Posted inଜାତୀୟ

ଭାଜପା ଉପରେ ବଡ଼ ଅଗିଯୋଗ ଆଣିଲା କଂଗ୍ରେସ, କହିଲା ଜନତାଙ୍କୁ ବୋକା ବନଉଛି

ରାଞ୍ଚି,୨।୧୧: ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ପାଇଁ ଭୋଟ ଦେବାର ତାରିଖ ଯେତେ ପାଖେଇ ଆସୁଛି, ରାଜନୈତିକ ଦଳ ମଧ୍ୟରେ କଥା କଟାକଟି ବଢିବାରେ ଲାଗିଛି। ଏବେ ଭାଜପାର ଅଭିଯୋଗକୁ ନେଇ କଂଗ୍ରେସ ପୁଣିଥରେ ପ୍ରତିକ୍ରିୟା ଦେଇଛି। କଂଗ୍ରେସ ଶନିବାର ଦାବି କରିଛି ଯେ ‘ଭାରତୀୟ ଜାତୀୟ ବିକାଶମୂଳକ ଅନ୍ତର୍ଭୂକ୍ତ ଆଲାଇନ୍ସ’ ବା ଇଣ୍ଡିଆନ ନ୍ୟାଶନାଲ ଡେଭଲପମେଣ୍ଟାଲ ଇନକ୍ଲୁସିଭ ଆଲାଏନ୍ସ (ଇଣ୍ଡିଆ) କାର୍ଯ୍ୟ ଆଧାରରେ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ଜନସାଧାରଣଙ୍କ ସମର୍ଥନ ଲୋଡିଛି, କିନ୍ତୁ ଘୃଣା ରାଜନୀତି କରି ଭାଜପା ଲୋକଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଛି।
କଂଗ୍ରେସ ଦଳର ସାଧାରଣ ସମ୍ପାଦକ ଜୟରାମ ରମେଶ ଏହା ମଧ୍ୟ କହିଛନ୍ତି ଯେ ଝାଡ଼ଖଣ୍ଡର ଲୋକମାନେ କୌଣସି ପ୍ରକାର ପ୍ରତାରଣାରେ ପଡ଼ିବେ ନାହିଁ ଏବଂ କଂଗ୍ରେସ ସମର୍ଥିତ ମିଳିତ ମଞ୍ଚକୁ ପୁନର୍ବାର ସେବା କରିବାର ସୁଯୋଗ ଦେବ। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ପୋଷ୍ଟ କରି ରମେଶ ଲେଖିଛନ୍ତି ଯେ ଗତ ପାଞ୍ଚ ବର୍ଷ ମଧ୍ୟରେ ଝାଡ଼ଖଣ୍ଡର ‘ଇଣ୍ଡିଆ’ ମେଣ୍ଟ ସରକାର ରାଜ୍ୟବାସୀଙ୍କ ଉନ୍ନତି ପାଇଁ ଅନେକ ପଦକ୍ଷେପ ନେଇଛନ୍ତି। ଶିକ୍ଷାଠାରୁ ଆରମ୍ଭ କରି ସ୍ବାସ୍ଥ୍ୟ ପର୍ଯ୍ୟନ୍ତ ଏବଂ ଗୃହଠାରୁ ଆରମ୍ଭ କରି ସୁରକ୍ଷା ପର୍ଯ୍ୟନ୍ତ କ୍ଷେତ୍ରଗୁଡିକରେ ଉତ୍କୃଷ୍ଟ କାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…

ଭୁବନେଶ୍ବର, ୨/୧:  ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ...

‘କେହି ଟି-୨୦ ବିଶ୍ୱକପ ଦେଖିବେ ନାହିଁ…’ ଆଇସିସି ଉପରେ ବର୍ଷିଲେ ଅଶ୍ୱିନ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୧: ପୂର୍ବତନ ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରବିଚନ୍ଦ୍ରନ ଅଶ୍ୱିନ ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ସମ୍ପର୍କରେ ନିଜର ନିରାଶା ପ୍ରକାଶ କରିଛନ୍ତି। ଅଶ୍ୱିନ କହିଛନ୍ତି ,...

ଯୁବକଙ୍କୁ ଦଳି ମାରିବା ପରେ ବି ଜଗି ରହିଛି ହାତୀ 

ଖୋର୍ଦ୍ଧା,୨।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଭୂଆସୁଣି ପାଟଣା ଗାଁରେ ଯୁବକଙ୍କୁ ଜଣେ ଯୁବକଙ୍କୁ ଏକ ଦନ୍ତା ଦଳି ଦେଇଛି। ମୃତକ ହେଲେ ପ୍ରିୟବ୍ରତ...

ଗ୍ରୀନ ଷ୍ଟିକର ନେଇ ପରିବହନ ବିଭାଗର ବଡ଼ ଘୋଷଣା, ସବୁ RTOରେ ଖୋଲିବ….

ଭୁବନେଶ୍ବର, ୨/୧:  ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ ଷ୍ଟିକର । ପଲ୍ୟୁସନ କରିଥିବା ଗାଡିରେ ଲଗାଇପାରିବେ ଲୋକେ । ଏନେଇ ପରିବହନ ବିଭାଗ ପକ୍ଷରୁ...

ବିରାଟ-ରୋହିତଙ୍କୁ ଦେଖିବାକୁ ପ୍ରଶଂସକଙ୍କ ପ୍ରବଳ ଉତ୍ସାହ: ୮ ମିନିଟ୍‌ରେ ସରିଗଲା ଭାରତ ବନାମ ନ୍ୟୁଜିଲାଣ୍ଡ ଟିକେଟ

ନୂଆଦିଲ୍ଲୀ,୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ ଜାନୁଆରୀ ୧୧, ୨୦୨୬ରେ ଆରମ୍ଭ ହେବାକୁ ଯାଉଛି। ଏହି ହାଇ-ଭୋଲଟେଜ ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହିତ।...

ରାଗିକି ପଞ୍ଚମ ହୋଇଗଲେ ଜାଭେଦ ଅଖତର: ଦେଇଦେଲେ ଏମିତି ଧମକ

ପ୍ରବୀଣ ଗୀତିକାର ଜାଭେଦ ଅଖତର ପ୍ରତ୍ୟେକ ପ୍ରସଙ୍ଗରେ ସ୍ପଷ୍ଟ ମତ ରଖିବା ପାଇଁ ଜଣାଶୁଣା। ଅନ୍ୟ ଅନେକ ତାରକାଙ୍କ ପରି, ଆଜିକାଲି ସେ ମଧ୍ୟ ଡିପ୍‌ଫେକ୍‌ର...

ଇନ୍ଦୋରରେ ବିଷାକ୍ତ ପାଣି ଯୋଗୁ ୧୫ ଜଣଙ୍କ ମୃତ୍ୟୁ, ବାନ୍ତି -ଝାଡ଼ାରେ ୩୩୮ ଆକ୍ରାନ୍ତ, ଆଇସିୟୁରେ ୩୨ ରୋଗୀ

ଇନ୍ଦୋର,୨।୧: ମଧ୍ୟପ୍ରଦେଶ ଇନ୍ଦୋରର ଭାଗୀରଥପୁରାରେ ଦୂଷିତ ପାଣି ଯୋଗୁ ଅସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୩୩୮ ଜଣ ନୂଆ ରୋଗୀ...

ଆସନ୍ତାକାଲି ଦେଖିବାକୁ ମିଳିବ ସୁପରମୁନ୍‌, ତା’ ପରେ ଆଉ କେବେ ଜାଣନ୍ତୁ…

ଭୁବନେଶ୍ୱର,୨ା୧: ଆସନ୍ତାକାଲି ଅର୍ଥାତ୍‌ ଶନିବାର ଆକାଶରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ। ବର୍ଷର ପ୍ରଥମ ‘ସୁପରମୁନ’ ଦେଖିବାକୁ ମିଳିବ। ପୌଷ ପୂର୍ଣ୍ଣିମା ତିଥିରେ ପ୍ରଥମ ‘ସୁପରମୁନ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri