ପ୍ରେମ ନିବେଦନକୁ ମନା କରିବାରୁ ଅଙ୍ଗନୱାଡି କର୍ମୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ହେମଗିର,୬ା୧୧(ଚେତୈନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଜୁଲୁମବାହାଲ ପଞ୍ଚାୟତ ଅନ୍ତର୍ଗତ ପୂର୍ଣ୍ଣା ଗ୍ରାମରେ ବୁଧବାର ଅପରାହ୍ନରେ ଜଣେ ଅଙ୍ଗନୱାଡି କର୍ମୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ଦିବ୍ୟଭାରତୀ ଅଢା(୨୨)।

ହେମଗିର ପୋଲିସ, ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଚଳାଇଛନ୍ତି। ଏନେଇ ହେମଗିର ଥାନାରେ ଏକ ମାମଲା (ନଂ.୫୦୧/୨୪)ରୁଜୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଦିବ୍ୟଭାରତୀ ବୁଧବାର ଅଙ୍ଗନଓ୍ବାଡି କେନ୍ଦ୍ରରୁ ଫେରୁଥିବା ସମୟରେ ସେହି ଗ୍ରାମର ଜଣେ ବ୍ୟକ୍ତି ତାଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।

ହତ୍ୟାକାରୀ ଘଟଣା ସ୍ଥଳରୁ ଫେରାର ହୋଇଯାଇଛନ୍ତି। ହତ୍ୟାର ପ୍ରକୃତ କାରଣ ଜଣାପଡି ନ ଥିବା ବେଳେ ପ୍ରେମ ସମ୍ପର୍କକୁ ନେଇ ଏଭଳି ଘଟଣା ଘଟିଥିବା ସ୍ଥାନୀୟ ଅଞ୍ଚଳରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri