ବାତ୍ୟା ପାଇଁ ଭୟଭୀତ ହୁଅନ୍ତୁନି: ବିଏମ୍‌ସି ପକ୍ଷରୁ ୮୦ ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ

ଭୁବନେଶ୍ୱର, ୨୩।୧୦ (ବନ୍ଦନା ସେଠୀ):ସମ୍ଭାବ୍ୟ ବାତ୍ୟା ‘ଦାନା’ର ସଫଳ ମୁକାବିଲା କରିବା ପାଇଁ ବିଏମ୍‌ସି ପକ୍ଷରୁ ମଙ୍ଗଳବାର ଆଉ ଏକ ସମୀକ୍ଷା ବୈଠକ ମୁଖ୍ୟାଳୟସ୍ଥିତ ଏକାମ୍ର ହଲରେ ଅନୁଷ୍ଠିତ ହୋଇଯାଇଛି। ବିଏମ୍‌ସି ପକ୍ଷରୁ ସମସ୍ତ ଆନୁଷଙ୍ଗିକ ପଦକ୍ଷେପ ଗ୍ରହଣ କରାଯାଉଥିବାରୁ ଲୋକେ ଭୟଭୀତ ନ ହେବାକୁ ମେୟର ସୁଲୋଚନା ଦାସ ଏବଂ କମିଶନର ରାଜେଶ ପ୍ରଭାକର ପାଟିଲ୍‌ ଅନୁରୋଧ କରିଛନ୍ତି। ସୋମବାର ହୋଇଥିବା ପ୍ରସ୍ତୁତି ବୈଠକରେ କେଉଁ କାମ କେତେଦୂର ଆଗେଇଛି, ସେ ସମ୍ପର୍କରେ ଏଥିରେ ସମୀକ୍ଷା କରାଯାଇଥିଲା। ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିଏମ୍‌ସିର ସାଉଥ-ୱେଷ୍ଟ ଜୋନ୍‌ରେ ୩୦ଟି, ନର୍ଥ ଜୋନ୍‌ରେ ୨୧ଟି ଏବଂ ସାଉଥ-ଇଷ୍ଟ ଜୋନ୍‌ରେ ୨୯ଟି ଏପରି ମୋଟ ୮୦ଟି ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ କରାଯାଇଛି। ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ, କମ୍ୟୁନିଟି ସେଣ୍ଟର, କଲ୍ୟାଣ ମଣ୍ଡପରେ ଲୋକଙ୍କୁ ରଖିବା ପାଇଁ ବ୍ୟବସ୍ଥା ହୋଇଛି। ସେଠାରେ ଲୋକଙ୍କ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ବିଶେଷକରି ଖାଲୁଆ ଅଞ୍ଚଳ ଓ କଚ୍ଚା ଘରେ ରହୁଥିବା ଲୋକଙ୍କୁ ଆଗୁଆ ସ୍ଥାନାନ୍ତର କରିବାକୁ ଜୋନାଲ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଡ୍ରେନେଜ୍‌ ସମସ୍ୟା ପାଇଁ ଲୋକେ ୭୮୦୯୮୯୬୬୨୧ ନମ୍ବରରେ ଫୋନ୍‌ କରି ଜଣାଇବାକୁ ବିଏମ୍‌ସି ପକ୍ଷରୁ କୁହାଯାଇଛି। ଚିହ୍ନଟ ହୋଇଥିବା ୩୦ଟି ଜଳବନ୍ଦୀ ଅଞ୍ଚଳରେ ପମ୍ପସେଟ୍‌ ରଖାଯାଇଛି। ସେହିପରି ଖୋଲାଥିବା ଡ୍ରେନଗୁଡିକରେ ବୁଧବାର ସନ୍ଧ୍ୟା ସୁଦ୍ଧା ବ୍ୟାରିକେଡ୍‌୍‌ କରିବା କିମ୍ବା ସ୍ଲାବ ପକାଇବାକୁ ମେୟର ନିର୍ଦ୍ଦେଶ ଦେଇଛନ୍ତି।

ମଙ୍ଗଳବାରଠାରୁ ୩ ଜୋନ୍‌ ସହ ବିଏମ୍‌ସି ମୁଖ୍ୟାଳୟରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟକାରୀ ହୋଇଛି। ଜରୁରୀକାଳୀନ ଟେଲିଫୋନ ନଂ ୧୯୨୯ ସହ ୧୦ଟି ଲାଇଫ୍‌ଲାଇନ୍‌ ରହୁଛି। ଏହିସବୁ ଫୋନ୍‌ ଲାଇନରେ ୩ ଶିିଫ୍ଟରେ ୧୦ ଜଣ ଲେଖାଏ କର୍ମଚାରୀ ରହିବେ, ଏବଂ ସେମାନଙ୍କୁ ତଦାରଖ କରିବା ପାଇଁ ଜଣେ ଲେଖାଏ ବରିଷ୍ଠ ଅଧିକାରୀ ଦାୟିତ୍ୱରେ ରହିବେ। ଏହାବାଦ୍‌ ସମସ୍ତ ଡାକ୍ତରଖାନାରେ ଜେନେରେଟର ଏବଂ ଡିଜେଲ୍‌ ମହଜୁଦ୍‌ ରଖିବା ପାଇଁ କୁହାଯାଇଛି। ବିପଦପୂର୍ଣ୍ଣ ଅବସ୍ଥାରେ ଥିବା ଗଛର ଡାଳ ତୁରନ୍ତ କାଟିବାକୁ ନିର୍ଦ୍ଦେଶ ଦିଆଯାଇଛି। ଗଛ କାଟିବା ପାଇଁ ଆବଶ୍ୟକ ଗାଡ଼ି ସହ ଅଗ୍ନିଶମ ବିଭାଗର ୬୫ଟି ଗଛକଟା ମେଶିନ ଏବଂ ୧୦ଟି ଟିମ୍‌ ସଜାଗ ରହିଛନ୍ତି। ସେମାନଙ୍କ ସହ ବିଏମ୍‌ସିର ଗଛ କଟାଳି, ମେଶିନ ଓ ଗାଡ଼ି ମଧ୍ୟ ପ୍ରସ୍ତୁତ ରହିଛି। ସେମାନଙ୍କୁ ସହାୟତା କରିବା ପାଇଁ ୫୦ ଜଣିଆ ଟିମ୍‌ ଗଠନ କରାଯାଇଛି। ସେମାନେ ୨୪ ଘଣ୍ଟିଆ କାମ କରିବେ। ସେହିପରି ବିଭିନ୍ନ ସ୍ଥାନରେ ଥିବା ବଡ଼ ବଡ଼ ହୋର୍ଡିଂଗୁଡିକୁ ହଟାଇ ଦିଆଯାଇଛି। ପ୍ରତ୍ୟେକ ୱାର୍ଡରେ କର୍ପୋରେଟରଙ୍କ ସହ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀଙ୍କୁ ଜାଗ୍ରତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। କର୍ପୋରେଟର, ନୋଡାଲ ଅଫିସର, ଦାୟିତ୍ୱରେ ଥିବା ଅଧିକାରୀ, ମେୟର ସମସ୍ତଙ୍କ ନମ୍ବର ଶେୟାର କରିବାକୁ କୁହାଯାଇଛି। ଯେତେବେଳେ, ଯେଉଁଠି ଏବଂ ଯାହା ଦରକାର ପଡ଼ବ, କାଳ ବିଳମ୍ବ ନ କରି ତୁରନ୍ତ କାର୍ଯ୍ୟକାରୀ କରିବାକୁ ସମସ୍ତଙ୍କୁ ତାଗିଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri