Posted inଜାତୀୟ

ପୁଣି ୩୭୦କୁ ନେଇ ଜମ୍ମୁ କଶ୍ମୀର ବିଧାନସଭାରେ ବଡ଼ ହଙ୍ଗାମା, ବିଧାୟକ ମୁହାଁମୁହିଁ

ନୂଆଦିଲ୍ଲୀ, ୭।୧୧: ଗୁରୁବାର ଜମ୍ମୁ କଶ୍ମୀର ବିଧାନସଭାରେ ବହୁ ଅପ୍ରୀତିକର ପରିସ୍ଥିତି ଦେଖିବାକୁ ମିଳିଛି। ବିଧାନସଭାରେ ଧାରା ୩୭୦ ସମ୍ବନ୍ଧରେ ସରକାରୀ ଦଳର ବିଧାୟକ ଏବଂ ବିରୋଧୀଙ୍କ ମଧ୍ୟରେ ସଂଘର୍ଷ ଦେଖିବାକୁ ମିଳିଛି।

ବାରମୁଳାର ଲୋକସଭା ଏମପି ଇଞ୍ଜିନିୟର ରସିଦଙ୍କ ଭାଇ ଖୁରସିଦ ଅହମ୍ମଦ ଶେଖ ଗୃହରେ ଧାରା ୩୭୦ର ବ୍ୟାନର ଦେଖାଇଥିଲେ, ଯାହା ପରେ ଉଭୟ ସରକାରୀ ପକ୍ଷର ବିଧାୟକ ଏବଂ ବିରୋଧୀଙ୍କ ମଧ୍ୟରେ ବିବାଦ ଆରମ୍ଭ ହୋଇଥିଲା। ବିଧାନସଭାରେ ଭାଜପା ନେତା ତଥା ବିରୋଧୀ ଦଳ ନେତା ସୁନୀଲ ଶର୍ମା ଏହି ବ୍ୟାନର ଦେଖାଇବାକୁ ବିରୋଧ କରିଥିଲେ।

ବିଧାନସଭାରେ ପରିସ୍ଥିତି ଏପରି ହୋଇଥିଲା ଯେ, ମାର୍ଶାଲ ମାନଙ୍କୁ ହସ୍ତକ୍ଷେପ କରିବାକୁ ପଡିଥିଲା। ବିଧାନସଭାରେ ହଙ୍ଗାମା କରୁଥିବା କିଛି ବିପକ୍ଷ ବିଧାୟକଙ୍କୁ ମାର୍ଶାଲମାନେ ବାହାରକୁ ପଠାଇଥିଲେ। ଏହାପରେ ଗୃହକାର୍ଯ୍ୟ କିଛିସମେ ପାଇଁ ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି...

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ...

ଦିଲ୍ଲୀ ପ୍ରଦୂଷଣ: କେନ୍ଦ୍ରକୁ କାର୍ଯ୍ୟ ଯୋଜନା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୧: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ଖରାପ ହେବାରେ ଲାଗିଥିବାବେଳେ ଏଥିରେ ସୁଧାର ଆଣିବା...

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ଆକ୍ସନ ମୋଡରେ ଭାଜପା ଅଧ୍ୟକ୍ଷ! ୮ ଘଣ୍ଟାର ବୈଠକରେ ୫ ରାଜ୍ୟର ନିର୍ବାଚନକୁ ନେଇ ମନ୍ଥନ

ନୂଆଦିଲ୍ଲୀ,୨୨।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଦିଲ୍ଲୀର ଭାଜପା ମୁଖ୍ୟାଳୟରେ ଚାଲିଥିବା...

ଆକାଶରେ ପରିବର୍ତ୍ତନ

ମଣିଷ ଆଭ୍ୟନ୍ତରୀଣ ଉପତ୍ୟକାରୁ ଉପକୂଳ, ଜଙ୍ଗଲରୁ ପର୍ବତ ଅଞ୍ଚଳକୁ ସ୍ଥାନାନ୍ତର ହୋଇଥିବାରୁ ତାହା ବିଭିନ୍ନ କାହାଣୀ ଓ ସଙ୍କେତ ବହନ କରିଥିଲା। ସେମାନଙ୍କ ସହ ଆକାଶ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

ବଞ୍ଚିବାର ସଂଘର୍ଷ

କ୍ଷୁଧା ବା ଭୋକକୁ ମଣିଷ ନିଜର ପ୍ରାଥମିକତା ମନେକରେ। ଚିନ୍ତା କରେ କ’ଣ କଲେ ପେଟରେ ଦାନା ପଡ଼ିବ। ନିଜେ ବଞ୍ଚିଲେ ତ ପରିବାର ମୁହଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri