ବର୍ଷକରେ ବନ୍ଦ ହୋଇଛି ୫୫୦୦ ଏଟିଏମ୍‌, ୬୦୦ ଶାଖା

ନୂଆଦିଲ୍ଲୀ,୨୩-୮: ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ଖର୍ଚ୍ଚ କମାଇବା ଲାଗି ଉଦ୍ୟମ ଜାରି ରଖିଛନ୍ତି। ଏହାକୁ ଦୃଷ୍ଟିରେ ରଖି ସେମାନେ ବଡ଼ ସହରରେ ନିଜର ଏଟିଏମ୍‌ ଓ ଶାଖା ବନ୍ଦ କରୁଛନ୍ତି। ସହରବାସୀ ଏବେ ଅଧିକ ସଂଖ୍ୟାରେ ଡିଜିଟାଲ ବ୍ୟାଙ୍କିଙ୍ଗ ଆଡ଼କୁ ଆକୃଷ୍ଟ ହେବା ବଡ଼ କାରଣ ବୋଲି ଦର୍ଶାଯାଉଛି। ଗତ ବର୍ଷକ ମଧ୍ୟରେ ସବୁଠାରୁ ଅଧିକ ଶାଖା ଥିବା ଦେଶର ଶୀର୍ଷ ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମୋଟ୍‌ରେ ୫୫୦୦ ନିଜର ଏଟିଏମ୍‌ ଓ ୬୦୦ ଶାଖାକୁ ବନ୍ଦ କରିଦେଇଛନ୍ତି। ବ୍ୟାଙ୍କଗୁଡ଼ିକର ତ୍ରୈମାସିକ ଫଳାଫଳ ବିଶ୍ଲେଷଣରୁ ଏହା ଜଣାପଡିଛି। ଏଥିରୁ ଜଣାପଡିଛି ଯେ, ଗତବର୍ଷ ଜୁନ୍‌ରୁ ଚଳିତବର୍ଷ ଜୁନ୍‌ ମଧ୍ୟରେ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ସର୍ବାଧିକ ୪୨୦ ଶାଖା ଏବଂ ୭୬୮ ଏଟିଏମ୍‌ ବନ୍ଦ କରିଛି। ସେହିପରି ଦେନା ବ୍ୟାଙ୍କ ଏବଂ ବିଜୟା ବ୍ୟାଙ୍କକୁ ମିଶାଇବା ପରେ ବ୍ୟାଙ୍କ ଅଫ୍‌ ବରୋଦା ମୋଯ ୪୦ ଶାଖା ଏବଂ ୨୭୪ ଏଟିଏମ୍‌ ବନ୍ଦ କରିଦେଇଛି। ଏହି ତାଲିକାରେ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ, ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ, କାନାଡା ବ୍ୟାଙ୍କ, ବ୍ୟାଙ୍କ ଅଫ୍‌ ଇଣ୍ଡିଆ, ଇଣ୍ଡିଆନ ଓଭରସିଜ୍‌ ବ୍ୟାଙ୍କ, ୟୁନିୟନ ବ୍ୟାଙ୍କ ଏବଂ ଆଲ୍ଲାହାବାଦ୍‌ ବ୍ୟାଙ୍କ ସାମିଲ ହୋଇଛି। ଖର୍ଚ୍ଚ କମାଇବାକୁ ଯାଇ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ଗୋଟିଏ ପଟେ ନିଜର ନେଟ୍‌ଓ୍ବର୍କ ହ୍ରାସ କରୁଥିବା ବେଳେ ଘରୋଇ ବ୍ୟାଙ୍କ ଆକ୍ସିସ୍‌ ବ୍ୟାଙ୍କ, ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଓ ଆଇସିଆଇସିଆଇ ବ୍ୟାଙ୍କ ନିଜର କାୟା ବିସ୍ତାର କରିଚାଲିଛନ୍ତି। ସେମାନେ ସହରାଞ୍ଚଳରେ ନିଜର ନେଟ୍‌ଓ୍ବର୍କ ବଢ଼ାଉଥିବା ଆର୍‌ବିଆଇ ତଥ୍ୟରୁ ସ୍ପଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲାବାରର ଅକ୍ଷୟ ତୃତୀୟା କଲେକ୍ସନ

ଭୁବନେଶ୍ୱର,୪।୫: ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା କଲେକ୍ସନ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶହୀଦ ନଗରସ୍ଥିତ ମାଲାବାରର ଏକ୍ସକ୍ଲୁସିଭ...

ଲାକ୍‌ମୀ ଏକାଡେମୀର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୪।୫: ଲାକ୍‌ମୀ ଏକାଡେମୀର ୨ୟ ବାର୍ଷିକ ଉତ୍ସବ ଶୁକ୍ରବାର ଶହୀଦ ନଗରସ୍ଥିତ ଏକାଡେମୀ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ଓଲିଉଡ୍‌ ଅଭିନେତ୍ରୀ ଶୀତଲ ପାତ୍ର...

ଖିମ୍‌ଜୀ ଜୁଏଲର୍ସର ଗ୍ରେଟ୍‌ ଅକ୍ଷୟ ତୃତୀୟା ସେଲ୍‌

ଭୁବନେଶ୍ୱର,୪।୫ (ଅଭୟ ଦାଶ): ରାଜ୍ୟର ସର୍ବପୁରାତନ ତଥା ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ‘ଖିମ୍‌ଜୀ ଜୁଏଲର୍ସ’ର ବହୁ ପ୍ରତୀକ୍ଷିତ ଗ୍ରେଟ୍‌ ଅକ୍ଷୟ ତୃତୀୟା ସେଲ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି।...

ରଣଜିତ ମାଝିଙ୍କୁ ୧୧ତମ ଶାମ୍ଭବୀ ପୁରସ୍କାର

ଭୁବନେଶ୍ୱର,୪।୫: ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେଶନ (ବିଆଇପିଏଫ୍‌) ପକ୍ଷରୁ ଶୁକ୍ରବାର ଆୟୋଜିତ ୧୧ତମ ଶାମ୍ଭବୀ ପୁରସ୍କାର ବିତରଣ ଉତ୍ସବ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି...

ୟୁକୋ ବ୍ୟାଙ୍କର ବାର୍ଷିକ ଆର୍ଥିକ ଫଳାଫଳ

ଭୁବନେଶ୍ୱର,୪।୫: ୟୁକୋ ବ୍ୟାଙ୍କର ବାର୍ଷିକ ଆର୍ଥିକ ଫଳାଫଳ ନିକଟରେ ପ୍ରକାଶ ପାଇଛି। ବ୍ୟାଙ୍କର ଗ୍ରସ୍‌ ଅଗ୍ରିମ ୧୫.୬୨% ବୃଦ୍ଧି ପାଇ ୧,୮୬,୮୭୭ କୋଟି ଟଙ୍କାରେ ପହଞ୍ଚତ୍ଛି।...

ଏସ୍‌ଆର୍‌ଏମ୍‌-ସିସିଟିଆର୍‌ ସହ ପତଞ୍ଜଳିର ଚୁକ୍ତି

ଭୁବନେଶ୍ୱର,୪।୫(ଅନୁରାଧା ମହାରଣା): ପତଞ୍ଜଳି ରିସର୍ଚ୍ଚ ଫାଉଣ୍ଡେଶନ (ପିଆର୍‌ଏଫ୍‌) ଏବଂ ଚେନ୍ନାଇର ଏସ୍‌ଆର୍‌ଏମ୍‌ ସେଣ୍ଟର ଫର୍‌ କ୍ଲିନିକାଲ ଟ୍ରାଏଲ ଆଣ୍ଡ ରିସର୍ଚ୍ଚ ବା ଏସ୍‌ଆର୍‌ଏମ୍‌-ସିସିଟିଆର୍‌ ମଧ୍ୟରେ ଏକ...

କମିଲା ଅଶୋଧିତ ତୈଳ ଦର: ରୁଷିଆରୁ ଅଶୋଧିତ ତୈଳ ଆମଦାନୀ

ଭୁବନେଶ୍ୱର,୪।୫ (ଅନୁରାଧା ମହାରଣା): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ ପିଛା ୮୦ ଡଲାରରୁ ତଳକୁ ଖସିଛି। ଡବ୍ଲ୍ୟୁଟିଆଇ ଅଶୋଧିତ ତୈଳ ବ୍ୟାରେଲ ପିଛା ୭୮.୯୯...

ରେକର୍ଡ ପରିମାଣର ବିଦ୍ୟୁତ୍‌ ଚାହିଦା ପୂରଣ

ଭୁବନେଶ୍ୱର,୪।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ‘ଟିପିସିଓଡିଏଲ୍‌’ ଚଳିତ ବର୍ଷ ଏପ୍ରିଲରେ ୨୧୪୦ ମେଗାୱାଟ୍‌ର ରେକର୍ଡ ସର୍ବୋଚ୍ଚ ବିଦ୍ୟୁତ୍‌ ଚାହିଦାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri