ବଡ଼ ଅପଡେଟ୍‌, ଏହି ସବୁ ଜିଲାକୁ ଅଧିକ ପ୍ରଭାବିତ କରିବ ବାତ୍ୟା ‘ଦାନା’!

ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାକୁ ହିଟ୍‌ କରିବ। ପୁରୀ-ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବାତ୍ୟା ପ୍ରଭାବରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଅଧିକ ପ୍ରଭାବିତ ହୋଇପାରେ ବୋଲି ଆକଳନ କରାଯାଉଛି।

ତେବେ ଗୁରୁବାରରୁ ଶୁକ୍ରବାର ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ ଏବଂ ଜଗତସିଂହପୁରରେ କିଛି ସ୍ଥାନରେ ଅତ୍ୟଧିକ ମାତ୍ରାରେ ବର୍ଷା ତଥା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ରେଡ ୱାର୍ନିଂ ଜାରି କରାଯାଇଛି। ସେହିପରି କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ନିଂ ଜାରି ହୋଇଛି। ଏଥିସହିତ ସୁନ୍ଦରଗଡ଼, ଝାରସୁଗୁଡା, ଦେଓଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ଗଜପତି, କନ୍ଧମାଳ ଜିଲାରେ ପ୍ରବଳ ବର୍ଷା ହୋଇପାରେ। ତେଣୁ ଏସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି।

ସେପଟେ ଆଜି ଅପରାହ୍ନ ୪ଟାରେ ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ସମୀକ୍ଷା ବୈଠକରେ ରାଜସ୍ବ ମନ୍ତ୍ରୀ, ମୁଖ୍ୟ ସଚିବ, SRC ଉପସ୍ଥିତ ରହିବେ।

ଅନ୍ୟପଟେ ବାତ୍ୟା ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ ବୋଲି କହିଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି, ବାତ୍ୟା ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ ଅଛନ୍ତି। ବାତ୍ୟାକୁ ନେଇ ଭୟଭୀତ ନ ହେବାକୁ ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri