ଟିପିସିଓଡିଏଲ୍‌ରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

ଭୁବନେଶ୍ୱର,୨୯।୧୦: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌(ଟିପିସିଓଡିଏଲ୍‌) ପରିସରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ସୋମବାର ପାଳିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୪ ଅକ୍ଟୋବର ୨୮ରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ‘ଦେଶର ସମୃଦ୍ଧି ପାଇଁ ସଚ୍ଚୋଟତାର ସଂସ୍କୃତି’ ଶୀର୍ଷକ ବିଷୟବସ୍ତୁରେ ଚଳିତବର୍ଷର ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଟିପିସିଓଡିଏଲ୍‌ର କର୍ପୋରେଟ୍‌ କାର୍ଯ୍ୟାଳୟଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ଟିପିସିଓଡିଏଲ୍‌ର ସିଇଓ ଅରଭିନ୍ଦ୍‌ ସିଂହ କମ୍ପାନୀର ବରିଷ୍ଠ ନେତୃତ୍ୱ ଦଳକୁ ସଚ୍ଚୋଟତାର ଶପଥପାଠ କରାଇବା ସହ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନର ଆନୁଷ୍ଠାନିକ ଶୁଭାରମ୍ଭ କରିଥିଲେ। ଭାରତର ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ପାଠ କରାଯାଇଥିବାବେଳେ ଟିପିସିଓଡିଏଲ୍‌ର ସମସ୍ତ କାର୍ଯ୍ୟକ୍ଷେତ୍ରର କର୍ମଚାରୀ ନିଜ ନିଜ ମୁଖ୍ୟ ଏବଂ ପରିଚାଳକଙ୍କ ନେତୃତ୍ୱରେ ଏକକାଳୀନ ସଚ୍ଚୋଟତା ଶପଥ ଗ୍ରହଣ କରିଥିଲେ। ସେହିଭଳି ସପ୍ତାହସାରା ଟିପିସିଓଡିଏଲ୍‌ର ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଗ୍ରାମସଭା ଏବଂ ବିଦ୍ୟାଳୟ ଓ କଲେଜ ଆଦିରେ ବକ୍ତୃତା, ବିତର୍କ ପ୍ରତିଯୋଗିତା ସମେତ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଦୁର୍ନୀତି ବିରୋଧରେ ସମସ୍ତ ଅଂଶୀଦାରଙ୍କୁ ଏକଜୁଟ ହେବାକୁ ଉତ୍ସାହିତ କରି ସମସ୍ତ କାର୍ଯ୍ୟାଳୟଠାରେ ବ୍ୟାନର ଓ ପୋଷ୍ଟର ଲଗାଯିବ। ଏହି ପଦକ୍ଷେପ ମାଧ୍ୟମରେ ଟିପିସିଓଡିଏଲ୍‌ ଏକ ସ୍ବଚ୍ଛ, ନୈତିକ ଏବଂ ଦୁର୍ନୀତିମୁକ୍ତ ଭବିଷ୍ୟତ ଗଠନ ପାଇଁ ନିଜର ସମର୍ପଣକୁ ଦୋହରାଇଛି। ଏ ନେଇ ଅରଭିନ୍ଦ୍‌ କହିଛନ୍ତି, ମୁଁ ସମସ୍ତ କର୍ମଚାରୀଙ୍କୁ ଅନୁରୋଧ କରୁଛି, ସେମାନେ ଉଭୟ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନରେ ସଚ୍ଚୋଟତା ଏବଂ ନୈତିକତାର ମୂଲ୍ୟବୋଧକୁ ପ୍ରତିଫଳିତ କରାନ୍ତୁ। ଏହି ପ୍ରୟାସରେ ଆମର ଯୁବ କର୍ମଚାରୀମାନଙ୍କୁ ମାର୍ଗଦର୍ଶନ କରିବାର ଦାୟିତ୍ୱ ଗ୍ରହଣ କରିବାକୁ ମୁଁ ବରିଷ୍ଠ ନେତୃତ୍ୱଙ୍କୁ ଆହ୍ବାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri