୧୦୮ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମାନବିକତା: ବାତ୍ୟାବେଳେ ଅସୁସ୍ଥ ମହିଳାଙ୍କୁ ବୋହି ଆମ୍ବୁଲାନ୍ସ ଯାଏ ଆଣିଲେ

ରାଜନଗର,୨୭ା୧୦(ଭାସ୍କର ରାଉତରାୟ): ବାତ୍ୟା ‘ଦାନା’ ତାଣ୍ଡବ ଆରମ୍ଭ ହେବା ପୂର୍ବରୁ ରାଜନଗରରେ ବର୍ଷା ଆରମ୍ଭ ହୋଇଯାଇଥିଲା। ଏହି ସମୟରେ ରାଜନଗର ବ୍ଲକ ଡେରା ପଞ୍ଚାୟତ କାଠୁଆଗଣ୍ଡ ଗଁାର ଜଣେ ମହିଳା ଅସୁସ୍ଥ ହୋଇପଡିଥିବା ନେଇ ୧୦୮କୁ ଫୋନ ଆସିଥିଲା। ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ମାନସ ମଳିକ ଅସୁସ୍ଥ ମହିଳାଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିବାକୁ ଯାଇ ଥିଲେ। ହେଲେ ରାସ୍ତାରେ ଗଛ ପଡିଯାଇଥିବାରୁ ଗାଡ଼ି ଘର ପାଖକୁ ଯାଇପାରି ନ ଥିଲା। ଡ୍ରାଇଭର ମାନସ ସମ୍ପୃକ୍ତା ମହିଳାଙ୍କୁ ଦୁଇହାତରେ ଟେକି କାଦୁଅ ରାସ୍ତାରେ ଆମ୍ବୁଲାନ୍ସ ଯାଏ ଆଣିଥିଲେ। ଏହାପରେ ଆମ୍ବୁଲାନ୍ସରେ ମହିଳାଙ୍କୁ ଆଣି ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇ ଥିଲେ। ଠିକ୍‌ ସମୟରେ ମହିଳା ଜଣଙ୍କ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚତ୍ବା ଯୋଗୁ ତାଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦିଆଯାଇଥିଲା। ମାନସ ମହିଳାଙ୍କୁ ବୋହି ଆଣିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଟୁଇଟ୍‌ କରି ତାଙ୍କୁ ପ୍ରଶଂସା କରିଛନ୍ତି। ଏଥିସହିତ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଟେଲିଫୋନରେ ମାନସଙ୍କ ସହ କଥା ହୋଇ ତାଙ୍କ କାର୍ଯ୍ୟକୁ ପ୍ରଶଂସା କରିବା ସହ ସାଧୁବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri