲେ। ସେ ପାନିପତର ରେରକଲା ଗାଁର ବାସିନ୍ଦା ବୋଲି ଜଣାପଡ଼ିଛି।

ତେବେ ବିଷ୍ଣୋଇ ଗ୍ୟାଙ୍ଗ ତାଙ୍କୁ ସଲମାନଙ୍କ ଘରେ ଗୁଳିଚଳାଇବା ଦାୟିତ୍ୱ ଦେଇଥିଲା। ତାଙ୍କ ଦଳର କିଛି ସଦସ୍ୟ ଗିରଫ ହୋଇଥିଲେ ହେଁ ସୁକ୍‌ଖା ଫେରାର ଥିଲେ। ଏବେ ବାବା ସିଦ୍ଧକିଙ୍କ ହତ୍ୟାର ଯାଞ୍ଚ କରୁଥିବା ବେଳେ ପୋଲିସକୁ ବଡ଼ ସଫଳତା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri