ଗଞ୍ଜାମ,୨୩ା୮(ଡି.ଏନ.ଏ.)- ଗଞ୍ଜାମ ଥାନା ସାନବଜାରଠାରେ ଗୁରୁବାର ସନ୍ଧ୍ୟାରେ ବୋମାମାଡ଼ ହୋଇଛି। ଏଥିରେ ପୂର୍ବତନ ଏମ୍ପି ପ୍ରତିନିଧି ସୁଧୀର କୁମାର ପାଢ଼ୀ ଓ ତାଙ୍କ କାର ଚାଳକ ଗଣେଶ ବାରିକ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଗଣେଶଙ୍କ ଘର କରଣ ସାହି ଏବଂ ସୁଧୀରଙ୍କ ସାନବଜାର। ଉଭୟଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଛି। ଖବର ପାଇ ଥାନା ଅଧିକାରୀ ସୁଦାମ ମଲିକ ଓ ଛତ୍ରପୁର ଏସ୍ଡିପିଓ ଉତ୍କଳ କେଶରୀ ଦାସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ଗଞ୍ଜାମ ଏସ୍ପି ଘଟଣାସ୍ଥଳରେ ପହଞ୍ଚତ୍ଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଗଣେଶ କାର ଚଳାଉଥିବାବେଳେ ସୁଧୀର ବସିଥିଲେ। ଦୁର୍ବୃତ୍ତମାନେ ବାଇକରେ ଆସି ହଠାତ୍ ବୋମାମାଡ଼ କରି ଖସି ପଳାଇଥିଲେ। ପ୍ରକାଶ ଯେ, ପୂର୍ବରୁ ମଧ୍ୟ ସୁଧୀରଙ୍କ ଉପରକୁ ଦୁଇଥର ଗୁଳିମାଡ ହୋଇଥିଲା। ମାତ୍ର ସେ ଅଳ୍ପକେ ବର୍ତ୍ତି ଯାଇଥିଲେ। ଘଟଣା ଘଟିଥିବା ସ୍ଥାନରେ ଥିବା ସିସିଟିଭି ଫୁଟେଜକୁ ଏସ୍ପି ଯାଞ୍ଚ କରୁଥିବାବେଳେ ମାମଲାର ତଦନ୍ତ ଭାର ନେଇଛନ୍ତି ଏସଡିପିଓ। ଖୁବଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ଏସଡିପିଓ କହିଛନ୍ତି। ଅଞ୍ଚଳରେ ଏନେଇ ଉତ୍ତେଜନା ଦେଖାଦେଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର
ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...
ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ
ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...
ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…
ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...
ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ
ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...
‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...
୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...
ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି
ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...
ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…
ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...
Archives


