ମାଣ୍ଡିପଙ୍କା ଆମ୍ବଟାକୁଆ ଖାଇ ମୃତ୍ୟୁ ଘଟଣା: ସରକାରଙ୍କ ଉପରେ ବର୍ଷିଲେ ବାମପନ୍ଥୀ ଦଳର ପ୍ରତିନିଧି ମଣ୍ଡଳୀ

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଜାଉ ଖାଇ ଦୁଇ ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଚିକିତ୍ସାଧୀନ ଅଛନ୍ତି। ଘଟଣା ଘଟିବା ପରେ ବିଭିନ୍ନ ରାଜନୈତିକ ଦଳ ମାଣ୍ଡିପଙ୍କାକୁ ଆସୁଛନ୍ତି। ଘଟଣା ପାଇଁ ସରକାରୀ କଳକୁ ଦାୟୀ କରୁଥିବା ଦେଖିବାକୁ ମିଳିଛି। ଏହି ଅବସରେ ଅଲ୍‌ ଇଣ୍ଡିଆ ଫରଓ୍ବାଡ୍‌ ବ୍ଲକ, ସିପିଆଇ ଏବଂ ସିପିଆଇ (ଏମ୍‌.ଏଲ) ଲିବରେଶନ ଦଳର ଏକ ରାଜ୍ୟସ୍ତରୀୟ ପ୍ରତିନିଧିମଣ୍ଡଳୀର ବରିଷ୍ଠ ସିପିଆଇ ନେତା ତଥା ପୂର୍ବତନ ବିଧାୟକ ଏନ୍‌. ନାରାୟଣ ରେଡ୍ଡୀଙ୍କ ସମେତ ସିପିଆଇ (ଏମ୍‌ଏଲ୍‌) ଲିବରେଶନର ରାଜ୍ୟ ସମ୍ପାଦକ ଯୁଧିଷ୍ଠିର ମହାପାତ୍ର, ଅଲ୍‌ ଇଣ୍ଡିଆ ଫରଓ୍ବାର୍ଡ୍‌ ବ୍ଲକ୍‌ର ରାଜ୍ୟ ସାଧାରଣ ସମ୍ପାଦକ ଜ୍ୟୋତିରଞ୍ଜନ ମହାପାତ୍ର, ଆଦିବାସୀ ମହାସଭାର ନେତା ତିରୁପତି ଗମାଙ୍ଗ, ଅଲ୍‌ ଇଣ୍ଡିଆ ଷ୍ଟୁଡେଣ୍ଟସ ବ୍ଲକର ରାଜ୍ୟ ସମ୍ପାଦିକା ଦିଶା ଆଜାଦ, ଛାତ୍ରନେତା ରାଜୁ ମାଡକାମୀ ପ୍ରମୁଖ ମାଣ୍ଡିପଙ୍କା ଗସ୍ତ କରି ମୃତକ ଓ ଗୁରୁତରଙ୍କ ପରିବାରକୁ ଭେଟିବା ସହ ସରକାରୀ କଳରେ ଅବହେଳା ଚାଉଳ ପ୍ରଦାନ ବିଳମ୍ବ ଏଭଳି ଏକାଧିକ ଅଭିଯୋଗ ଆଣି ବର୍ଷିଥିଲେ। ଏହି ଗସ୍ତ ସମୟରେ ନେଟଓ୍ବର୍କ ସ୍ଥାପନ ସହ କ୍ଷତିପୂରଣ ବାବଦକୁ ୫୦ ଲକ୍ଷ ଟଙ୍କା ଦେବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri