କାନାଡା ହିନ୍ଦୁ ମନ୍ଦିରରେ ଖଲିସ୍ତାନୀଙ୍କ ଆକ୍ରମଣ

ଓଟ୍ଟାଓ୍ବା/ନୂଆଦିଲ୍ଲୀ,୫ା୧୧: କାନାଡାର ଓଣ୍ଟାରିଓ ଅନ୍ତର୍ଗତ ବ୍ରାମ୍ପ୍‌ଟନ୍‌ଠାରେ ଥିବା ହିନ୍ଦୁ ମନ୍ଦିର ଉପରେ ଖଲିସ୍ତାନୀ ଆତଙ୍କବାଦୀମାନେ ରବିବାର ଆକ୍ରମଣ କରିଛନ୍ତି। ସେଠାରେ ଥିବା ହିନ୍ଦୁମାନଙ୍କୁ ମାଡ଼ ମରାଯାଇଛି। ଏପରିକି ଆକ୍ରମଣର ପ୍ରତିବାଦରେ ହିନ୍ଦୁମାନେ ବିକ୍ଷୋଭ କରୁଥିବାବେଳେ କାନାଡା ପୋଲିସ ସେମାନଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଭାରତୀୟ ପତାକା ଧରି ମନ୍ଦିର ଯାଉଥିବା ଲୋକମାନଙ୍କୁ ପୋଲିସ ଆକ୍ରମଣ କରୁଥିବା ଭିଡିଓରୁ ଦେଖିବାକୁ ମିଳିଛି। କାନାଡାର ଜଣେ ଖବରଦାତା ଉକ୍ତ ଭିଡିଓ ଶେୟାର କରିଛନ୍ତି।
ଅନ୍ୟପକ୍ଷରେ ହିନ୍ଦୁ ମନ୍ଦିର ଉପରେ ଆକ୍ରମଣକୁ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ନିନ୍ଦା କରିଛନ୍ତି। ହିନ୍ଦୁ ସଭା ମନ୍ଦିରରେ ଯେଉଁ ଆକ୍ରମଣ ଘଟିଲା, ତାହା ଗ୍ରହଣୀୟ ନୁହେଁ। କାନାଡାର ପ୍ରତ୍ୟେକ ନାଗରିକ ସ୍ବାଧୀନ ଏବଂ ସୁରକ୍ଷିତ ଭାବେ ପୂଜାର୍ଚ୍ଚନା କରିବା ଅଧିକାର ରହିଥିବା ଟ୍ରୁଡୋ କହିଛନ୍ତି। ପିଲ୍‌ ରିଜିଓନାଲ ପୋଲିସ କହିବା ଅନୁଯାୟୀ, ବ୍ରାମ୍ପ୍‌ଟନସ୍ଥିତ ହିନ୍ଦୁ ମନ୍ଦିରରେ ବିକ୍ଷୋଭ ବେଳେ ବିକ୍ଷୋଭକାରୀମାନେ ଖଲିସ୍ତାନ ସମର୍ଥନରେ ବ୍ୟାନର ଧରିଥିବା ସୋସିଆଲ ମିଡିଆରେ ପ୍ରସାରିତ ଭିଡିଓରୁ ଦେଖିବାକୁ ମିଳିଛି। ହିନ୍ଦୁସଭା ମନ୍ଦିର ନିକଟରେ ଲୋକମାନେ ମୁଥ ମରାମରି ହେବା ସହ ଲାଠିରେ ଆକ୍ରମଣ କରିଥିଲେ ବୋଲି ଭିଡିଓରେ ଦେଖାଯାଇଥିବା କାନାଡା ବ୍ରଡ୍‌କାଷ୍ଟିଂ କର୍ପୋରେଶନ ରିପୋର୍ଟରେ କୁହାଯାଇଛି।
କାନାଡାରେ ହିନ୍ଦୁମାନଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣକୁ ନେଇ ଭାରତ ସୋମବାର ଗଭୀର ଉଦ୍‌ବେଗ ପ୍ରକାଶ କରିଛି। ଉପାସନା ସ୍ଥଳୀଗୁଡ଼ିକର ସୁରକ୍ଷା ସୁନିଶ୍ଚିତ କରିବାକୁ ନୂଆଦିଲ୍ଲୀ କାନାଡା ସରକାରଙ୍କୁ କହିଛି। ଯେଉଁମାନେ ହିଂସା ସହ ସମ୍ପୃକ୍ତ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବା ଆଶା କରୁଛୁ ବୋଲି ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ରଣଧୀର ଜୟସ୍ବାଲ କହିଛନ୍ତି। ଖଲିସ୍ତାନୀ ପତାକା ଧରିଥିବା ବିକ୍ଷୋଭକାରୀମାନେ ହିନ୍ଦୁସଭା ମନ୍ଦିରରେ ପ୍ରବେଶ କରି ଆକ୍ରମଣ କରିଥିଲେ। ଓଟ୍ଟାଓ୍ବାରେ ଥିବା ଭାରତୀୟ ହାଇକମିଶନ ଏହାକୁ ଦୃଢ଼ ନିନ୍ଦା କରିଛନ୍ତି।
କାନାଡା ଏମ୍‌ପି ଚନ୍ଦ୍ର ଆର୍ଯ୍ୟ ମଧ୍ୟ ମନ୍ଦିର ଆକ୍ରମଣକୁ ନିନ୍ଦା କରିଛନ୍ତି। ଖଲିସ୍ତାନୀ ଆତଙ୍କବାଦୀମାନେ ସବୁ ସୀମା ଅତିକ୍ରମ କରିଯାଇଥିବା ସେ କହିଛନ୍ତି। ମନ୍ଦିର ଆକ୍ରମଣକୁ କାନାଡାର ବିରୋଧୀ ଦଳ ନେତା ପିଏରେ ପୋଇଲେଭ୍ରେ, ଟରଣ୍ଟୋ ଏମ୍‌ପି କେଭିନ୍‌ ଭୁଓଙ୍ଗଙ୍କ ସମେତ ବହୁ ନେତା ନିନ୍ଦା କରିଛନ୍ତି। ହିନ୍ଦୁମାନଙ୍କୁ ସୁରକ୍ଷା ଦେବାରେ ଆମ ନେତାମାନେ ବିଫଳ ହୋଇଥିବା ଟରଣ୍ଟୋ ଏମ୍‌ପି କହିଛନ୍ତି। ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ ଚିନ୍ତାଜନକ ବୋଲି ବିଶ୍ୱ ହିନ୍ଦୁ ପରିଷଦ କହିଛି। ସୁରକ୍ଷା ପ୍ରଦାନ ପାଇଁ ଭାରତୀୟ କନ୍‌ସୁଲେଟ୍‌ ବହୁ ପୂର୍ବରୁ କାନାଡା ପ୍ରଶାସନକୁ ନିବେଦନ କରିଥିଲେ ମଧ୍ୟ ସେମାନେ ଉଦ୍ଦେଶ୍ୟମୂଳକ ଭାବେ ଏହାକୁ ଅଣଦେଖା କରିଥିଲେ ବୋଲି ବିଶ୍ୱ ହିନ୍ଦୁ ପରିଷଦର ଅନ୍ତର୍ଜାତୀୟ ଅଧ୍ୟକ୍ଷ ଆଲୋକ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri