ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବାତ୍ୟା ଅଞ୍ଚଳରେ ମିଳିବ ନୂଆ ପକ୍କା ଘର, ଏମାନେ ପାଇବେ…

ଭୁବନେଶ୍ୱର,୨୫।୧୦: ରାଜ୍ୟ ସରକାରଙ୍କ ବଡ ଘୋଷଣା । ମିଳିବ ପକ୍କା ଘର । ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିଲେ ମିଳିବ ନୂଆ ପକ୍କା ଘର । ଏ ନେଇ ବଡ ଘୋଷଣା କରିଛନ୍ତି ମୋହନ ସରକାର । ଯେଉଁମାନଙ୍କର କଚ୍ଚା ଘର ଥିଲା ସେମାନଙ୍କ ଘର ଭାଙ୍ଗିଥିଲେ କିମ୍ବା କ୍ଷତିଗ୍ରସ୍ତ ହୋଇଥିଲେ ନୂଆ ଘର ଦେବେ ସରକାର । ଏ ନେଇ ଶୁକ୍ରବାର ବଡ ଘୋଷଣା କରିଛନ୍ତି ରାଜ୍ୟ ସରକାର ।

ବାତ୍ୟା ‘ଦାନା’ ର ବିଭୀଷିକାରେ ବହୁ ତଳିଆ ଅଞ୍ଚଳରେ ଥିବା ଘର ଓ ଚାଳିଆ କିମ୍ବା ମାଟି ଘର ଭାଙ୍ଗିଯାଇଛି । ଯାହା ଫଳରେ ବାସହରା ହୋଇପଡିଛନ୍ତି ଅନେକ ପରିବାର । ବିଶେଷ କରି କେନ୍ଦ୍ରାପଡା ଓ ଭଦ୍ରକ ଜିଲାରେ ଅନେକ ଘର କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି । ସେଥିପାଇଁ ବଡ ଘୋଷଣା କରିଛନ୍ତି ମୋହନ ସରକାର । ବାତ୍ୟାରେ ଯଦି ଘର ଭାଙ୍ଗିଥାଏ କିମ୍ବା କ୍ଷତିଗ୍ରସ୍ତ ହୋଇଥାଏ ତେବେ ନୂଆ ଘର ଦେବେ ସରକାର । ଘର ଭାଙ୍ଗିଥିବା ଲୋକଙ୍କୁ ମିଳିବ ପକ୍କାଘର। ଯେଉଁ ମାନଙ୍କ କଚ୍ଚା ଘର ସମ୍ପୂର୍ଣ ରୂପେ ଭାଙ୍ଗି ଯାଇଛି ସେମାନଙ୍କୁ ପକ୍କା ଘର ଯୋଗାଇ ଦିଆଯିବ।

ଏ ନେଇ ମୁଖ୍ୟମନ୍ତ୍ରୀ ଓ ମୂଖ୍ୟ ଶାସନ ସଚିବଙ୍କ ସହ ବିଚାର ବିମର୍ଶ ହୋଇଥିବା ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଆଜି ଆଇ ଏଷ୍ଟିମେଟ ରିପୋର୍ଟ ଆସିବ। ରବିବାରଠୁ ରାଜସ୍ବ ବିଭାଗ, କୃଷି ବିଭାଗ, ସମନ୍ବୟ ବିଭାଗ, ପରିସଂଖ୍ୟାନ ବିଭାଗ ଅଧିକାରୀ କ୍ଷେତ୍ର ସ୍ତରରେ ସ୍ଥିତି ଅନୁଧ୍ୟାନ କରି ୪୮ ଘଣ୍ଟା ମଧ୍ୟରେ ରିପୋର୍ଟ ପ୍ରଦାନ କରିବେ। ୭ ଦିନ ମଧ୍ୟରେ ଚୂଡାନ୍ତ ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ସହାୟତା ପ୍ରଦାନ କରାଯିବ। ବାରମ୍ବାର ପ୍ରଭାବିତ ହୋଇ ଆସୁଥିବା ଲୋକ ଓ ସମ୍ପୂର୍ଣ୍ଣ ଘର ଭାଙ୍ଗିଥିବା ଲୋକଙ୍କୁ ପକ୍କା ଘର ପ୍ରଦାନ କରାଯିବ ବୋଲି ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri