ଆଉ ନାହାନ୍ତି ଲୋକପ୍ରିୟ ତାମିଲ ଅଭିନେତା ଦିଲ୍ଲୀ ଗଣେଶ

ଚେନ୍ନାଇ,୧୦।୧୧: ପରପାରିରେ ଭେଟେରାନ ତାମିଲ ଅଭିନେତା ଦିଲ୍ଲୀ ଗଣେଶ। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଅଭିନେତାଙ୍କ ମୃତ୍ୟୁ ନେଇ ପୁଅ ମହାଦେବନ୍‌ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ନିଜର ପୋଷ୍ଟରେ ମହାଦେବନ୍‌ ଲେଖିଛନ୍ତି, ଦୁଃଖର ସହ କହିବାକୁ ପଡ଼ୁଛି ଯେ ଆମ ବାପା ଦିଲ୍ଲୀ ଗଣେଶଙ୍କ ନଭେମ୍ବର ୯,୨୦୨୪ ରାତି ୧୧ଟାରେ ପରଲୋକ ଘଟିଛି। ଏହି ଖବର ସାମ୍ନାକୁ ଆସିବା ପରେ ସିନେମାଜଗତରେ ଶୋକର ଛାୟା ଖେଳିଯାଇଛି।

ଫିଲ୍ମରେ ଅଭିନୟ କରିବା ପୂର୍ବରୁ ଦିଲ୍ଲୀ ଗଣେଶ ୧୯୬୪ରୁ ୧୯୭୪ ଯାଏ ବାୟୁସେନାରେ କାମ କରିଥିଲେ। ସେ ୧୯୭୭ରେ ପଟ୍ଟିନା ପ୍ରବେଶମ ନାମକ ଫିଲ୍ମରୁ କ୍ୟାରିୟର ଆରମ୍ଭ କରିଥିଲେ। କେ ବାଲଚନ୍ଦର ଏହାର ନିର୍ଦ୍ଦେଶନା ଦେଇଥିଲେ। ଅନେକ ଭାଷାରେ ସେ ୪୦୦ରୁ ଅଧିକ ଫିଲ୍ମରେ କାମ କରିଛନ୍ତି। ନିକଟରେ କମଲ ହାସନଙ୍କ ଫିଲ୍ମ ‘ଇଣ୍ଡିଆନ୍‌ ୨’ରେ ସେ ନଜର ଆସିଥିଲେ। ସେ ଶାହାରୁଖ ଖାନ୍‌ ଏବଂ ଦୀପିକା ପାଦ୍ୟୁକୋନ୍‌ଙ୍କ ଫିଲ୍ମ ‘ଚେନ୍ନାଇ ଏକ୍ସପ୍ରେସ’ରେ ମଧ୍ୟ କାମ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri