ଉତ୍କେଳା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଭୋଟ

କେସିଙ୍ଗା,୧୧।୧୧(ତୁମେଶ୍ୱର ସାହୁ): ଅନାସ୍ଥା ଭୋଟକୁ ନେଇ ଚର୍ଚ୍ଚାରେ ରହିଛି କଳାହାଣ୍ଡି ଜିଲା । କେସିଙ୍ଗା ବ୍ଲକରେ ସୋମବାର ଦ୍ୱିତୀୟ ଥର ପାଇଁ ଅନାସ୍ଥା ଭୋଟ ହୋଇଛି। ଗତ ୪ରେ ପ୍ରଥମ ଅନାସ୍ଥା ଭୋଟ କସୃପଡ଼ା ସରପଞ୍ଚଙ୍କ ବିରୋଧରେ ହୋଇଥିଲା। ଏଥିରେ କସୃପଡ଼ା ନିର୍ବାଚିତ ସରପଞ୍ଚ ପରାଜିତ ହୋଇ ପଦବୀ ହରାଇଛନ୍ତି। ସୋମବାର କେସିଙ୍ଗା ବ୍ଲକ ଉତ୍କେଳା ପଞ୍ଚାୟତ ସରପଞ୍ଚ ନରେନ୍ଦ୍ର ମାଝୀଙ୍କ ବିରୋଧରେ ଅନାସ୍ଥା ଭୋଟ ଶେଷ ହୋଇଛି।

ପଞ୍ଚାୟତ ୧୩ଟି ୱାର୍ଡକୁ ନେଇ ଗଠିତ ହୋଇଥିବା ବେଳେ ୧୨ୱାର୍ଡର ସଭ୍ୟାସଭ୍ୟ ଅନାସ୍ଥା ଭୋଟରେ ଭାଗ ଦେଇଥିଲେ। ପୂର୍ବାହ୍ନ ୧୧ଟାରୁ ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଥିଲା। କେସିଙ୍ଗା ତହସିଲଦାର ପ୍ରଶାନ୍ତି ପ୍ରଧାନ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟ ତୁଲାଇଥିଲେ।

ମିଳିଥିବା ସୂଚନା ମୁତାବକ, ଗତ ୪ ତାରିଖରେ ଅନୁଷ୍ଠିତ ଅନାସ୍ଥା ଭୋଟରେ ସରପଞ୍ଚ ନିଜ ପଦ ହରାଇଥିବା ବେଳେ ଯଦି ସୋମବାର ଅନାସ୍ଥା ଭୋଟରେ ଭାଗ ନେଇଥିବା ସମସ୍ତ ୧୨ ୱାର୍ଡ ସଭ୍ୟସଭ୍ୟା ଅନାସ୍ଥା ସପକ୍ଷରେ ଭୋଟ ଦିଅନ୍ତି, ତେବେ ନରେନ୍ଦ୍ର ମାଝୀ ସରପଞ୍ଚ ପଦରୁ ବିଦା ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।

ମତଦାନ ଗୁପ୍ତ ହୋଇଥିଲେ ସୁଦ୍ଧା ଉଚ୍ଚତମ ନ୍ୟାୟାଳୟ ଏହାର ଫଳାଫଳ ସ୍ଥଗିତ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ତେଣୁ କୋର୍ଟଙ୍କ ନିର୍ଦ୍ଦେଶ ଆସିବା ପରେ ଫଳାଫଳ ଘୋଷଣା କରାଯିବ ନାହିଁ ବୋଲି ସୂଚନା ରହିଛି । ପୋଲିସର କଡ଼ା ସୁରକ୍ଷା ମଧ୍ୟରେ ଗୁପ୍ତ ଭାବେ ଭୋଟିଂ ପ୍ରକ୍ରିୟା ଶେଷ ହୋଇଥିବା ବେଳେ, ଭୋଟ ବାକ୍ସରେ ସରପଞ୍ଚ ନରେନ୍ଦ୍ରଙ୍କ ଭାଗ୍ୟ ବନ୍ଦ ହୋଇ ରହିଛି।

ନିର୍ବାଚନ ଅଧିକାରୀ କେସିଙ୍ଗା ତହସିଲଦାର ପ୍ରଶାନ୍ତି ପ୍ରଧାନଙ୍କୁ ପଚାରିବାରୁ କଡ଼ା ସୁରକ୍ଷା ମଧ୍ୟରେ ମତଦାନ ହୋଇଥିଲା। ମତଦାନ ଶେଷ ପରେ ଭୋଟ ବାକ୍ସକୁ ଭବାନୀପାଟଣା ସ୍ଥିତ ଟ୍ରେଜରୀକୁ ନିଆଯିବ। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଫଳାଫଳ ଘୋଷଣା ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri