ସ୍ବାମୀଙ୍କୁ  ଘଛରେ ବାନ୍ଧି, ଆଖି ଆଗରେ ସ୍ତ୍ରୀଙ୍କୁ କଲେ…

କୋରାପୁଟ/ନନ୍ଦପୁର,୫।୧୧(ଅମିତାଭ ବେହେରା): ସ୍ବାମୀଙ୍କୁ ନିସ୍ତୁକ ପିଟିଲେ, ଗଛରେ ବାନ୍ଧିଦେଲେ। ସ୍ତ୍ରୀଙ୍କୁ ମଧ୍ୟ ମାଡ଼ ମାରି ଲହୁଲୁହାଣ କରିଦେଲେ। ସ୍ବାମୀଙ୍କ ଆଖି ଆଗରେ ଛଟଛଟ ହୋଇ ପ୍ରାଣ ହରାଇଲେ ସ୍ତ୍ରୀ। ଏଭଳି ବିଭତ୍ସ, ହୃଦୟ ବିଦାରକ, ଛାତି ଥରାଇଦେଲା ଭଳି ଘଟଣା ଘଟିଛି। କୋରାପୁଟ ଜିଲା ଲମତାପୁଟ ବ୍ଲକ କୁମ୍ଭାରଗଗନ୍ଧନା ପଞ୍ଚାୟତର ହଣ୍ଡାଲତୋଟା ନିକଟ ରାସ୍ତାରେ । ମୃତା ମହିଳା ହେଲେ ସାବିତ୍ରୀ ଖରା।
ସୂଚନାଯୋଗ୍ୟ, ସ୍ବାମୀ ମହେନ୍ଦ୍ର ଖରା ଓ ସାବୀତ୍ରୀ  ସୋମବାର କୌଣସି ଆଧାର କାମରେ ନନ୍ଦପୁର ବ୍ଲକ ଯାଇଥିଲେ।୍‌ ସେଠାରେ କାମ ସାରି ଉଭୟ ବାଇକ ଯୋଗେ ଫେରୁଥିଥିବା ବେଳେ  ହଣ୍ଡାଲତୋଟା ନିକଟରେ ରାସ୍ତାରେ ୪ ଦୁର୍ବୃତ୍ତ ଉଭୟଙ୍କୁ  ଅଟକାଇଥିଲେ। ପରେ ହଠାତ୍‌  ମହେନ୍ଦ୍ରଙ୍କୁ ଆକ୍ରମଣ କରିଥିଲେ। ପ୍ରବଳ ମାଡ଼ ମାରି ମହେନ୍ଦ୍ରଙ୍କୁ ଗଛରେ ବାନ୍ଧି ଦେଇଥିଲେ। ମହେନ୍ଦ୍ର ନିସ୍ତେଜ ଅବସ୍ଥାରେ ଝୁଲି ରହିଥିବା ବେଳେ ପରେ ସାବିତ୍ରୀଙ୍କୁ ମାଡ଼ ମାରିଥିଲେ। ଏପରିକି ସାବିତ୍ରୀଙ୍କୁ ସେମାନେ ଅସଦାଚରଣ କରିଥିବା ମଧ୍ୟ ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଦୁର୍ବୃତ୍ତଙ୍କ ମାଡ଼ରେ ସାବିତ୍ରୀଙ୍କ ସେଠାରେ ମତ୍ୟୁ ଘଟିଥିଲା। ପରେ ସେମାନଙ୍କ ଟଙ୍କା ସୁନା, ରୁପା ନେଇ ଫେରାର ହୋଇଯାଇଥିଲେ।
ସ୍ଥାନୀୟ ଲୋକଙ୍କଠାରୁ ଖବରପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିଲା । ସଂଜ୍ଞାହୀନ ଅବସ୍ଥାରେ ଥିବା ମହେନ୍ଦ୍ରଙ୍କୁ ତୁରନ୍ତ ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସା ପରେ ମହେନ୍ଦ୍ରଙ୍କ ଚେତା ଫେରିଥିଲା। ପରେ ସେ ସମ୍ପୂର୍ଣ୍ଣ ଘଟଣା ସମ୍ପର୍କରେ କହିଥିଲେ ।
ଅନ୍ୟପକ୍ଷେ ଘଟଣାସ୍ଥଳରୁ ମୃତଦେହ ଜବତ ହୋଇଛି। ତେବେ ଅସଦାଚରଣ ସମ୍ପର୍କରେ ପୋଲିସ  ସ୍ପଷ୍ଟ କରିନାହିଁ। ତଦନ୍ତ ପରେ ଏ ସମ୍ପର୍କରେ ସ୍ପଷ୍ଟ ହେବ। ମଙ୍ଗଳବାର  ସାବିତ୍ରୀଙ୍କ  ମୃତଦେହ ବ୍ୟବଚ୍ଛେଦ କରାଯିବ। ପୋଲିସ  ଦୁର୍ବୃତ୍ତମାନଙ୍କୁ ଧରିବା ପାଇଁ ତଦନ୍ତ ଚଳାଇଛି। ଏ ନେଇ  ସୂଚନା ଦେଇଛନ୍ତି ନନ୍ଦପୁର ଥାନା ଆଇଆଇସି ପାଣ୍ଡବ ଶବର ଏବଂ ସହକାରୀ ଥାନା ଅଧିକାରୀ ମମତା ପଣ୍ଡା। ଦୁର୍ବୃତ୍ତଙ୍କୁ ତୁରନ୍ତ ଗିରଫ କରିବା ସହ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଲାଗି ଦାବି ହୋଇଛି।

Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri