ବାଇକ୍‌କୁ ଧକ୍କା ଦେଲା ବାଇକ୍‌, ଚାଲିଗଲା ଯୁବକଙ୍କ ଜୀବନ

ସଇଁତଳା,୩୧ା୧୦(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଥାନା ବିବିନା ପଞ୍ଚାୟତ ନିକଟରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।
ସଇଁତଳା ପୋଲିସ ସୂତ୍ରରୁ ପ୍ରକାଶ ଯେ, ବିବିନା ପଞ୍ଚାୟତ ଗ୍ୟାସ୍‌ ଗୋଦାମ ନିକଟରେ ଟାୟାର ରିପ୍ୟାରିଂ ଦୋକାନ ଖୋଲିଥିବା ଅଜିତ ରଣା (୩୧) ଗୁରୁବାର ସକାଳୁ ନିଜ ଗ୍ରାମ ଗଣ୍ଡପତ୍ରାପାଲି ପଞ୍ଚାୟତ ଭତାସରରୁ ଦୋକାନକୁ ଆସୁଥିଲେ। ଦୋକାନ ସମ୍ମୁଖରେ ନିଜ ବାଇକ୍‌ ନଂଓଡି-୦୩-ଡବ୍ଲ୍ୟୁ-୧୩୫କୁ ବୁଲାଇ ଦୋକାନକୁ ଯାଉଥିବା ସମୟରେ ବଲାଙ୍ଗୀର ପଟରୁ ରମେଶ ବିଶାଳ ନାମକ ଯୁବକ ବାଇକ୍‌ ନଂ-ଓଡି-୩୧-କେ-୬୨୬୨ରେ ନିଜ ଗ୍ରାମ ଧରବଗଡ଼କୁ ଯାଉଥିବାବେଳେ ତାଙ୍କୁ ଧକ୍କା ଦେଇଥିଲେ। ଫଳରେ ଅଜିତ ନିଜ ବାଇକରୁ ଛିଟିକି ପଡ଼ିଥିଲେ। ଉପସ୍ଥିତ ଥିବା ଲୋକେ ଗୁରୁତର ଅବସ୍ଥାରେ ଅଜିତଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସରେ ସଇଁତଳା ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବାବେଳେ ପୋଲିସ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ଟିଟିଲାଗଡ଼ ପଠାଇଥବା ଜଣାପଡ଼ିଛି। ଅଜିତଙ୍କ ବିଧବ। ମା’, ବିଧବା ସ୍ତ୍ରୀ ଏବଂ ଦୁଇ ବର୍ଷର ପୁଅ ଥିବାବେଳେ ସେ ପରିବାରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି ଥିଲେ। ତାଙ୍କ ମୃତ୍ୟୁ ପରେ ଗଣ୍ଡପତ୍ରାପାଲି ସରପଞ୍ଚ ମନିସ ସୁନା ଏବଂ ସ୍ଥାନୀୟ ଲୋକେ ଅଜିତଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇଦେବାକୁ ଦାବି କରିଛନ୍ତି।
ଅନ୍ୟପକ୍ଷରେ ରମେଶ ଧକ୍କାଦେଇ ଫେରାର ହୋଇଯାଉଥିବାବେଳେ ବଡ଼ମାଳ ପୋଲିସ ତାଙ୍କୁ ବଡ଼ମାଳ ଫାଣ୍ଡିରେ ବାଇକ ସହ ଅଟକ ରଖି ଘଟଣାର ଅଧିକ ତଦନ୍ତ ଚାଲିଥିବା ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ଆଲୋକ ଭୋଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ସମର୍ପିତ ହୋଇ କାମ କରିବାକୁ ଆହ୍ବାନ

ନୂଆପଡ଼ା,୨୧ା୧ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ବିଧାୟକ ଜୟ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri