ରୁଷିଆ ଯିବା ପୂର୍ବରୁ ସାରା ବିଶ୍ୱକୁ ଏମିତି ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୦: ୧୬ତମ ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରୁଷିଆର କଜାନ ଅଭିମୁଖେ ବାହାରିଛନ୍ତି। ସେ ସକାଳ ପ୍ରାୟ ୭.୪୦ ସମୟରେ ଭାରତ ଛାଡିଛନ୍ତି ଏବଂ ଦିନ ୧ଟା ମଧ୍ୟରେ ରୁଷିଆରେ ପହଞ୍ଚିବେ।

ରୁଷିଆର ଯିବା ପୂର୍ବରୁ ମୋଦି ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏ ବିଷୟରେ ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ମୁଁ ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ରୁଷିଆର କଜାନକୁ ଯାଉଛି। ବ୍ରିକ୍ସକୁ ଭାରତ ଗୁରୁତ୍ୱ ଦେଉଛି ଏବଂ ମୁଁ ସେଠାରେ ବିଭିନ୍ନ ପ୍ରସଙ୍ଗରେ ବ୍ୟାପକ ଆଲୋଚନା କରିବାକୁ ଅପେକ୍ଷା କରିଛି। ମୁଁ ସେଠାରେ ବିଭିନ୍ନ ନେତାଙ୍କୁ ଭେଟିବାକୁ ଅପେକ୍ଷା କରିଛି।

ରୁଷିଆ ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ବିଶ୍ୱର ବିକାଶ ଏଜେଣ୍ଡା, ଉନ୍ନତ ବହୁପକ୍ଷୀୟତା, ଜଳବାୟୁ ପରିବର୍ତ୍ତନ, ଅର୍ଥନୈତିକ ସହଯୋଗ, ସାଂସ୍କୃତିକ ଏବଂ ଲୋକମାନଙ୍କ ମଧ୍ୟରେ ସମ୍ପର୍କକୁ ପ୍ରୋତ୍ସାହିତ କରିବା ପାଇଁ ବ୍ରିକ୍ସ ମଧ୍ୟରେ ଘନିଷ୍ଠ ସହଯୋଗକୁ ଭାରତ ଗୁରୁତ୍ୱ ଦେଉଛି। ଗତ ବର୍ଷ ନୂତନ ସଦସ୍ୟଙ୍କ ଯୋଗଦାନ ସହିତ ବ୍ରିକ୍ସର ସମ୍ପ୍ରସାରଣ ଏହାର ଅନ୍ତର୍ଭୂକ୍ତିକୁ ଏବଂ ବିଶ୍ୱର ମଙ୍ଗଳ ପାଇଁ ଏଜେଣ୍ଡାକୁ ଯୋଡିଛି।

ପ୍ରଧାନମନ୍ତ୍ରୀ ମୋଦି ଆହୁରି କହିଛନ୍ତି, ଜୁଲାଇ ୨୦୨୪ରେ ମସ୍କୋରେ ଅନୁଷ୍ଠିତ ହେବାକୁ ଥିବା ବାର୍ଷିକ ଶିଖର ସମ୍ମିଳନୀ ପାଇଁ ମୋର କଜାନ ଗସ୍ତ, ଭାରତ ଏବଂ ରୁଷିଆ ମଧ୍ୟରେ ସ୍ବତନ୍ତ୍ର ତଥା ସୁବିଧାଜନକ ରଣନୀତିକ ଭାଗିଦାରୀକୁ ଆହୁରି ଦୃଢ କରିବ। ମୁଁ ବ୍ରିକ୍ସରେ ଅନ୍ୟ ନେତାମାନଙ୍କୁ ମଧ୍ୟ ଭେଟିବାକୁ ଅପେକ୍ଷା କରିଛ।

ରୁଷିଆର କଜାନ ସହରରେ ୧୬ତମ ବ୍ରିକ୍ସ ସମ୍ମିଳନୀ ଆୟୋଜିତ ହେଉଛି। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ଦୁଇ ଦିନିଆ ଗସ୍ତରେ ରୁଷିଆରେ ରହିବେ। ତାଙ୍କୁ ରୁଷିଆର ରାଷ୍ଟ୍ରପତି ପୁଟିନ ନିମନ୍ତ୍ରଣ କରିଛନ୍ତି। ଏଠାରେ ଏନଆରଆଇମାନେ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ କରିବା ପାଇଁ ବଡ଼ ପ୍ରସ୍ତୁତି ଚଳାଇଛନ୍ତି। ବ୍ରିକ୍ସ ସମ୍ମିଳନୀରେ ପିଏମ ମୋଦି ରୁଷିଆର ରାଷ୍ଟ୍ରପତି ପୁଟିନଙ୍କୁ ମଧ୍ୟ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri