ଝିଅଙ୍କୁ ସ୍କୁଲରେ ଛାଡ଼ି ପାରିଲେନି, ଟ୍ରଲର ଚକା ତଳେ ଚାଲିଗଲା ବାପାଙ୍କ ଜୀବନ

ସୁନ୍ଦରଗଡ଼,୭।୧୧(ଜୟ ନାରାୟଣ ମେଣ୍ଡୁଳି): ଝିଅକୁ ସ୍କୁଲରେ ଛାଡ଼ିି ଅନ୍ୟ କୌଣସି କାମରେ ଯିବା ଲାଗି ଥିଲା ଯୋଜନା। ଏଥିପାଇଁ ମା’ ବାପା ଓ ଝିଅ ବାଇକ୍‌ରେ ବାହାରିଥିଲେ। ହେଲେ ଝିଅ ସ୍କୁଲରେ ପହଞ୍ଚିବା ପୂର୍ବରୁ ଘଟିଗଲା ମର୍ମନ୍ତୁଦ ଦୁର୍ଘଟଣା। ମା’ ଝିଅଙ୍କ ସାମ୍ନାରେ ଚାଲିଗଲା ବାପାଙ୍କ ଜୀବନ। ଗୁରୁବାର ସକାଳେ ସୁନ୍ଦରଗଡ଼ ଟାଉନ୍‌ ଥାନା ଅନ୍ତର୍ଗତ ପାରିଜାତ ପାର୍କ ନିକଟରେ ଏଭଳି ଦୁର୍ଘଟଣା ଘଟିଛି । ମୃତକ ହେଲେ ମହିପାଲି ଗ୍ରାମର ଯୁକ୍ତେଶ୍ୱର ସାହୁ । ଆହତ ମା’ ଓ ଝିଅଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, ପାରିଜାତ ପାର୍କ ନିକଟରେ ଏକ ଟ୍ରଲର ସେମାନଙ୍କ ବାଇକ୍‌କୁ ଧକ୍କା ଦେଇଥିଲା। ଏଥିରେ ବାପା, ମା’ ଓ ଝିଅ ଛିଟିକି ପଡ଼ିଥିଲେ। ହେଲେ ଟ୍ରଲର ଚକା ତଳେ ବାପାଙ୍କ ଜୀବନ ଚାଲିଯାଇଥିଲା। ଅପରପକ୍ଷେ ଅନ୍ୟ ଦୁହେଁ ଗୁରୁତର ଆହତ ହୋଇଥିଲେ। ଦୁର୍ଘଟଣା ପରେ ଟ୍ରଲର ଡ୍ରାଇଭର ଫେରାର ହୋଇଯାଇଥିଲେ। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଉଭୟ ପାର୍ଶ୍ୱରେ ଗାଡ଼ିମୋଟର ଅଟକି ରହିଥିଲା। ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ଗାଡ଼ି ଜବତ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

ସାରା ବିଶ୍ୱକୁ ମଦ ପରଷିବ ପାକିସ୍ତାନ! ମୁନିରଙ୍କ ଘର ନିକଟରେ ଫ୍ୟାକ୍ଟ୍ରି, ୫୦ ବର୍ଷ ପରେ ଉଠିଲା ବ୍ୟାନ

ଇସଲାମାବାଦ,୨୫।୧୨: ଇସଲାମିକ ଦେଶ ପାକିସ୍ତାନ ଅନେକ ଦଶନ୍ଧି ପରେ ପୁଣି ଥରେ ବିଶ୍ୱକୁ ମଦ ବିକ୍ରି କରିବାକୁ ଯାଉଛି। ୫୦ ବର୍ଷରୁ ଅଧିକ ସମୟର ନିଷେଧ...

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri