ବରାହିପୁର ସରପଞ୍ଚ ନିଲମ୍ବିତ

ମାହାଙ୍ଗା,୨୮ା୧୦(ଯଯାତି ସିଂହ): କଟକ ଜିଲା ମାହାଙ୍ଗା ବ୍ଲକ ଅନ୍ତର୍ଗତ ବରାହିପୁର ପଞ୍ଚାୟତରେ ସରକାରୀ ଅର୍ଥ ତୋସାରପାତ ଅଭିଯୋଗରେ ସରପଞ୍ଚଙ୍କୁ ନିଲମ୍ବିତ କରାଯାଇଛି। ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଚିଠି (ନଂ.୨୪୩୨୪/୨୪-୧୦-୨୦୨୪) ଅନୁସାରେ ସରପଞ୍ଚ ରଶ୍ମିତା ସ୍ବାଇଁଙ୍କୁ ପଦବୀରୁ ହଟାଇ ଦିଆଯାଇଛି।
ସୂଚନାଯୋଗ୍ୟ, ଚତୁର୍ଦ୍ଦଶ ଅର୍ଥ କମିଶନ ଅନୁଦାନରେ ବରାହିପୁର ପଞ୍ଚାୟତର ରାଜୀବଗାନ୍ଧୀ ସେବା କେନ୍ଦ୍ର ଗୃହରେ ୨୦୨୩-୨୪ ଆର୍ଥିକ ବର୍ଷରେ ଶୀତତାପ ନିୟନ୍ତ୍ରଣ ଯନ୍ତ୍ର ଲଗାଇବା ବାବଦରେ ସରପଞ୍ଚ ରଶ୍ମିତା ୧ ଲକ୍ଷ ୩୫ ହଜାର ଟଙ୍କା ଉଠାଇଥିଲେ। ଏଥିରେ ବ୍ୟାପକ ଅର୍ଥ ହେରଫେର ହୋଇଥିବା ନେଇ କେତେଜଣ ଗ୍ରାମବାସୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହାପରେ ଜିଲାପାଳ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ତଦନ୍ତଙ୍କୁ ଏଡ଼ାଇବା ପାଇଁ ଅଗଷ୍ଟ ୨୩ ତାରିଖରେ ସେବାକେନ୍ଦ୍ର ଗୃହରେ ଆଉ ୨ଟି ଶୀତତାପ ନିୟନ୍ତ୍ରଣ ଯନ୍ତ୍ର ଲଗାଇଥିଲେ। ଉଭୟ ଘଟଣାରେ ସରକାରୀ ତହବିଲରୁ ମୋଟ୍‌ ୨ଲକ୍ଷ ୭ ହଜାର ୨୪୮ ଟଙ୍କା ଖର୍ଚ୍ଚ ହୋଇଥିଲା। ତଦନ୍ତରେ ଅର୍ଥ ଅନିୟମିତତା ହୋଇଥିବା ନେଇ ଜଣାପଡ଼ିବା ପରେ ଜିଲାପାଳଙ୍କ ରିପୋର୍ଟକୁ ଆଧାର କରି ରଶ୍ମିତାଙ୍କୁ ପଦବୀରୁ ନିଲମ୍ବନ କରାଯାଇଛି। ଏହି ଘଟଣାରେ ବିଲ୍‌ କରିଥିବା ସମ୍ପୃକ୍ତ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବିରୋଧରେ କ’ଣ ପାଇଁ କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହାର ନିରପେକ୍ଷ ତଦନ୍ତ କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ...

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri