ଏଟିଏମ୍‌ କାର୍ଡ ଛଡ଼ାଇନେଇ ପ୍ରିନ୍ସିପାଲଙ୍କ ଆକାଉଣ୍ଟରୁ ୪୨ ହଜାର ଉଠାଇନେଲେ

ଭୁବନେଶ୍ୱର, ୯ା୧୧(ସୂର୍ଯ୍ୟକାନ୍ତ ବେହେରା):ରାଜଧାନୀର ବିଭିନ୍ନ ଏଟିଏମ୍‌କୁ ଟଙ୍କା ଉଠାଇବାକୁ ଯାଉଥିଲେ ସତର୍କ ରୁହନ୍ତୁ। ନ ହେଲେ ଆପଣଙ୍କ ଏଟିଏମ୍‌ କାର୍ଡକୁ ଚତୁରତାର ସହ ବଦଳାଇ ବା ଛଡ଼ାଇନେଇ ଦୁର୍ବୃତ୍ତମାନେ ଆକାଉଣ୍ଟରୁ ଟଙ୍କା ନେଇଯିବେ। ଏଭଳି ଏକାଧିକ ଗ୍ୟାଙ୍ଗ୍‌ ଏବେ ଭୁବନେଶ୍ୱରରେ ସକ୍ରିୟ ରହିଥିବାବେଳେ ବିଭିନ୍ନ ବ୍ୟାଙ୍କ୍‌ର ଏଟିଏମ୍‌ ତଥା ଆଖପାଖରେ ଚକ୍କର କାଟି ଟଙ୍କା ଲୁଟୁଥିବା ଏକାଧିକ ଅଭିଯୋଗ ଥାନାରେ ହୋଇଛି। ଏଟିଏମ୍‌ କାର୍ଡ ବଦଳାଇ ଟଙ୍କା ଠକିନେଇଥିବା ୨ ଅଭିଯୁକ୍ତଙ୍କୁ ଖଣ୍ଡଗିରି ପୋଲିସ ଗୁରୁବାର ଗିରଫ କରିଥିବାବେଳେ ଶୁକ୍ରବାର ଆଉ ଏକ ଘଟଣା ପଦାକୁ ଆସିଛି। ଲିଙ୍ଗରାଜ ଥାନା ଅଞ୍ଚଳରେ ୨ଜଣ ଦୁର୍ବୃତ୍ତ ଏକ ଘରୋଇ ଇଞ୍ଜିନିୟରିଂ କଲେଜର ପ୍ରିନ୍ସିପାଲଙ୍କ ହାତରୁ ଏଟିଏମ୍‌ କାର୍ଡ ଛଡ଼ାଇନେଇ ତାଙ୍କ ଆକାଉଣ୍ଟରୁ ୪୨ ହଜାରରୁ ଅଧିକ ଟଙ୍କା ଉଠାଇ ନେଇଛନ୍ତି। ଏନେଇ ପ୍ରିନ୍ସିପାଲ ଜଣକ ସ୍ଥାନୀୟ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଥିଲେ ମଧ୍ୟ ଅଭିଯୁକ୍ତଙ୍କୁ ଧରିପାରିନାହିଁ।
ଅଭିଯୋଗ ଅନୁସାରେ, ପ୍ରିନ୍ସିପାଲ ଜଣକ ବିବେକାନନ୍ଦ ରୋଡ୍‌ରେ ଥିବା ହନୁମାନ ମନ୍ଦିର ପାଖ ଏଟିଏମ୍‌କୁ ଟଙ୍କା ଉଠାଇବାକୁ ଯାଇଥିଲେ। ପିନ୍‌ ମାରି ଟଙ୍କା ଉଠାଇବା ବେଳେ ସାଇଡ୍‌ରେ ଥିବା ଜଣେ ବ୍ୟକ୍ତି ତାଙ୍କ ଏଟିଏମ୍‌ କାର୍ଡକୁ ଛଡ଼ାଇ ନେଇ ରାସ୍ତାରେ ବାଇକ୍‌ରେ ଅପେକ୍ଷା କରିଥିବା ଜଣେ ସହଯୋଗୀ ସହ ଫେରାର ହୋଇଯାଇଥିଲେ। କିଛି ସମୟ ପରେ ତାଙ୍କ ଆକାଉଣ୍ଟରୁ ୪୨ ହଜାର ଟଙ୍କା ଉଠାଯାଇଥିବା ନେଇ ତାଙ୍କ ମୋବାଇଲକୁ ମେସେଜ୍‌ ଆସିଥିଲା। ଏହାପରେ ସେ ଘଟଣା ସଂକ୍ରାନ୍ତରେ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri