ଦିନକରେ ୬ଲକ୍ଷ କୋଟି ହରାଇଲେ ନିବେଶକ

ମୁମ୍ବାଇ,୫।୧୦: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଓ ଭୂ-ରାଜନୈତିକ ବାତାବରଣ ଯୋଗୁ ଭାରତୀୟ ପୁଞ୍ଜି ବଜାର ଓ ଷ୍ଟକ ମାର୍କେଟ କାରବାରରେ ଏକ ପ୍ରକାରର ବଡ ଧରଣର ପ୍ରଭାବ ପଡିଛି। ଏପରିକି ଶେୟାର ବଜାରର ନିବେଶକ ଦିନକରେ (ସୋମବାର) ୬ ଲକ୍ଷ କୋଟିରୁ ଅଧିକ ଟଙ୍କାର ନିବେଶ ବା ପୁଞ୍ଜି ହରାଇଛନ୍ତି।
ଅପରପକ୍ଷରେ କ୍ରମାଗତ ଭାବେ ଶେୟାର ବଜାରର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ପ୍ରଥମ ଦିନରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସଇ) ଏବଂ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସଇ) ର କାରବାରରେ ହ୍ରାସ ଘଟିଛି। ଫଳରେ ୩୦ ଶେୟାର ବିଶିଷ୍ଠ ବିଏସଇ ସେନସେକ୍ସର କାରବାର ପ୍ରାୟ ୪୪୨ ପଏଣ୍ଟ କମି ୭୮,୭୮୨.୨୪ ଅଙ୍କରେ ଥିଲାବେଳେ ଏନଏସଇ ନିଫ୍ଟି କାରବାରରେ ମଧ୍ୟ ୧.୨୭% ହ୍ରାସ ଘଟି ପ୍ରାୟ ୨୪,୦୦୦ (୨୩,୯୯୫.୩୫ ଅଙ୍କ) ଅଙ୍କର ନିକଟବର୍ତ୍ତୀ ହୋଇଥିଲା।
ଉଲ୍ଲେଖଯୋଗ୍ୟ, ସୋମବାର ଶେୟାର ବଜାରର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ପ୍ରାୟ ୪୪୨ ଲକ୍ଷ କୋଟିରେ ପହଞ୍ଚିଥିଲା। ଏପରିକି ପୂର୍ବ କାରବାର (ଶୁକ୍ରାବାର) ଶେଷ ସୁଦ୍ଧା ବଜାର ପୁଞ୍ଜି ପ୍ରାୟ ୪୪୮ ଲକ୍ଷ କୋଟି ଥିଲାବେଳେ ସୋମବାର କାରବାର ଶେଷ ସୁଦ୍ଧା ନିବେଶକମାନେ ୬ଲକ୍ଷ କୋଟିରୁ ଅଧିକ ଟଙ୍କାର ନିବେଶ ହରାଇବାରୁ ବଜାର ପୁଞ୍ଜି ୪୪୨ ଲକ୍ଷ କୋଟିରେ ପହଞ୍ଚିଥିଲା।
ସେହିଭଳି ୩୦ଶେୟାର ବିଶିଷ୍ଟ ବିଏସଇ ସେନସେକ୍ସର ମିଡକ୍ୟାପ କାରବାରରେ ୧.୩% ହ୍ରାସ ଘଟିଥିଲାବେଳେ ସ୍ମଲକ୍ୟାପର କାରବାରରେ ୧.୬୫% କମିଥିଲା। ଏପରିକି ଏନଏସଇ ନିଫ୍ଟର ମିଡକାପ କାରବାରରେ ୧.୨୬% କମି ୫୫,୭୮୪.୫୫ ଅଙ୍କରେ ପହଞ୍ଚିଥିଲାବେଳେ ସ୍ମଲକ୍ୟାପ କାରବାରରେ ମଧ୍ୟ ୨.୦୪% ହ୍ରାସ ଘଟି ୮୯୦୨.୫୦ ଅଙ୍କରେ ରହିଥିଲା। ସେହିପରି ନିଫ୍ଟି ବ୍ୟାଙ୍କିଙ୍ଗ କାରବାର ୪୫୮.୬୫ ପଏଣ୍ଟ କମି ୫୧,୨୧୫.୨୫ ଅଙ୍କରେ ବନ୍ଦ ହୋଇଥିଲା।

ଶେୟାର ବଜାରରେ ହ୍ରାସ

ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନସେକ୍ସ ପ୍ରାୟ ୯୪୨ (୯୪୧.୮୮) ପଏଣ୍ଟ କମି ୭୮,୭୮୨(୭୮,୭୮୨.୨୪) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ ରେ ମଧ୍ୟ ୩୦୯ (୩୦୯.୦୦) ପଏଣ୍ଟ ହ୍ରାସ ଘଟି ୨୩,୯୯୫ (୨୩,୯୯୫.୩୫) ଅଙ୍କରେ କାରବାର ଶେଷ ହୋଇଥିଲା। ଅପରପକ୍ଷରେ ବିଏସଇ ସେନସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନଏସଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ପରିବର୍ତ୍ତନ ହୋଇଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ହ୍ରାସ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri