ବାତ୍ୟା ସମୟରେ ଲୋକଙ୍କୁ କଟୁକଥା କହି ୪ କର୍ମଚାରୀ ନିଲମ୍ବିତ

ଭୁବନେଶ୍ୱର,୨୬।୧୦: ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ପାଇଁ ୪ ସରକାରୀ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଏନେଇ ରାଜସ୍ବ ମନ୍ତ୍ରୀ ସୂରେଶ ପୂଜାରୀ ସୂଚନା ଦେଇଇନ୍ତି। ବାତ୍ୟା ସମୟରେ ନିଲମ୍ବିତ ୪ କର୍ମଚାରୀ ଲୋକଙ୍କୁ କଟୁକଥା କହିଥିବା ଅଭିଯୋଗ ହୋଇଥିଲା।
ସେପଟେ ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ପ୍ରଭାବିତ ଜିଲାରେ ସକାଳ ୧୧ଟା ୩୫ରୁ ପ୍ରାୟ ୨ ଘଣ୍ଟା ଧରି ଆକାଶ ମାର୍ଗରୁ ପରିଦର୍ଶନ କରି ବାତ୍ୟା ବିଭୀଷିକା ଓ କ୍ଷୟକ୍ଷତିର ସ୍ଥିତି ପରଖିବେ। ଏହାପରେ ଅପରାହ୍ନରେ ଲୋକସେବା ଭବନରେ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିବେ।

ବାତ୍ୟା ‘ଦାନା’ ମଧ୍ୟରେ ଭିତରକନିକା ଓ ଧାମରା ମଧ୍ୟବର୍ତ୍ତୀ ଅଞ୍ଚଳରେ ଲ୍ୟାଣ୍ଡଫଲ୍‌ ହୋଇଛି। ବାତ୍ୟା ମୁକାବିଲାରେ ଆମେ ସମ୍ପୂର୍ଣ୍ଣ ସଫଳତା ହାସଲ କରିଛୁ। ହସ୍ତଗତ ହୋଇଥିବା ତଥ୍ୟ ଅନୁଯାୟୀ ଆମେ ଆମର ‘ଜିରୋ କାଜୁଆଲ୍ଟି’ ଲକ୍ଷ୍ୟ ହାସଲ କରିଛୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତି ଆକଳନ କରିବା ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି କାର୍ଯ୍ୟରେ ନିୟୋଜିତ ଥିବା ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି। ସରକାର ଓ ପ୍ରଶାସନର ତତ୍ପରତା ଯୋଗୁ ପ୍ରାୟତଃ କ୍ଷୟକ୍ଷତି ଘଟିନାହିଁ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯେଉଁ ସବୁ ଜାଗାରେ ଗଛ ପଡ଼ି ରାସ୍ତା ଅବରୋଧ ହୋଇଥିଲା ସେ ସବୁକୁ ହଟାଯାଇଛି। ବିଦ୍ୟୁତ୍‌ ସରବରାହ ବ୍ୟାଘାତ ହୋଇଥିବା ସ୍ଥାନଗୁଡ଼ିକରେ ତୁରନ୍ତ ବିଦ୍ୟୁତ୍‌ ସଂଯୋଗ ଯୋଗାଇ ଦିଆଯିବ। ରେଳସେବା ମଧ୍ୟ ଆରମ୍ଭ ହୋଇଯାଇଛି। ଭୁବନେଶ୍ୱର ଓ ପୁରୀରୁ ନିର୍ଦ୍ଧାରିତ ସମୟରେ ରେଳ ଚଳାଚଳ କରିବ ବୋଲି ସେ କହିଛନ୍ତି। ସେହିପରି ବିମାନ ଚଳାଚଳ ମଧ୍ୟ ସ୍ବାଭାବିକ ହୋଇଛି। ଭୁବନେଶ୍ୱର ବିମାନବନ୍ଦରରେ ବିମାନ ଅବତରଣ କରିଛି। ପ୍ରଭାବିତ ଅଞ୍ଚଳରେ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ର ଓ ମା’ ଗୃହକୁ ସ୍ଥାନାନ୍ତରିତ ହୋଇଥିବା ଗର୍ଭବତୀଙ୍କ ମଧ୍ୟରୁ ୧୬୦୦ରୁ ଅଧିକ ମହିଳା ନବଜାତ ଶିଶୁଙ୍କୁ ସୁରକ୍ଷିତ ଭାବେ ଜନ୍ମ ଦେଇଛନ୍ତି। ଆମ ପାଇଁ ଖୁସିର କଥା ଉଭୟ ମା’ ଓ ଶିଶୁମାନେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବାତ୍ୟା ‘ଦାନା’ର ପ୍ରଭାବ କମି ଗଲାଣି। ଲୋକମାନେ ଆଶ୍ରୟ ସ୍ଥଳୀରୁ ନିଜ ନିଜ ଘରକୁ ଫେରିବା ଆରମ୍ଭ କଲେଣି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଶେଷ କୃପା ଓ ଆମର ଟିମ୍‌ ସ୍ପିରିଟ୍‌ ଯୋଗୁ ଆମେ ବାତ୍ୟାର ସଫଳ ମୁକାବିଲା କରିପାରିଲୁ। ମୁଖ୍ୟମନ୍ତ୍ରୀ ଏଥିପାଇଁ ଜନସାଧାରଣ, ପ୍ରଶାସନିକ ଅଧିକାରୀ, ଉଦ୍ଧାରକାରୀ ଦଳ, ଡାକ୍ତରୀ ଦଳ, ପୋଲିସ୍‌, ଅଗ୍ନିଶମ ବାହିନୀ ଓ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଧନ୍ୟବାଦ ଜଣାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’

ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍‌(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍‌ର ପ୍ରଥମ ‘ପଥ ଉତ୍ସବ’...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ଯିବେ ରାଜଦରବାର

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇଛନ୍ତି। କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ରାଜଦରବାର ଯିବେ।...

ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଷ୍ଟାଲିନ ସରକାରଙ୍କୁ ଭାଜପାର କଡ଼ା ନିନ୍ଦା

ଭୁବନେଶ୍ୱର,୩୦ ।୧୨: ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏହି ଘଟଣାକୁ ନେଇ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ତୀବ୍ର ପ୍ରତିକ୍ରିୟା...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri