ଭୟଙ୍କର ସ୍ଥିତିରେ ରୁଷିାଆ-ୟୁକ୍ରେନ ଯୁଦ୍ଧ: ରୁଷିଆକୁ ସହାୟତା ପାଇଁ ଆଗେଇ ଆସିଲା ଉତ୍ତର କୋରିଆ

କିଭ୍‌,୧।୧୧: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ତିକ୍ତତା ବଢିବାରେ ଲାଗିଛି। ଏହି ସମୟରେ ରୁଷିଆକୁ ୧୦ ହଜାରରୁ ଅଧିକ ମିଶାଇଲ୍‌ ପଠାଇଛି ଉତ୍ତର କୋରିଆ। ନିକଟରେ ଆମେରିକା ଦାବି କରିଛି, ଉତ୍ତର କୋରିଆର ୮୦୦୦ ସୈନିକ ବର୍ତ୍ତମାନ ୟୁକ୍ରେନ ସୀମା ନିକଟରେ କୁର୍ସ୍କ ଅଞ୍ଚଳରେ ଉପସ୍ଥିତ ଅଛନ୍ତି। ଏହି ସୈନିକମାନେ ୟୁକ୍ରେନ ସହିତ ଯୁଦ୍ଧରେ ରୁଷିଆକୁ ସାହାଯ୍ୟ କରିବାକୁ ପ୍ରସ୍ତୁତ ହେଉଛନ୍ତି।

ଏହି ସମୟରେ, ଉତ୍ତର କୋରିଆ ୟୁକ୍ରେନ ବିରୋଧରେ ଲଡିବାକୁ ରୁଷିଆକୁ ୧୦୦୦୦ରୁ ଅଧିକ ମିଶାଇଲ୍‌ ଦେଇଛି। ଦକ୍ଷିଣ କୋରିଆର ପ୍ରତିରକ୍ଷା ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।

ଦକ୍ଷିଣ କୋରିଆ ପ୍ରତିରକ୍ଷା ମନ୍ତ୍ରୀ କିମ ୟୋଙ୍ଗ-ହ୍ୟୁନ କହିଛନ୍ତି, ୟୁକ୍ରେନରେ ଯୁଦ୍ଧ କରିବା ପାଇଁ ଉତ୍ତର କୋରିଆ ରୁଷକୁ ୧୦୦୦୦ ରୁ ଅଧିକ ମିଶାଇଲ୍‌ ପଠାଇଛି।

ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ କହିଛନ୍ତି, ରୁଷିଆରେ ବର୍ତ୍ତମାନ ୧୦,୦୦୦ ଉତ୍ତର କୋରିଆ ସୈନିକ ଉପସ୍ଥିତ ଅଛନ୍ତି। ସେଥିମଧ୍ୟରୁ ୮୦୦୦ରୁ ଅଧିକ ସୈନିକ ରୁଷିଆର କୁର୍ସ୍କ ଅଞ୍ଚଳରେ ନିୟୋଜିତ ହୋଇଛନ୍ତି। ଆଗାମୀ ଦିନରେ ୟୁକ୍ରେନ ବିରୋଧରେ ଯୁଦ୍ଧରେ ରୁଷିଆ ଏହି ସୈନିକମାନଙ୍କୁ ବ୍ୟବହାର କରିପାରନ୍ତି ବୋଲି ସେ ଆଶଙ୍କା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri