ଗୁରୁଚାପ ବଳୟ ସକ୍ରିୟ:ଅନୁଭୂତ ହେବ ଶୀତ, ପଡ଼ିବ କୁହୁଡ଼ି

ଭୁବନେଶ୍ୱର,୩୦ା୧୦(ଅନୁରାଧା ମହାରଣା):କେନ୍ଦ୍ରୀୟ ଭାରତରେ ବୁଧବାର ସୁଦ୍ଧା ଏକ ଗୁରୁଚାପ ବଳୟ ସକ୍ରିୟ ହୋଇପାରେ। ଏହା ପରଠାରୁ ରାଜ୍ୟ ବାୟୁମଣ୍ଡଳରେ ଗତ କିଛିଦିନ ହେଲା ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଦୁର୍ବଳ ହେବ। ଏଥିସହ ନଭେମ୍ବର ଆରମ୍ଭରୁ ରାଜ୍ୟରେ ଶୀତ ବଢ଼ିପାରେ। ସେହିପରି ବୁଧବାର ରାଜଧାନୀ ଭୁବନେଶ୍ୱର ସମେତ କଟକ, ଭଦ୍ରକ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ଅନୁଗୋଳ, ନୟାଗଡ଼, କନ୍ଧମାଳ, ଗଜପତି, ରାୟଗଡ଼ା, ନବରଙ୍ଗପୁର, ଦେବଗଡ଼, ଗଞ୍ଜାମ ଓ ମାଲକାନଗିରି ଜିଲାର କିଛି ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା, କୋରାପୁଟ ଓ ରାୟଗଡ଼ା ଆଦି ଜିଲାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାରୁ ସମ୍ପୃକ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ, ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଆନ୍ଧପ୍ରଦେଶ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୫.୮ କି.ମି. ଊର୍ଦ୍ଧ୍ୱରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାବେଳେ କ୍ରମଶଃ ଦକ୍ଷିଣପଶ୍ଚିମ ଦିଗରେ ଅଗ୍ରସର ହେଉଛି। ଏହି ଘୂର୍ଣ୍ଣିବଳୟ ଜଳୀୟବାଷ୍ପକୁ ଧରି ରଖୁଥିବାରୁ ରାଜ୍ୟରେ ତାପମାତ୍ରା କମୁନାହିଁ। ଏହା ରାଜ୍ୟରେ ଶୀତର ପ୍ରଭାବ ଅନୁଭୂତ ହେବାରେ ବାଧା ସୃଷ୍ଟି କରୁଛି। ରାଜ୍ୟର ଗୋଟିଏ ଦୁଇଟି ସ୍ଥାନକୁ ବାଦ୍‌ ଦେଲେ ଅନ୍ୟ ସମସ୍ତ ସ୍ଥାନରେ ଉଚ୍ଚ ତାପମାତ୍ରା ଅନୁଭୂତ ହେଉଛି। ମଙ୍ଗଳବାର ପୁରୀରେ ସର୍ବାଧିକ ୩୪.୪ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ଅନୁଭୂତ ହୋଇଥିବାବେଳେ ଫୁଲବାଣୀରେ ସର୍ବନିମ୍ନ ୧୮.୦ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଛି। ଏଥିସହ କେତେକ ସ୍ଥାନରେ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri