ଓଏଏସ୍‌ ରେଜଲ୍ଟ ପ୍ରକାଶ: ଶ୍ୱେତାଶ୍ରୀ ମହାପାତ୍ର ଟପ୍ପର, ଟପ୍‌ ଟେନ୍‌ରେ ଅଛନ୍ତି…

ଭୁବନେଶ୍ୱର,୧୯ା୧୦: ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍‌ ରେଜଲ୍ଟ।  ଏହାର ତାଲିକା ଓଡ଼ିଶା ଲୋକସେବା ଆୟୋଗର ଓ୍ବେବ୍‌ସାଇଟ୍‌ www.opsc.gov.inରେ ଉପଲବ୍ଧ। ଏଥିରେ ମୋଟ୍‌ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଟପ୍‌ ଟେନ୍‌ରେ ୫ ମହିଳା ଏବଂ ୫ ପୁରୁଷ ଅଛନ୍ତି। ଶ୍ୱେତାଶ୍ରୀ ମହାପାତ୍ର ଟପ୍ପର ହୋଇଥିବାବେଳେ ପ୍ରିଙ୍କିଲ ପରବୀନ ପରିଡ଼ା ଦ୍ୱିତୀୟ ଏବଂ ଦୀପ୍ତିରଞ୍ଜନ ପତି ତୃତୀୟ ସ୍ଥାନରେ ରହିଛନ୍ତି।

ସେହିପରି ୪ର୍ଥ ସ୍ଥାନରେ ପ୍ରଜ୍ଞା ପାରଙ୍ଗମ ରହିଥିବା ବେଳେ ୫ମ ସ୍ଥାନରେ ଆଜାଦ ସାହୁ, ୬ଷ୍ଠ ସ୍ଥାନରେ ଦୀପମ ରାଉତ, ୭ମ ସ୍ଥାନରେ ଦେବଦ୍ରତ ଗୌଡ଼,୮ମ ସ୍ଥାନରେ ଆଦିତ୍ୟ ଦୀପଙ୍କର ରାଉତ, ନବମ ସ୍ଥାନରେ କପିଳ କୁମାର ମହାନ୍ତି ରହିଥିବା ବେଳେ ୧୦ମ ସ୍ଥାନରେ ଅମ୍ରିତା ସାହୁ ରହିଛନ୍ତି।

ଉକ୍ତ ପରୀକ୍ଷା ତିନୋଟି ପର୍ଯ୍ୟାୟରେ ଅନୁଷ୍ଠିତ ହୁଏ, ଯଥା:- ପ୍ରାରମ୍ଭିକ ପରୀକ୍ଷା, ମୁଖ୍ୟ ପରୀକ୍ଷା ଏବଂ ଇଣ୍ଟରଭ୍ୟୁ। ଓଡ଼ିଶା ସିଭିଲ ସର୍ଭିସ, ୨୦୨୨ ପରୀକ୍ଷାର ବିଜ୍ଞାପନ ତା ୩୦.୧୨.୨୦୨୨ରେ ସମୁଦାୟ ୬୮୩ ( ୨୨୭- ମହିଳା) ପଦବୀ ପାଇଁ ପ୍ରକାଶିତ ହୋଇଥିଲା ।

ଏହି ପରୀକ୍ଷା ପାଇଁ ସମୁଦାୟ ୯୨୯୧୪ (୩୪୭୧୨-ମହିଳା) ପ୍ରାର୍ଥୀ ଆବେଦନ କରିଥିଲେ ଏବଂ ଏହା ମଧ୍ୟରୁ ୪୦୫୮୬ (୧୪୮୫୨-ମହିଳା) ପ୍ରାର୍ଥୀ ତା-୧୫.୧୦.୨୦୨୩ରେ ଅନୁଷ୍ଠିତ ହୋଇଥିବା ପ୍ରାରମ୍ଭିକ ପରୀକ୍ଷା ଦେଇଥିଲେ। ୮୨୨୦ (୨୭୩୦-ମହିଳା) ଜଣ ପରୀକ୍ଷାର୍ଥୀ ଏହି ପ୍ରାରମ୍ଭିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିଲେ। ଓଡିଶା ସିଭିଲ ସର୍ଭିସ (ମୁଖ୍ୟ) ପରୀକ୍ଷା, ୨୦୨୨ର ଲିଖିତ ପରୀକ୍ଷା ତା-୨୫.୦୨.୨୦୨୪ରୁ ତା ୦୩.୦୩.୨୦୨୪ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ଏବଂ ଏହି ପରୀକ୍ଷାରେ ୬୬୩୯ (୨୩୩୭-ମହିଳା) ପରୀକ୍ଷାର୍ଥୀ ଉପସ୍ଥିତ ଥିଲେ। ଏହା ମଧ୍ୟରୁ ୧୩୬୭ (୪୯୩-ମହିଳା) ପ୍ରାର୍ଥୀଙ୍କୁ ଦସ୍ତାବିଜ ଯାଞ୍ଚ ଏବଂ ଇଣ୍ଟରଭ୍ୟୁ ପରୀକ୍ଷା ପାଇଁ କଟକସ୍ଥିତ ଓଡ଼ଶା ଲୋକସେବା ଆୟୋଗର କାର୍ଯ୍ୟାଳୟରେ ତା ୧୦.୦୯.୨୦୨୪ ରିଖରୁ ତା ୦୭.୧୦.୨୦୨୪ ରିଖ ଅବଧି ମଧ୍ୟରେ ଡକାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri