ଓଡ଼ିଶା ରେଞ୍ଜକୁ ପସିଲା ବାତ୍ୟା! ରାତିରେ ୧୦୦ ଛୁଇଁବ ପବନ, ମାଡି ଆସିବ ଜୁଆର…

ଭୁବନେଶ୍ୱର,୨୩।୧୦: ଭୀଷଣ ବେଗରେ ସ୍ଥଳଭାଗଆଡକୁ ମାଡି ଆସୁଛି ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୨ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା କେନ୍ଦ୍ରାପଡ଼ା-ଧାମରା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ। ଏହାକୁ ନେଇ ଧାମରାକୁ ସର୍ବୋଚ୍ଚ ୧୦ନଂ ବିପଦ ସଙ୍କେତ ଜାରି କରାଯାଇଛି। ସେହିଭଳି ଚାନ୍ଦବାଲି-ପୁରୀ ବନ୍ଦରକୁ ମଧ୍ୟ ୧୦ନଂ ବିପଦ ସଙ୍କେତ, ଗୋପାଳପୁର ବନ୍ଦରକୁ ୮ନଂ ବିପଦ ସଙ୍କେତ ଜାରି କରାଯାଇଛି। ତେବେ ବାତ୍ୟା ‘ଦାନା’ ପ୍ରଭାବରେ ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପବନ ବହିବା ଆରମ୍ଭ ହୋଇଛି। ୨ ଜିଲାରେ ୩୦ରୁ ୪୦ କିମି ବେଗରେ ପବନ ବହୁଥିବା ନେଇ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।

ବାତ୍ୟା ଦାନାର ଲ୍ୟାଣ୍ଡଫଲ ସମୟରେ ପ୍ରବଳ ବର୍ଷା ସାଙ୍ଗକୁ ତୀବ୍ର ବେଗରେ ପବନ ବହିବ। ତେବେ IMD ପାଣିପାଗ ବିଶେଷଜ୍ଞ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନାନୁସାରେ, ଭିତରକନିକା ଓ ଧାମରା ମଧ୍ୟରେ ଅତିକ୍ରମ କରିବାବେଳେ ତାହା ସିଭିୟର ସାଇକ୍ଲୋନିକ ଷ୍ଟ୍ରମରେ ପରିଣତ ହେବ।

ଏହି ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ୫-୬ଘଣ୍ଟା ଯାଏଁ ଜାରି ରହିବ। ଏହି ସମୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ବାତ୍ୟା ସହ ଭୟଙ୍କର ବେଗରେ ପବନ ବହିବ। ଲ୍ୟାଣ୍ଡଫଲ ପ୍ରକ୍ରିୟା ଅକ୍ଟୋବର ୨୪ ମଝି ରାତିରୁ ଆରମ୍ଭ ହୋଇ ଅକ୍ଟୋବର ୨୫ ପୂର୍ବାହ୍ନ ଯାଏ ରହିବ ବୋଲି ବିଶେଷଜ୍ଞ ମୃତ୍ୟୁଞ୍ଜୟ କହିଛନ୍ତି। ଲ୍ୟାଣ୍ଡଫଲ୍‌ବେଳେ ଏହାର ତୀବ୍ରତା ଅତି ବେଶୀରେ ୧୦୦-୧୧୦ କିମି କିମ୍ବା ୧୨୦ ମଧ୍ୟ ଛୁଇଁପାରେ। ଏହି ସମୟରେ ବୈତରଣୀ, ବ୍ରାହ୍ମଣୀ ନଦୀରୁ ପ୍ରଖର ବେଗରେ ଜୁଆର ମାଡି ସ୍ଥଳଭାଗକୁ ମାଡି ଆସିବ।

ବାତ୍ୟା ‘ଦାନା’ର ପ୍ରଭାବରେ ଆଜିଠାରୁ ଶୁକ୍ରବାର ପର୍ଯ୍ୟନ୍ତ ବିଭିନ୍ନ ଇଲାକାରେ ଭୀଷଣ ପବନ ସହିତ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ସଂଧ୍ୟା ପରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତ୍ସିଂହପୁର ଓ ପୁରୀ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ରେଡୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପକ୍ଷରେ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ରାଜନଗର, ଧାମରା ଓ ପାରାଦ୍ୱୀପର କିଛି ଅଞ୍ଚଳରେ ବର୍ଷା ହେଉଛି । ସେହିଭଳି ଗୁରୁବାର ମୟୂରଭଞ୍ଜ, କଟକ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ପୁରୀ, ଖୋର୍ଦ୍ଧା, ଜଗତ୍ସିଂହପୁର ଓ ଗଞ୍ଜାମ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି । ଶୁକ୍ରବାର ଦିନ ମଧ୍ୟ କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri