Posted inଖେଳ

ବିସିସିଆଇ ଟାର୍ଗେଟରେ ସିନିୟର: ୨ ଖେଳାଳିଙ୍କୁ ଦେଇପାରେ ଅବସର

ମୁମ୍ବାଇ,୩ା୧୧: ସିରିଜ୍‌ ହ୍ବାଇଟ୍‌ ଓ୍ବାଶ୍‌ ପରେ ବିସିସିଆଇର ନଜର କିଛି ସିନିୟର ଖେଳାଳିଙ୍କ ଉପରେ ରହିଛି। ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍‌ ଶେଷ ହେବା ପରେ ସିନିୟର ଖେଳାଳି ଦଳରୁ ବାହାର ହୋଇପାରନ୍ତି ବୋଲି ଆଲୋଚନା ହେଉଛି। ବିସିସିଆଇ ରାଡାରରେ ବିରାଟ କୋହଲି, ରୋହିତ ଶର୍ମା, ରବିଚନ୍ଦ୍ରନ ଅଶ୍ୱିନ ଓ ରବୀନ୍ଦ୍ର ଜାଡେଜାଙ୍କ ମଧ୍ୟରୁ ଅନୁନ୍ୟ ୨ ଜଣ ଖେଳାଳିଙ୍କୁ ଅବସର ଦେବାର ଯୋଜନା ରହିଛି।

ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀର, ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଓ ଅଧିନାୟକ ରୋହିତ ଶର୍ମାଙ୍କ ମଧ୍ୟରେ ଏକ ବୈଠକ ପରେ ଚୂଡାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଜଣାପଡ଼ିଛି। ସେପଟେ ନ୍ୟୁଜିଲାଣ୍ଡ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜରେ ହ୍ବାଇଟ ଓ୍ବାଶ୍‌ ପରେ ବ୍ୟାଟରଙ୍କ ପ୍ରଦର୍ଶନକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା। ଆଗାମୀ ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍‌ ପୂର୍ବରୁ ଏହା ଟିମ୍‌ ମ୍ୟାନେଜମେଣ୍ଟର ଚିନ୍ତା ବଢ଼ାଇଛି ବୋଲି ରୋହିତ କହିଛନ୍ତି।

ତେବେ ଅଷ୍ଟ୍ରେଲିଆରେ ଭାରତୀୟ ଦଳ ଚମତ୍କାର ପ୍ରଦର୍ଶନ କରିବ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ରୋହିତ ଶର୍ମା ନିଜେ ଏହି ସିରିଜ୍‌ରେ ୯୧ ରନ୍‌ କରିଥିବା ବେଳେ ବିରାଟ କୋହଲି ମାତ୍ର ୯୩ ରନ୍‌ କରିଥିଲେ। ଦୁଇ ସିନିୟର ବ୍ୟାଟର ଖରାପ ପ୍ରଦର୍ଶନ କରିବା ଦଳ ପାଇଁ ଚିନ୍ତାର କାରଣ ପାଲଟିଛି। ରୋହିତ କହିଛନ୍ତି, ଯାହା ହେବା କଥା ହୋଇ ସାରିଲାଣି। ବର୍ତ୍ତମାନ ଏହାକୁ ଚିନ୍ତା ନ କରି କିଭଳି ଅଷ୍ଟ୍ରେଲିଆ ବିପକ୍ଷରେ ଭଲ ପ୍ରଦର୍ଶନ କରିବାକୁ ହେବ ତା’ ଉପରେ ଧ୍ୟାନ କେନ୍ଦ୍ରିତ କରିବାକୁ ହେବ । ବର୍ତ୍ତମାନ ଭାରତ ଡବ୍ଲ୍ୟୁଟିସି ଫାଇନାଲ ଉପରେ ଧ୍ୟାନ ନ ଦେଇ ଅଷ୍ଟ୍ରେଲିଆ ସିରିଜ୍‌ ଉପରେ ଫୋକସ୍‌ କରିବା ଉଚିତ ବୋଲି ସେ କହିଛନ୍ତି। ଅଷ୍ଟ୍ରେଲିଆରେ ଟେଷ୍ଟ କ୍ରିକେଟ ଖେଳିବା ଆଦୌ ସହଜ ହୋଇ ନ ଥାଏ। ତେଣୁ ଏହି ସିରିଜ୍‌ ଉପରେ ଧ୍ୟାନ ଦେବାର ସମୟ ଆସି ଯାଇଛି ବୋଲି ରୋହିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି...

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri