ହାରିଲେ ଫଳାଫଳକୁ ଚ୍ୟାଲେଞ୍ଜ କରିପାରନ୍ତି ଟ୍ରମ୍ପ୍‌

ନ୍ୟୁୟର୍କ, ୩।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ୭୨ ଘଣ୍ଟାରୁ କମ୍‌ ସମୟ ରହିଛି। ଭୋଟିଂର ଠିକ୍‌ ପୂର୍ବରୁ ଉଭୟ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍‌ ଓ ଡେମୋକ୍ରାଟ ପ୍ରାର୍ଥୀ କମଲା ହାରିସ ଶନିବାର ନିଜ ସପକ୍ଷରେ ମତଦାତାଙ୍କୁ ଆଣିବା ପାଇଁ ଜୋର୍‌ଦାର ପ୍ରଚାର କରିଛନ୍ତି। ଏକ ଆମେରିକୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ନିର୍ବାଚନ ହାରିବା ସ୍ଥିତିରେ ଟ୍ରମ୍ପ୍‌ ଫଳାଫଳକୁ ସ୍ବୀକାର କରିବେ ନାହିଁ। ଏପରି ସ୍ଥଳେ ସେ ନିର୍ବାଚନ ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରିବା ପାଇଁ ପ୍ରସ୍ତୁତ ରହିଛନ୍ତି। ଉକ୍ତ ରିପୋର୍ଟ ଅନୁଯାୟୀ, ନିର୍ବାଚନ ଫଳାଫଳକୁ ରିଗିଂ କରାଯିବାର ସମ୍ଭାବନା ରହିଛି ବୋଲି ଟ୍ରମ୍ପ ତାଙ୍କ ପ୍ରତ୍ୟେକ ପ୍ରଚାର ରାଲିରେ କହୁଛନ୍ତି। ସେଥିପାଇଁ ତାଙ୍କୁ ନିର୍ବାଚନରେ ବହୁ ମାତ୍ରାରେ ବିଜୟୀ କରାଇବାକୁ ଟ୍ରମ୍ପ୍‌ ତାଙ୍କ ସମର୍ଥକଙ୍କୁ ଅପିଲ କରୁଛନ୍ତି। ଶୁକ୍ରବାର ଆରିଜୋନାରେ ଏକ ନିର୍ବାଚନ ପ୍ରଚାର କାର୍ଯ୍ୟକ୍ରମରେ ଟ୍ରମ୍ପ କହିଛନ୍ତି, ତାଙ୍କର ବିଜୟ ସୁନିଶ୍ଚିନ୍ତ। କେବଳ ଡେମୋକ୍ରାଟ୍‌ଙ୍କ ପକ୍ଷରୁ ନିର୍ବାଚନ ପ୍ରକ୍ରିୟାରେ ଅନିୟମିତତା କରାଗଲେ ହିଁ ସେ ହାରିବାର ସମ୍ଭାବନା ରହିଛି। ଚଳିତ ଆମେରିକା ରାଷ୍ଟ୍ରପତି ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା ରହୁନାହିଁ ବୋଲି ଟ୍ରମ୍ପ୍‌ ବାରମ୍ବାର ତାଙ୍କର କହୁଥିବା ଏହି ରିପୋର୍ଟରେ ଉଲ୍ଲେଖ ରହିଛି। ତେଣୁ ନିର୍ବାଚନରେ ହାରିବା ସ୍ଥିତିରେ ସେ ଫଳାଫଳକୁ ଗ୍ରହଣ କରିବେ ନାହିଁ ବୋଲି ଆଶଙ୍କା ପ୍ରକାଶ ପାଇଛି। ଚଳିତ ରାଷ୍ଟ୍ରପତି ନିର୍ବାଚନରେ ଟ୍ରମ୍ପ୍‌ଙ୍କୁ ବିଜୟୀ କରାଇବା ପାଇଁ ରିପବ୍ଲିକାନ ନ୍ୟାଶନାଲ କମିଟି ପକ୍ଷରୁ ‘ଇଲେକ୍ସନ ଇଣ୍ଟିଗ୍ରିଟି’ ଅଭିଯାନ ଅନ୍ତର୍ଗତ ନିର୍ବାଚନର ସ୍ବଚ୍ଛତାକୁ ତଦାରଖ କରିବା ପାଇଁ ୨ ଲକ୍ଷ ୩୦ ହଜାରରୁ ଅଧିକ ସ୍ବେଚ୍ଛାସେବୀଙ୍କୁ ନିୟୋଜିତ କରାଯାଇ ତାଲିମ ଦିଆଯାଉଛି। ବିଭିନ୍ନ ନିର୍ବାଚନୀ ଅନିୟମିତତାକୁ ନେଇ ୧୩୦ରୁ ଅଧିକ ମକଦ୍ଦମା ଦାଏର କରାଯାଇଛି।
ଆମେରିକା ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଟ୍ରମ୍ପଙ୍କ ସପକ୍ଷରେ ଯାଇ ନ ଥିଲା। ସେ ତତ୍କାଳୀନ ଡେମୋକ୍ରାଟ ପ୍ରାର୍ଥୀ ତଥା ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କଠାରୁ ପରାଜିତ ହୋଇଥିଲେ। ସେତେବେଳେ ସମ୍ପୂର୍ଣ୍ଣ ଫଳାଫଳ ଘୋଷଣାର ଯଥେଷ୍ଟ ପୂର୍ବରୁ ହ୍ବାଇଟ ହାଉସରେ ଥିବା ଟ୍ରମ୍ପ ନିଜକୁ ବିଜେତା ଘୋଷଣା କରିଦେଇଥିଲେ। କିନ୍ତୁ ପୂରା ଫଳାଫଳ ଆସିବା ପରେ ସେ ପରାଜିତ ହୋଇଥିଲେ। ନିର୍ବାଚନରେ ରିଗିଂ ହୋଇଥିବା ଅଭିଯୋଗ କରି ଫଳାଫଳକୁ ତାଙ୍କ ସପକ୍ଷରେ ବଦଳାଇବା ପାଇଁ ଟ୍ରମ୍ପ ଆଇନଗତ ଲଢ଼େଇର ଆଶ୍ରୟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri