ଦୀପାବଳି ପୂର୍ବରୁ ଲକ୍ଷାଧିକ ଟଙ୍କାର ବାଣ ଜବତ

ଉମରକୋଟ/ ତେନ୍ତୁଳିଖୁଣ୍ଟି, ୨୫।୧୦(ସନ୍ତୋଷ ଶତପଥୀ/ ଚିଦାନନ୍ଦ ସାହୁ): ବିନା ଲାଇସେନ୍ସରେ ବାଣ ରଖାଯାଇଥିବା ଖବରପାଇ ଉମରକୋଟ ପୋଲିସ ଏକ ଗୋଦାମରେ ଚଢ଼ାଉ କରିଛି। ସେଠାରୁ ପୋଲିସ ବିପୁଳ ପରିମାଣର ବାଣ ଜବତ କରିଛି।

ସୁଚନାନୁଯାୟୀ, ଉମରକୋଟ ପୁରୁଣା ବ୍ୟାଙ୍କ ରୋଡ୍‌ଠାରେ ବାଣ ବିକ୍ରି କରାଯାଉଥିବା ଖବରପାଇ ସ୍ଥାନୀୟ ପୋଲିସ ସେଠାରେ ଥିବା ଏକ ଗୋଦାମ ଉପରେ ଚଢ଼ାଉ କରିଥିଲା। ଉକ୍ତ ଗୋଦାମରୁ ପ୍ରାୟ ୧ ଲକ୍ଷ ୨୦ହଜାର ଟଙ୍କାର ବାଣ ଜବତ କରାଯାଇଥିବା ପୋଲିସ ସୂଚନା ଦେଇଛି। ଏହି ଘଟଣାରେ ପୋଲିସ ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରି ନୋଟିସ ଦେଇ ଛାଡ଼ି ଦେଇଥିବା ଜଣାପଡ଼ିଛି।
ସେହିଭଳି ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡ଼ା ଥାନା ଅଞ୍ଚଳରେ ବିନା ଲାଇସେନ୍ସରେ ରଖାଯାଇଥିବା ବାଣକୁ ସ୍ବତନ୍ତ୍ର ପୋଲିସ ସ୍କ୍ବାର୍ଡ ଜବତ କରିଛି। ଏସ୍‌ଡିପିଓ କୃଷ୍ଣଚନ୍ଦ୍ର ଭତରାଙ୍କ ନେତୃତ୍ୱରେ ଗୁରୁବାର ରାତିରେ ଚଢ଼ାଉ କରାଯାଇଥିଲା। ଗୋଦାମରୁ ପ୍ରାୟ ୪ଲକ୍ଷ ୨୦ହଜାର ଟଙ୍କାର ବାଣ ଜବତ କରାଯାଇଛି। କେଶ୍‌ ନମ୍ବର ୧୫୪/୨୪ରେ ମାମଲା ରୁଜୁ ହୋଇଛି। ଗୋଦାମ ମାଲିକ ବିକ୍ରି ପାଇଁ ଲାଇସେନ୍ସ ଆବେଦନ କରିଥିବା ଯୋଗୁ କାହାରିକୁ ଗିରଫ କରାଯାଇ ନ ଥିବା ଜଣା ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri