କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର, ଅଭିଯୁକ୍ତ ୬ ସାଙ୍ଗ କୋର୍ଟଚାଲାଣ

କଟକ,୮।୧୧(କାର୍ତ୍ତିକ ସାହୁ): କଟକ ସହରରେ ଜଣେ ଦଳିତ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ଦୁର୍ଗାପୂଜା ସମୟରେ ଏଭଳି ଏକ ଲଜ୍ଜାଜନକ ଘଟଣା ଘଟିଥିବାବେଳେ ୩ ଦିନ ତଳେ ଛାତ୍ରୀଜଣକ ବାଦାମବାଡ଼ି ଥାନାର ଦ୍ୱାରସ୍ଥ ହୋଇଛନ୍ତି। ପୀଡ଼ିତା ଛାତ୍ରୀଙ୍କ ପୁରୁଷବନ୍ଧୁ ଓ ତାଙ୍କ ସାଙ୍ଗମାନେ ଗଣବଳାତ୍କାର କରିଥିବା ସେ ଅଭିଯୋଗରେ ଦର୍ଶାଇଛନ୍ତି। ଏପରି କି ଛାତ୍ରୀଙ୍କ ଅଶ୍ଳୀଳ ଭିଡିଓ ମଧ୍ୟ କରାଯାଇଛି। ଉକ୍ତ ଭିଡିଓ ଜରିଆରେ ଛାତ୍ରୀଙ୍କୁ ବ୍ଲାକମେଲ୍‌ କରି ଅଭିଯୁକ୍ତମାନେ ବାରମ୍ବାର ବଳାତ୍କାର କରିଥିବା ସେ ଏତଲାରେ ଉଲ୍ଲେଖ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତ ୬ଯୁବକଙ୍କୁ ବୁଧବାର କୋର୍ଟଚାଲାଣ କରିଛି।

ଗତ ଦଶହରା ସମୟରେ କଟକ ପୁରୀଘାଟ ଥାନା ଅଞ୍ଚଳର ଏକ କାଫେରେ ଛାତ୍ରୀଜଣକ ତାଙ୍କ ପୁରୁଷବନ୍ଧୁଙ୍କ ସହ ଜନ୍ମଦିନ ପାଳନ କରିଥିଲେ। ସେଠାରେ ଛାତ୍ରୀଙ୍କ ଅଜାଣତରେ ତାଙ୍କର ଅଶ୍ଳୀଳ ଭିଡିଓ ଉତ୍ତୋଳନ କରିଥିଲେ ପୁରୁଷବନ୍ଧୁ। ଏଥିରେ ସହଯୋଗ କରିଥିଲେ କାଫେ ମାଲିକ। କାଫେ ମାଲିକ ଓ ପୁରୁଷବନ୍ଧୁଙ୍କ ସାଙ୍ଗମାନେ ପୀଡ଼ିତାଙ୍କୁ ବାରଙ୍ଗ ଅଞ୍ଚଳର ଏକ ଘରକୁ ଡାକି ଉକ୍ତ ଭିଡିଓ ଦେଖାଇଥିଲେ। ଏହାପରେ ସେମାନେ ତାଙ୍କୁ ଗଣବଳାତ୍କାର କରିଥିଲେ।

ପୋଲିସ ମାମଲାର ତଦନ୍ତ କରି ଘଟଣାରେ ସମ୍ପୃକ୍ତ ଯୁବକମାନଙ୍କୁ ଧରିଛି। ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରୁ ୩ ଜଣ ଝାଞ୍ଜିରିମଙ୍ଗଳା, ଜଣେ ବାରଙ୍ଗ, କାଫେ ମାଲିକ ଭଗତପୁର ଅଞ୍ଚଳର ଏବଂ ଅନ୍ୟ ଜଣେ ଅଭିଯୁକ୍ତ ଖୋର୍ଦ୍ଧା ନୟାଗଡ଼ ଅଞ୍ଚଳର ବୋଲି ସୂଚନା ମିଳିଛି। ଏସିପି ସ୍ବସ୍ତିକ ପଣ୍ଡାଙ୍କ କହିବାନୁସାରେ, ଗଣବଳାତ୍କାର ଘଟଣାଟି ପୁରୀଘାଟ ଥାନା ଓ ବାରଙ୍ଗ ଥାନା ଅଞ୍ଚଳରେ ଘଟିଥିବା ଅଭିଯୋଗ ହୋଇଛି। ତେବେ ଛାତ୍ରୀଜଣକ ବାଦାମବାଡ଼ି ଥାନା ଅଞ୍ଚଳର ଏକ କଲେଜରେ ପଢ଼ୁଥିବାରୁ ସେ ଏଠାରେ ଏତଲା ଦେଇଛନ୍ତି। ଗୁରୁତ୍ୱର ସହ ମାମଲାର ତଦନ୍ତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri