ଓଡ଼ିଶା ରାଜ୍ୟପାଳଙ୍କ ବିରୋଧରେ ନିଆଯାଉ ଦୃଢ଼ କାର୍ଯ୍ୟାନୁଷ୍ଠାନ: କାହିଁକି ଏମିତି କହିଲେ ଜୟରାମ ରମେଶ

ରାଞ୍ଚି,୪।୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ବାରମ୍ବାର ସାମ୍ପ୍ରଦାୟିକ ବୟାନବାଜି କରୁଥିବା ଦର୍ଶାଇ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଲ୍‌ ଇଣ୍ଡିଆ କଂଗ୍ରେସ କମିଟି(ଏଆଇସିସି) ସାଧାରଣ ସମ୍ପାଦକ ଜୟରାମ ରମେଶ ସୋମବାର ନିର୍ବାଚନ ଆୟୋଗ(ଇସି)ଙ୍କୁ ଏକ ପତ୍ର ଲେଖିଛନ୍ତି। ସେହିପରି ଓଡ଼ିଶା ରାଜ୍ୟପାଳ ରଘୁବର ଦାସ୍‌ ଜାମସେଦପୁରରେ ରହି ଭାଜପା ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରୁଥିବା ସେ କହିଛନ୍ତି। ଏକ ରାଜ୍ୟର ସାମ୍ବିଧାନିକ ମୁଖ୍ୟ ପଦରେ ଥାଇ ରଘୁବର କିପରି ଏକ ନିର୍ଦ୍ଦିଷ୍ଟ ଦଳର ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି ବୋଲି ପ୍ରଶ୍ନ କରିବା ସହ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ଇସିଙ୍କୁ ଦାବି କରିଛନ୍ତି।

ତେବେ ପୂର୍ବରୁ ହରିୟାଣା ବିଧାନସଭା ନିର୍ବାଚନ ଫଳାଫଳରେ ୨୦ଟି ଆସନରେ ଅନିୟମିତତା ହୋଇଥିବା ନେଇ କଂଗ୍ରସର ଅଭିଯୋଗକୁ ଇସି ଖାରଜ କରିଦେଇଥିଲେ। ଏହାକୁ ନେଇ ରମେଶ କହିଛନ୍ତି, ଇସିଙ୍କ ନିକଟରେ ଅଭିଯୋଗ କରିବା ହେଉଛି ସମସ୍ତ ରାଜନୈତିକ ଦଳଙ୍କର ଗଣତାନ୍ତ୍ରିକ ଅଧିକାର। ଏକ ସାମ୍ବିଧାନିକ ସଂସ୍ଥା ଭାବେ ନିର୍ବାଚନ ପ୍ରକ୍ରିୟାକୁ ନେଇ କଂଗ୍ରେସ ସମେତ ବିଭିନ୍ନ ବିରୋଧୀ ଦଳର ଅଭିଯୋଗଗୁଡ଼ିକୁ ଇସିଙ୍କ ପକ୍ଷରୁ ଗୁରୁତର ଭାବେ ଦୃଷ୍ଟି ଦେବାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri