Posted inଜାତୀୟ

ଭାଜପାର ବଡ଼ ଆକ୍ସନ, ଅଧ୍ୟକ୍ଷ ପଦରୁ ହଟିଲେ ରବୀନ୍ଦ୍ର

ଶ୍ରୀନଗର,୩।୧୧: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ପରେ ଭାଜପା ବର୍ତ୍ତମାନ ସଂଗଠନରେ ପରିବର୍ତ୍ତନ ଆଣିବା ଆରମ୍ଭ କରିଛି। ଭାଜପା ସତ ଶର୍ମାଙ୍କୁ ଜମ୍ମୁ କଶ୍ମୀର ଭାଜପାର ନୂତନ ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛି। ଦଳ ପକ୍ଷରୁ ଜାରି ଏକ ଚିଠିରେ କୁହାଯାଇଛି ଯେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସତ ଶର୍ମାଙ୍କୁ ଭାରତୀୟ ଜନତା ପାର୍ଟି ଜମ୍ମୁ କଶ୍ମୀରର ପ୍ରଦେଶ ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି।
ଜମ୍ମୁ କଶ୍ମୀର ଭାଜପା ସଭାପତି ପଦରୁ ହଟାଯିବା ପରେ ରବିନ୍ଦ୍ର ରାଇନାଙ୍କୁ ଦଳର ଜାତୀୟ କାର୍ଯ୍ୟନିର୍ବାହୀ ସଦସ୍ୟ ଭାବେ ନିଯୁକ୍ତି ଦିଆଯାଇଛି। ଆପଣଙ୍କୁ କହିରଖୁଛୁ ଯେ ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ପୂର୍ବରୁ ଦଳ ସତ ଶର୍ମାଙ୍କୁ ରାଜ୍ୟର କାର୍ଯ୍ୟକାରୀ ସଭାପତି ଭାବରେ ନିଯୁକ୍ତ କରିଛି।

ସୂଚନାଯୋଗ୍ୟ, ଜମ୍ମୁ କଶ୍ମୀର ଭଜେପାର ନୂତନ ଅଧ୍ୟକ୍ଷ ସତ ଶର୍ମା ଏହି ପଦବୀରେ ରହିଆସିଛନ୍ତି। ସଂଗଠନରେ କାର୍ଯ୍ୟ କରିବାର ତାଙ୍କର ଅଭିଜ୍ଞତା ଅଛି। ପାର୍ଟି ସୂତ୍ର ଅନୁଯାୟୀ, ରବିନ୍ଦ୍ର ରାଇନାଙ୍କ କାର୍ଯ୍ୟକାଳ ବହୁ ପୂର୍ବରୁ ଶେଷ ହୋଇଥିଲା। ସେ ୨୦୧୮ରୁ ଏହି ପଦବୀରେ ଥିଲେ। ଦଳ ସୂତ୍ରରୁ ପ୍ରକାଶ ଯେ ଦଳ ସାଂଗଠନିକ ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଛି, ତେଣୁ ନେତୃତ୍ୱରେ ପରିବର୍ତ୍ତନ ଏକ ପ୍ରାକୃତିକ ପ୍ରକ୍ରିୟା। ସେ କହିଛନ୍ତି ଆଗାମୀ ଦିନରେ ଦଳ ଅନେକ ରାଜ୍ୟରେ ନୂତନ ଅଧ୍ୟକ୍ଷ ପାଇବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri