ଏକତାର ଶପଥ ପାଠ ପରେ ଦୌଡିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୧୦: ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ପୂର୍ବରୁ ‘ରନ ଫର୍‌ ୟୁନିଟି’ ମାରାଥନକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିରେ ଏକତାର ଶପଥ କରାଇବା ପରେ ନିଜେ ମାରାଥନ୍‌ରେ ଦୌଡିଛନ୍ତି ମୁଖ୍ୟମନ୍ତ୍ରୀ। ବେଳ ଏତିକି ନୁହେଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ଦୌଡିଛନ୍ତି। ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ଆୟୋଜିତ ହୋଇଛି ‘ରନ ଫର୍‌ ୟୁନିଟି’ କାର୍ଯ୍ୟକ୍ରମ।
ମୁଖ୍ୟମନ୍ତ୍ରୀଙ୍କ ସହ ବହୁ ମନ୍ତ୍ରୀ, ବିଧାୟକ, ଏମ୍‌ପିଙ୍କ ସମେତ ମୁଖ୍ୟ ଶାସନ ସଚିବ ସାମିଲ ହୋଇଛନ୍ତି। ମାରାଥନରେ ରାଜ୍ୟର ବିଭିନ୍ନ ସ୍କୁଲ ଓ କ୍ରୀଡ଼ା ସଂଗଠନର ୨ହଜାରରୁ ଅଧିକ ଲୋକ ସାମିଲ ହୋଇଛନ୍ତି। ।

ସୂଚନାଯୋଗ୍ୟ, ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଇଥାଏ। ଏହି ଅବସରରେ ଆୟୋଜିତ ହୋଇଥାଏ ରନ ଫର୍‌ ୟୁନିଟି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ। ଅକ୍ଟୋବର ୩୧ରେ ସର୍ଦ୍ଦାର ବଲ୍ଲଭ ଭାଇ ପଟ୍ଟେଲଙ୍କ ଜୟନ୍ତୀରେ ଦୀପାବଳି ଛୁଟିଦିନ ପଡୁଥିବାରୁ ରନ ଫର୍‌ ୟୁନିଟି କାର୍ଯ୍ୟକ୍ରମ ଅକ୍ଟୋବର ୨୯ରେ ଆୟୋଜିତ ହେଉଛି। ପୂର୍ବରୁ ଏ ନେଇ ନିଜ ମନ କୀ ବାତ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri