ବାତ୍ୟା ପରେ ପବନ ସାଙ୍ଗକୁ ଲାଗି ରହିଛି ବର୍ଷା, ଆକଳନ ଠାରୁ…

ଭଦ୍ରକ,୨୫ା୧୦(ସନାତନ ରାଉତ): ପାଣିପାଗ ବିଭାଗ ସୂଚନା ମୁତାବକ ୨୪ ତାରିଖ ରାତିରେ ବାତ୍ୟା ଦାନା ସ୍ଥଳଭାଗ ଛୁଇଁଛି। କିନ୍ତୁ ଯେଉଁ ଆକଳନ କରାଯାଇଥିଲା ତା’ଠାରୁ କମ୍‌ ବର୍ଷା ପବନ ହୋଇଛି। ସେତେ ବଡ଼ ଧରଣର କ୍ଷୟକ୍ଷତି ହୋଇଥିବା ଜଣାପଡ଼ିନାହିଁ। ରାତି ୧୨ଟା ପରଠାରୁ ପବନ ଓ ବର୍ଷା ବଢ଼ିଥିଲା। ସକାଳ ୮ ଟା ପରେ ଭଦ୍ରକ ଅଞ୍ଚଳରେ ବର୍ଷା ପବନ ଲାଗି ରହିଛି।ଭଦ୍ରକ ସହରରେ ସମସ୍ତ ଦୋକାନ ବନ୍ଦ ରହିଛି। ପବନ ଗତି ଅଧିକ ଥିବାରୁ ଲୋକେ ବାହାରକୁ ବାହାରି ପାରୁନାହାନ୍ତି।

ଜିଲା ପ୍ରଶାସନ ସୂଚନା ମୁତାବକ ୭୦୩ ଆଶ୍ରୟ ସ୍ଥଳରେ ମୋଟ୍‌ ୩୭ ହଜାର ୭୦ ଲୋକଙ୍କୁ ରଖାଯାଇଛି। ୩୨୦ କ୍ୱିଣ୍ଟାଲ ଚୁଡ଼ା ୫୭ କ୍ୱିଣ୍ଟାଲ ଗୁଡ଼ ସମସ୍ତ କେନ୍ଦ୍ରକୁ ଦିଆଯାଇଛି। ସୁପରଭାଜିଙ୍ଗ ଅଫିସରମାନେ ଦାୟିତ୍ୱରେ ଅଛନ୍ତି। ସମସ୍ତ ଆଶ୍ରୟସ୍ଥଳରେ ରନ୍ଧା ଖାଦ୍ୟ ବ୍ୟବସ୍ଥା କରାଯାଇଛି। ପାଟ୍ରୋଲିଂ ଓ ରିଲିଫ୍‌ କେନ୍ଦ୍ରରେ ଶୃଙ୍ଖଳା ରକ୍ଷା ପାଇଁ ଜିଲାରେ ୧୫ ପ୍ଲାଟୁନ୍‌ ଫୋର୍ସ ମୁତୟନ ରହିଥିବା ପୂର୍ବାଞ୍ଚଳ ଡିଆଇଜି ସତ୍ୟଜିତ ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri