Posted inରାଜ୍ୟ

ଓଡ଼ିଶା ସରକାରଙ୍କ ବାତ୍ୟା ପ୍ରସ୍ତୁତିର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ; ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି

ଭୁବନେଶ୍ୱର,୨୪।୧୦: ବାତ୍ୟା ଦାନା ପାଇଁ ଓଡ଼ିଶା ସରକାରଙ୍କ ପ୍ରସ୍ତୁତିକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁରୁବାର କେନ୍ଦ୍ର କ୍ୟାବିନେଟ ବୈଠକରେ ଓଡ଼ିଶାରେ ମାଡ଼ ହେବାକୁ ଥିବା ବାତ୍ୟା ସମ୍ପର୍କରେ ଆଲୋଚନା ହୋଇଥିଲା। ଯେଉଁଠି ଓଡ଼ିଶାର କେନ୍ଦ୍ରମନ୍ତ୍ରୀମାନେ ପ୍ରଧାନମନ୍ତ୍ରୀଙ୍କୁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ।

ପୁର୍ବାହ୍ନର ବାତ୍ୟା ପ୍ରସ୍ତୁତିର ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖବରଦାତା ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ସନ୍ତୁଷ୍ଟ ଥିବା ସେ କହିଥିଲେ। ଏଥିସହିତ ଆଉ କିଛି ଆବଶ୍ୟକ ହେଲେ, ଯୋଗାଇଦେବାକୁ ପ୍ରଧାନମନ୍ତ୍ରୀ କହିଛନ୍ତି। ତେବେ ରାଜ୍ୟ ସରକାର ଯାହା କେନ୍ଦ୍ରଠାରୁ ସାହାଯ୍ୟ ମାଗିଥିଲେ ସବୁ ମିଳିଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ସାମୁଦ୍ରିକ ବାତ୍ୟା ‘ଦାନା’ ଗୁରୁବାର ରାତିରୁ ଶୁକ୍ରବାର ସକାଳ ମଧ୍ୟରେ ଭିତରକନିକା-ଧାମରା ମଧ୍ୟରେ ସ୍ଥଳଭାଗ ସ୍ପର୍ଶ କରି ପୁରୀ ଓ ସାଗରଦ୍ୱୀପ ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ସାମୁଦ୍ରିକ ଝଡ଼ ଦାନାର ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ୫ ଘଣ୍ଟା ଧରି ଚାଲିବ।

ଏଥିରେ ୧୧ ଜିଲାର ୩୮ ବ୍ଲକ, ୯ ପୌରାଞ୍ଚଳ ପ୍ରଭାବିତ ହୋଇପାରେ। ମୋଟ ୧୬୫୩ ଗାଁ ବାତ୍ୟା ଦ୍ବାରା ପ୍ରଭାବିତ ହେବାର ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୧୬୫୩ ଗାଁରୁ ୩ ଲକ୍ଷ ୬୨ ହଜାର ଲୋକ ସ୍ଥାନାନ୍ତର ହେବେ। ଏଯାବତ ୩ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଗଲାଣି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବାତ୍ୟା ଲ୍ୟାଣ୍ଡଫଲ ସମୟରେ ଅତିପ୍ରବଳ ବର୍ଷା ହେବା ସହିତ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିବ। ବାତ୍ୟା ସ୍ଥଳଭାଗ ଅତିକ୍ରମ କରିବା ସମୟରେ ୧ ମିଟର ଉଚ୍ଚତାର ଜୁଆର ଆସିବାର ସମ୍ଭାବନା ରହିଛି। ସାମୁଦ୍ରିକ ଝଡ଼ ଦାନା ପ୍ରଭାବରେ ଘଣ୍ଟାପ୍ରତି ୯୦ରୁ ୧୦୦ କିଲୋମିଟର ବେଗରେ ପବନ ବହିବା ସହ ସ୍ଥଳ ବିଶେଷରେ ଏହା ୧୨୦ କିଲୋମିଟରକୁ ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି। ମୟୂରଭଞ୍ଜ, କଟକ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଏବଂ ଜଗତ୍‌ସିଂହପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଯାଜପୁର, କେନ୍ଦ୍ରାପଡା, ଢ଼େଙ୍କାନାଳ, ଅନୁଗୁଳ, କଟକ ଏବଂ ଜଗତ୍‌ସିଂହପୁରରେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି। ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ଧାମରା, ପାରାଦ୍ୱୀପ ଏବଂ ପୁରୀରେ ୧୦ନମ୍ବର ବିପଦ ସଙ୍କେତ ଦିଆଯାଇଥିବାବେଳେ ଗୋପାଳପୁର ବନ୍ଦରରେ ୮ ନମ୍ବର ବିପଦ ସଙ୍କେତ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Appleର ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri