ଭୀଷଣ ବାତ୍ୟାର ରୂପ ନେଲା ଦାନା, ବଢାଇଲାଣି ଫନି ଡର!

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା (ଦାନା) ଓଡ଼ିଶାକୁ ମାଡ଼ି ଆସୁଛି। ଏହା ଭୀଷଣ ବାତ୍ୟା (ସିଭିୟର ସାଇକ୍ଲୋନ)ର ରୂପ ନେଇ କେନ୍ଦ୍ରାପଡ଼ା ଜିଲାର ଭିତରକନିକାଠାରୁ ଭଦ୍ରକ ଜିଲାର ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ। ୨୪ ତାରିଖ ସନ୍ଧ୍ୟାରୁ ୨୫ ତାରିଖ ସକାଳ ମଧ୍ୟରେ ‘ଦାନା’ ଲ୍ୟାଣ୍ଡଫଲ୍‌ କରିବାକୁ ଥିବାବେଳେ ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିଲୋମିଟର ରହିବ। ୩ ଜିଲା କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର ବେଶି ପ୍ରଭାବିତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ବୁଧବାର ସ୍ପଷ୍ଟ କରିଛି। ସରକାରଙ୍କ ପକ୍ଷରୁ ତଳିଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତରଣ ପ୍ରକ୍ରିୟା ପ୍ରାୟ ଶେଷ ହୋଇଥିବାବେଳେ ବାତ୍ୟା ମୁକାବିଲା ନିମନ୍ତେ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। କ୍ଷୟକ୍ଷତିକୁ ହ୍ରାସ କରିବା ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଭଳି ବିଭିନ୍ନ ଅନୁଷ୍ଠାନକୁ ୨୪ ଓ ୨୫ ତାରିଖ ୨ ଦିନ ପାଇଁ ବନ୍ଦ ରଖାଯିବା ଭଳି କେତେକ ପଦକ୍ଷେପ ଗ୍ରହଣ କରାଯାଇଛି। ସେହିପରି ଓଡ଼ିଶା ସିଭିଲ୍‌ ସର୍ଭିସ ପ୍ରିଲିମିନାରୀ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି।

ଭୁବନେଶ୍ୱର,୨୪ା୧୦(ଅନିଲ ଦାସ): ଭୀଷଣ ବାତ୍ୟାର ରୂପ ନେଇଛି ଦାନା। ଅତି ଭୟଙ୍କର ଭାବେ ଭୀଷଣ ବାତ୍ୟାର ରୂପ ନେଇ ଉପକୂଳମୁହାଁ ହେଉଛି ଦାନା। ବାତ୍ୟା ‘ଦାନା’ ଉତ୍ତର ପଶ୍ଚିମ ଦିଗରେ ୧୫ କିଲୋମିଟର ବେଗରେ ଗତି କରୁଛି। ପାରାଦୀପ ଦକ୍ଷିଣ-ପୂର୍ବକୁ ୨୮୦ କିଲୋମିଟର ଦୂରରେ ଦାନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଭୟଙ୍କର ରୂପ ଧାରଣ କରି ଉତ୍ତର ପଶ୍ଚିମ ଦିଗରେ ଗତିକରି ଭିତରକନିକା ଏବଂ ଧାମରା ମଧ୍ୟ ଦେଇ ସ୍ଥଳଭାଗରେ ଅତିକ୍ରମ କରିବ। ବାତ୍ୟା ପ୍ରଭାବରେ ୨୪ ତାରିଖରେ ମୟୂରଭଞ୍ଜ, କଟକ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହିସବୁ ଜିଲାରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ରେଡ ଆଲର୍ଟ ଜାରି କରାଯାଇଛି। ଏହି ସମୟରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହିସବୁ ଜିଲା ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୋଳ, ବୌଦ୍ଧ, କନ୍ଧମାଳ,

ଗଞ୍ଜାମ ଜିଲାର କେତେକ ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି। ସେହିସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ନିଂ ଜାରି କରାଯାଇଛି। ୨୫ ତାରିଖରେ ବାତ୍ୟା ପ୍ରଭାବରେ କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର ଜିଲାର କେତେକ ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହୋଇପାରେ। ଏହିସବୁ ଜିଲା ପାଇଁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ଜଗତସିଂହପୁର, କେନ୍ଦ୍ରାପଡ଼ା,କଟକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲା ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ବାତ୍ୟା ସ୍ଥଳଭାଗ ଅତିିକ୍ରମ କରିବା ବେଳେ ବଡ଼ ବଡ଼ ଢେଉ ଉଠିବା ସହ ସମୁଦ୍ର ଅଶାନ୍ତ ରହିବ। ଚାଳଘର, ଗଛ ଭାଙ୍ଗିବା ସହ ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ିପାରେ। ଧାନ, ପନିପରିବା ଚାଷ କ୍ଷତିଗ୍ରସ୍ତ ହେବ। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri