Posted inଖେଳ

ବ୍ୟାକ୍‌-ଟୁ-ବ୍ୟାକ୍‌ ଶତକ ହାସଲ ପରେ ଲଜ୍ଜାଜନକ ରେକର୍ଡ କଲେ ସଞ୍ଜୁ ସାମସନ

ଡର୍ବାନ,୧୧।୧୧: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଦକ୍ଷିଣ ଆଫ୍ରିକା ଗସ୍ତରେ ଅଛି ଏବଂ ୪ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ସିରିଜର ପ୍ରଥମ ମ୍ୟାଚ ଡର୍ବାନରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ ଯୋଗୁ ଭାରତ ଦକ୍ଷିଣ ଆଫ୍ରିକାକୁ ୬୧ ରନରେ ପରାସ୍ତ କରିଥିଲା। ଏହି ମ୍ୟାଚରେ ଶତକ ସହ ଲଗାତାର ୨ ଟି-୨୦ ଇନିଂସରେ ଶତକ ହାସଲ କରି ସଞ୍ଜୁ ସାମସନ ଏକ ନୂତନ ଇତିହାସ ସୃଷ୍ଟି କରିଥିଲେ। ସଞ୍ଜୁ ବିଶ୍ୱର ଚତୁର୍ଥ ବ୍ୟାଟ୍ସମ୍ୟାନ ତଥା କ୍ରମାଗତ ଦୁଇଟି ଟି-୨୦ ଇନିଂସରେ ଶତକ ହାସଲ କରିଥିବା ଭାରତର ପ୍ରଥମ ବ୍ୟାଟ୍ସମ୍ୟାନ ହୋଇଥିଲେ। ଏବେ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚରେ ସଞ୍ଜୁ ସାମସନଙ୍କ ଠାରୁ ପୁଣି ଥରେ ଏକ ବଡ଼ ଇନିଂସ ଆଶା କରାଯାଉଥିଲା। କିନ୍ତୁ ସେ ନିଜ ଆକାଉଣ୍ଟ ଖୋଲି ପାରି ନ ଥିଲେ ଏବଂ ମାତ୍ର ୩ ବଲ ଖେଳି କୌଣସି ରନ୍‌ ନ କରି ପାଭିଲିୟନକୁ ଫେରିଥିଲେ। ଏହା ସହିତ ସଞ୍ଜୁଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ ଯୋଡା ଯାଇଥିଲା।

ସଞ୍ଜୁ ସାମସନ ଚଳିତ ବର୍ଷ ଟି-୨୦ କ୍ରିକେଟରେ ଚତୁର୍ଥ ଥର ପାଇଁ ଶୂନରେ ଆଉଟ୍‌ ହୋଇଛନ୍ତି। ଏହସହ ସେ ବର୍ଷେ ମଧ୍ୟରେ ୪ ଥର ଟି-୨୦ କ୍ରିକେଟରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଥିବା ଭାରତୀୟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ଏହାପୂର୍ବରୁ ୟୁସୁଫ ପଠାନ, ରୋହିତ ଶର୍ମା ଏବଂ ବିରାଟ କୋହଲି ଗୋଟିଏ ବର୍ଷରେ ୩-୩ ଥର ଶୂନରେ ଆଉଟ୍‌ ହେବାର ରେକର୍ଡ ରଖିଥିଲେ।

ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଶତକ ହାସଲ କରିଥିବା ସଞ୍ଜୁ ସାମସନ ଦ୍ୱିତୀୟ ମ୍ୟାଚ୍‌ରେ ଶୂନରେ ଆଉଟ୍‌ ହୋଇଥିଲେ। ଏହାସହ ସେ ଏକ ନିଆରା କ୍ଲବରେ ଯୋଗ ଦେଇଥିଲେ। ସଞ୍ଜୁ ଟି-୨୦ କ୍ରିକେଟରେ ଏକ ଶତକ ହାସଲ ପରେ ଶୂନରେ ଆଉଟ୍‌ ହେବାରେ ୧୩ତମ ବ୍ୟାଟ୍ସମ୍ୟାନ ହୋଇପାରିଛନ୍ତି। ଏହି ତାଲିକାରେ ଅନ୍ତର୍ଭୁକ୍ତ ହୋଇଥିବା ସେ କେବଳ ଦ୍ୱିତୀୟ ଭାରତୀୟ। ଏହାପୂର୍ବରୁ କେବଳ ୟଶସ୍ବୀ ଜୟସ୍ବାଲ ଭାରତ ପକ୍ଷରୁ ଏହି କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri