Posted inଖେଳ

ଟସ୍‌ ହାରିଲା ଭାରତ: ସୁନ୍ଦରଙ୍କ ଦମ୍‌ଦାର ଆରମ୍ଭ

ଓ୍ବାଙ୍ଖଡେ,୧।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଶେଷ ମ୍ୟାଚ ଶୁକ୍ରବାର ଠାରୁ ଖେଳାଯାଉଛି। ନ୍ୟୁଜିଲାଣ୍ଡର ଅଧିନାୟକ ଟମ ଲାଥାମ ଟସ ଜିତି ଭାରତ ବିପକ୍ଷରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। କ୍ୟାପଟେନ ଲାଥାମ ପ୍ଲେ-୧୧ରେ ଦୁଇଟି ପରିବର୍ତ୍ତନ କରିଛନ୍ତି। ଗତ ମ୍ୟାଚରେ ଭାରତକୁ ଅସୁବିଧାରେ ପକାଇଥିବା ମିଚେଲ ସାଣ୍ଟନର୍‌ ଏହି ମ୍ୟାଚରେ ଖେଳୁ ନାହାଁନ୍ତି। ତାଙ୍କ ସ୍ଥାନରେ ଇଶ ସୋଡି ପ୍ଲେ -୧୧ରେ ଅନ୍ତର୍ଭୁକ୍ତ ହୋଇଛନ୍ତି। ଏଥି ସହିତ, ଟିମ ସାଉଥୀଙ୍କ ସ୍ଥାନରେ ମ୍ୟାଟ ହେନେରୀ ପ୍ଲେ-୧୧ରେ ଅନ୍ତର୍ଭୁକ୍ତ ହୋଇଛନ୍ତି। ଏଥି ସହିତ ଭାରତୀୟ ଅଧିନାୟକ ରୋହିତ ଶର୍ମା ପ୍ଲେ-୧୧ରେ ପରିବର୍ତ୍ତନ କରିଛନ୍ତି। ଜସପ୍ରୀତ ବୁମରା ସ୍ବାସ୍ଥ୍ୟାବସ୍ଥା ଠିକ୍‌ ନାହାନ୍ତି। ଏଭଳି ପରିସ୍ଥିତିରେ ମହମ୍ମଦ ସିରାଜଙ୍କୁ ଏକ ସୁଯୋଗ ଦିଆଯାଇଛି।

ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି ପ୍ରାରମ୍ଭିକ ବିପର୍ଯ୍ୟୟୁ ଘଟିଛି ଦଳ ଲଞ୍ଚ ପର୍ଯ୍ୟନ୍ତ ୯୩ ରନ୍‌ରେ ୩ଟି ଉଇକେଟ୍‌ ହରାଇଛି। ଭାରତ ପକ୍ଷରୁ ଓ୍ବାଶିଂଟନ ସୁନ୍ଦର ଦୁଇଟି ଉଇକେଟ୍‌ ନେଇଛନ୍ତି। ଆକାଶଦୀପ ଗୋଟିଏ ଉଇକେଟ୍‌ ନେଇଛନ୍ତି।

କିୱି ଦଳ ଏହି ସିରିଜରେ ୨-୦ ଅଗ୍ରଣୀ ହାସଲ କରିସାରିଛି। ଏଭଳି ପରିସ୍ଥିତିରେ ଟିମ ଇଣ୍ଡିଆ ନିଜକୁ କ୍ଲିନ୍‌ ସୁଇପ୍‌ରୁ ରକ୍ଷା କରିବାକୁ ବାହାରିଛି। ବେଙ୍ଗାଲୁରୁରେ ଖେଳାଯାଇଥିବା ପ୍ରଥମ ଟେଷ୍ଟକୁ ୮ଟି ଉଇକେଟ ଏବଂ ପୁଣେରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟକୁ ୧୧୩ ରନ୍‌ରେ ନ୍ୟୁଜିଲାଣ୍ଡ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri