ଡର ବଢାଇଲା ଗତିପଥ! ୩ ଜିଲାକୁ ଅଧିକ ବିପଦ…

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟାର ରୂପ ନେଇଥିବା ଦାନା ଭୟଙ୍କର ବେଗରେ ସ୍ଥଳଭାଗ ମୁହାଁ ହେଉଛି। ଏହି ସମସୟରେ ଘଣ୍ଟା ପ୍ରତି ୧୨ କିମି ବେଗରେ ଦାନା ସ୍ଥଳଭାଗ ମୁହାଁ ହେଉଛି। ବର୍ତ୍ତମାନ ଏହା ପାରାଦୀପଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୨୪୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। କେନ୍ଦ୍ରାପଡା ଜିଲାର ଭିତରକନିକା ଓ ଭଦ୍ରକ ଜିଲାର ଧାମରା ମଧ୍ୟରେ ସ୍ଥଳଭାଗ ମଧ୍ୟକୁ ପ୍ରବେଶ କରିବ ଦାନା । ସ୍ଥଳ ଭାଗ ଛୁଇଁବା ସମୟରେ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୨୦ କିମି ରହିବ। ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପୂର୍ବରୁ ସାମାନ୍ୟ ଦିଗ ବଦଳାଇପାରେ ବୋଲି ପୂର୍ବରୁ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି। ପଶ୍ଚିମ ଓ ପଶ୍ଚିମଦକ୍ଷିଣ ଆଡ଼େ ଟିକେ ଦିଗ ବଦଳାଇପାରେ। ଏହା ପ୍ରଭାବରେ ୨୬ ବେଳକୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ।

କିନ୍ତୁ ଅନ୍ୟପଟେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ମଧ୍ୟ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଲ୍ୟାଣ୍ଡଫଲ୍‌ବେଳେ ବାତ୍ୟାର ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତି କରିବ। ବାତ୍ୟାର ଗତିପଥ ଟିକେ ବଙ୍କେଇବ। ତେବେ ବାତ୍ୟା ପ୍ରଭାବରେ ୨୪ ଏବଂ ୨୫ ତାରିଖ ଦୁଇଦିନ ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ଅତି ଭୀଷଣ ବର୍ଷା ମଧ୍ୟ ହୋଇପାରେ ବୋଲି ଆଇଏମଡି ଡିଜି ସୂଚନା ଦେଇଛନ୍ତି।

ସେ ଆହୁରି କହିଛନ୍ତି, ୩ ଜିଲାରେ ବେଶୀ ପବନ ବହିପାରେ। କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ବରରେ ବେଶୀ ପବନ ହେବ। ଉକ୍ତ ୩ ଜିଲାରେ ୧୦୦ରୁ ୧୨୦ କିମି ପବନ ବହିବ। ଏବେ ପାରାଦୀପଠାରୁ ୨ଶହ କିମି ଦୂରରେ ଅଛି ବାତ୍ୟା। ସେଠାରେ ଏବେ ପବନ ବେଗ ୯୫ରୁ ୧୦୫ କିମି ରହିଛି। ଏହା କ୍ରମଶ ବଢ଼ିବ। ଆଜି ରାତିରୁ କାଲି ସକାଳ ଯାଏଁ ବେଶୀ ପବନ ହେବ। ଏଥିସହ ଖୋର୍ଦ୍ଧା, ପୁରୀ, ମୟୂରଭଂଜରେ ୬୦ରୁ ୮୦ କିମି ପବନ ବହିବ ବୋଲି ଆଇଏମଡି ଡିଜି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

Featured Video Play Icon

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।...

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

ମୃତବ୍ୟକ୍ତିଙ୍କ ସୁନା ଅଳଙ୍କାର ପାଖରେ ରଖୁଛନ୍ତି କି? ପଡିପାରେ ନକରାତ୍ମକ ଶକ୍ତି, ଜାଣନ୍ତୁ ଗରୁଡ ପୁରାଣ କ’ଣ କହୁଛି

ସୁନାକୁ ସୌଭାଗ୍ୟ ଏବଂ ସକାରାତ୍ମକ ଶକ୍ତିର ବାହକ ବୋଲି ବିବେଚନା କରାଯାଏ। ଏହାର ଚମକ ଏବଂ ଆକର୍ଷଣ ସମସ୍ତଙ୍କୁ ଆକର୍ଷିତ କରେ। ସୁନା ଅଳଙ୍କାର, ବିଶେଷକରି...

ଫଳ ଦୋକାନ ଉପରକୁ ମାଡିଗଲା ମ୍ୟୁନିସିପାଲଟି ଗାଡି, ମୋବାଇଲ ଫୋନରେ କଥା ହୋଇ…

ବଲାଙ୍ଗୀର,୬।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବସ୍‌ ଟର୍ମିନାଲ ସମ୍ମୁଖରେ ଥିବା ଫଳ ଦୋକାନ ଉପରକୁ ଶନିବାର ସକାଳେ ବଲାଙ୍ଗୀର ମ୍ୟୁନିସିପାଲଟିର ଏକ ସେପଟି ଟାଙ୍କି ଗାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri