ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍‌ରେ ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୧୦: ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଛି ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଛନ୍ତି। ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ‘ରନ୍ ଫର୍ ୟୁନିଟି’ ମାରାଥନ କାର୍ଯ୍ୟକ୍ରମ କରାଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଛାତ୍ରଛାତ୍ରୀ ଓ ଯୁବକ ଯୁବତୀ ମାନଙ୍କୁ ରାଷ୍ଟ୍ରୀୟ ଏକତା ପାଇଁ ଶପଥ ପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରାୟ ୩୦୦୦ ଛୋଟ ପିଲା, କ୍ରୀଡା ହଷ୍ଟଲର ଛାତ୍ରଛାତ୍ରୀ ଓ ବିଭିନ୍ନ କ୍ରୀଡା ସଂଗଠନର ପିଲାମାନେ ଯୋଗଦେଇ ଦୌଡରେ ଭାଗ ନେଇଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କ ନେତୃତ୍ବ ନେଇ ଏହି ଦୌଡରେ ସାମିଲ ହୋଇଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଦେଶର ଏକତା ଓ ଅଖଣ୍ଡତା ପାଇଁ ସର୍ଦ୍ଦାର ପଟେଲଙ୍କ ସଂକଳ୍ପ ଓ ଦୃଢ ପଦକ୍ଷେପର ତୁଳନା ନାହିଁ। ଦେଶର ଏକତା ପାଇଁ ସର୍ଦ୍ଦାର ପଟେଲ ସମର୍ପିତ ହୋଇ ଏକ ଅଖଣ୍ଡ ଭାରତର ମୂଳଦୁଆ ସ୍ଥାପନ କରି ଦେଶୀୟ ରାଜ୍ୟ ମାନଙ୍କର ସମ୍ମିଶ୍ରଣରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ସେଥିପାଇଁ ତାଙ୍କୁ ଲୌହ ମାନବର ଆଖ୍ୟା ଦିଆଯାଏ। ତାଙ୍କ ଆଦର୍ଶରେ ଦେଶର ଏକତା ଓ ଅଖଣ୍ଡତା ପାଇଁ ଦେଶର ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ କାମ କରିବା ଉଚିତ୍ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri