ଭାଙ୍ଗିଗଲା ପାକିସ୍ତାନ ରାଷ୍ଟ୍ରପତିଙ୍କ ଗୋଡ଼, ବିମାନରୁ ଓହ୍ଲାଇବା ସମୟରେ ପଡିଗଲେ ଜରଦାରୀ

ଇସଲାମାବାଦ,୧।୧୧: ବିମାନରୁ ଓହ୍ଲାଇବା ସମୟରେ ପାକିସ୍ତାନ ରାଷ୍ଟ୍ରପତି ଆସିଫ ଅଲି ଜରଦାରୀ ତଳେ ପଡି ଯାଇଥିଲେ ଫଳରେ ତାଙ୍କ ଗୋଡ ଭାଙ୍ଗି ଯାଇଥିବା ସୂଚନା ମିଳିଛି। ବୁଧବାର ରାତିରେ ଏହି ଘଟଣା ଘଟିଛି। ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ ଜରଦାରୀ ଆହତ ହୋଇଥିଲେ।
ଗୁରୁବାର ରାତିରେ ପାକିସ୍ତାନର ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ଏହା ନିଶ୍ଚିତ କରିଛି। ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ଯେ ବିମାନ ଅବତରଣ ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ପରୀକ୍ଷା ପରେ ଡାକ୍ତରମାନେ ତାଙ୍କ ଗୋଡରେ ପ୍ଲାଷ୍ଟର ଲଗାଇଛନ୍ତି। ଡାକ୍ତରଙ୍କ କହିବାନୁସାରେ, ପ୍ଲାଷ୍ଟର ଏକ ମାସ ପାଇଁ ରହିବ । ତଥାପି, ସେ ବିପଦମୁକ୍ତ ଅଛନ୍ତି।

ପ୍ଲାଷ୍ଟର ଲଗାଇବା ପରେ ଡାକ୍ତରମାନେ ରାଷ୍ଟ୍ରପତି ଆସିଫ ଅଲି ଜରଦାରୀଙ୍କୁ ଘରକୁ ପଠାଇଛନ୍ତି। ତାଙ୍କୁ ସମ୍ପୂର୍ଣ୍ଣ ବିଶ୍ରାମ ନେବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ପାକିସ୍ତାନୀ ଖବରକାଗଜ ଡନ ଅନୁଯାୟୀ ଆସିଫ ଅଲି ଜରଦାରୀଙ୍କୁ ପୂର୍ବରୁ ମଧ୍ୟ ଅନେକ ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥିଲା। ଗତ ବର୍ଷ ମାର୍ଚ୍ଚରେ ସେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ମଧ୍ୟ ତାଙ୍କର ଗୋଟିଏ ଚକ୍ଷୁ ଅସ୍ତ୍ରୋପଚାର କରିଥିଲେ।
୨୦୨୨ରେ, ସେ ଏକ ସପ୍ତାହ ପାଇଁ କରାଚିର ଡକ୍ଟର ଜିଆଉଦ୍ଦିନ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେତେବେଳେ ସେ ଛାତି ସଂକ୍ରମଣରେ ପୀଡିତ ଥିଲେ। ତେବେ ଜରଦାରୀଙ୍କ ବ୍ୟକ୍ତିଗତ ଡାକ୍ତର ତଥା ଘନିଷ୍ଠ ବନ୍ଧୁ ଡକ୍ତେର ଅସୀମ ହୁସେନ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଲେଖିଛନ୍ତି ଯେ ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟ ଭଲ ଅଛି। ପିପିପି ଅଧ୍ୟକ୍ଷ ବିଲାୱଲ ଭୁଟ୍ଟୋ ଆସିଫ ଅଲି ଜରଦାରୀଙ୍କ ପୁଅ।


Enter your email to get our daily news in your inbox.

All Right Reserved By Dharitri.Com

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri