ବିଓଏମ୍‌ ପକ୍ଷରୁ ସତର୍କତା ସଚେତନତା ସପ୍ତାହ

ଭୁବନେଶ୍ୱର,୫।୧୧: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌) ର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ସତର୍କତା ସଚେତନତା ସପ୍ତାହ ନିକଟରେ ଶେଷ ହୋଇଯାଇଛି। ଏପରିକି ୨୦୨୪ ଅକ୍ଟୋବର ୨୮ରୁ ନଭେମ୍ବର ୩ ପର୍ଯ୍ୟନ୍ତ ସତର୍କତା ସଚେତନତା ସପ୍ତାହ ବିଓଏମ ଅଞ୍ଚଳ କାର୍ଯ୍ୟାଳୟଠାରେ ପାଳନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ବିଓଏମ ପକ୍ଷରୁ ଭୁବନେଶ୍ୱରର ରୁପାଲି ଛକଠାରେ ଏକ ୱାକାଥନ୍‌ର ଆୟୋଜନ ସହ ଦୁର୍ନୀତି ବିରୋଧୀ ପ୍ଲାକାର୍ଡ ପ୍ରଦର୍ଶନ କରାଯାଇଥିଲା। ସେହିଭଳି ବିଓଏମ୍‌ ଭୁବନେଶ୍ୱର ଅଞ୍ଚଳର ଅଞ୍ଚଳ ପ୍ରବନ୍ଧକ ଆଲୋକ କୁମାର ମିଶ୍ରଙ୍କ ମାର୍ଗଦର୍ଶନରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଅବସରରେ ଉପଅଞ୍ଚଳ ପ୍ରବନ୍ଧକ ସଞ୍ଜୀବ କୁମାର ଦାଶ, ସିପିସି ମୁଖ୍ୟ ପ୍ରବନ୍ଧକ ରବିଶଙ୍କର କୁମାର, ଭୁବନେଶ୍ୱର ଶାଖାର ମୁଖ୍ୟ ପ୍ରବନ୍ଧକ ଦୀପକ ଦଣ୍ଡପାଟ ଏବଂ ଅଞ୍ଚଳ ସତର୍କତା ଅଧିକାରୀ ଆଶିଷ କୁମାର ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ପ୍ରତ୍ୟେକ କାରବାରରେ ସ୍ବଚ୍ଛତା ଓ ସଚ୍ଚୋଟତା ବଜାୟ ରଖିବା ସହିତ ନୈତିକ ଆଚରଣରେ ସର୍ବୋଚ୍ଚ ମାନ ବଜାୟ ରଖିବା ଏବଂ ଦୁର୍ନୀତି ବିରୁଦ୍ଧରେ ସ୍ବର ଉତ୍ତୋଳନ କରିବା ଓ ଲାଞ୍ଚ ଦେବା କିମ୍ବା ଗ୍ରହଣ କରିବା ଉପରେ ସଚେତନତା ସୃଷ୍ଟି କରିବା ଏହି ୱାକାଥନ୍‌ର ମୁଖ୍ୟ ଉଦ୍ଦେଶ୍ୟ ଥିଲା ବୋଲି ବ୍ୟାଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri