Posted inRasifala

ରାଶିଫଳ: ମଙ୍ଗଳବାର, ନଭେମ୍ବର ୧୨ ତାରିଖ – Daily Horoscope

ମେଷ
ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିବ, କିନ୍ତୁ ଆପଣ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ଗୃହ ସମସ୍ୟା, ଭୂମି, ଗାଡ଼ିମୋଟର ସମ୍ପର୍କିତ ପ୍ରତିବନ୍ଧକ ଲାଗି ରହିବ। ଧାର କରଜ, ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହ ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ। ସାହିତ୍ୟ, କ୍ରୀଡ଼ା ଏବଂ ସଙ୍ଗୀତାଦି କ୍ଷେତ୍ରରେ ଉନ୍ନତ ଫଳ ପାଇବେ।
ବୃଷ
ବୃଷ
ଧନାଧିପଙ୍କ ଶୁଭତ୍ୱ ଆପଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବାର ମାର୍ଗ ଉନ୍ମୁକ୍ତ କରାଇବ। ଆକସ୍ମିକ ଭାବରେ ନିମନ୍ତ୍ରିତ ହୋଇ ଆଲୋଚନାରେ ନିଜକୁ ସାମିଲ କରିବାକୁ ପଡ଼ିପାରେ। ଦୀର୍ଘଦିନର ସୁଚିନ୍ତିତ ନୂତନ ଗୃହ, ଅନୁଷ୍ଠାନ, ବାଣିଜ୍ୟାରମ୍ଭ କରିପାରନ୍ତି। ଜଣେ ଅନ୍ତରଙ୍ଗ ବନ୍ଧୁଙ୍କ କଥା ବାରମ୍ବାର ମନରେ ଆଲୋଡ଼ନ ସୃଷ୍ଟି କରିବ।
ମିଥୁନ
ମିଥୁନ
ସପ୍ତମାଧିପତି ବ୍ୟୟଭାବସ୍ଥ ହେତୁ କୌଣସି ବିବାଦୀୟ ଘଟଣାରେ ହସ୍ତକ୍ଷେପ ଆପଣଙ୍କୁ ମହଙ୍ଗା ପଡ଼ିପାରେ। ପାରିବାରିକ ଅସ୍ଥିରତା ଓ ଅଶାନ୍ତି ସକାଶରୁ ମନ ଭଲ ରହିବ ନାହିଁ। ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ କୌଣସି ପ୍ରକାରର ଅସୁବିଧା ହେବନାହିଁ।
କର୍କଟ
କର୍କଟ
ଭାଗ୍ୟାଧିପତି ମନ୍ଦଗ୍ରହ ମଧ୍ୟବର୍ତ୍ତୀ ହେତୁ ସମସ୍ୟା ମଧ୍ୟରେ ପ୍ରତ୍ୟେକ କାମକୁ ସମ୍ପନ୍ନ କରିବେ। ସାମାଜିକ ସ୍ତରରେ ଯେଉଁ ଆଶା ନେଇ କାହା ପାଇଁ କିଛି କରିବେ, ପ୍ରତିବଦଳରେ କିଛି ପାଇବେ ନାହିଁ। ଆଜିର ଯାତ୍ରା ସମୟରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ବାଣିଜ୍ୟ, ପରିବହନ, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
ଧନଲାଭାଧିପତି ବୁଧ କର୍ମଭାବକୁ ଅବଲୋକନ କରୁଥିବାରୁ ବନ୍ଧୁଙ୍କ ମାଧ୍ୟମରେ ଅଭିଳଷିତ ଜିନିଷ ପାଇପାରିବେ। କର୍ମକ୍ଷେତ୍ରର ସମସ୍ୟା ସମାଧାନର ଚିନ୍ତା ମନକୁ ବିବ୍ରତ କରିପାରେ। ତରବରିଆ ଯାତ୍ରାରୁ ଦୂରେଇରହିଲେ ଭଲ। ରଚନାମତ୍କ କାମ, ଅଧ୍ୟାପନା, ପରିବହନ, ନିର୍ମାଣ, ବାଣିଜ୍ୟ ବ୍ୟବସାୟ ସକାଶେ ଦିନଟି ବହୁତ ଭଲ।
କନ୍ୟା
କବନ୍ଧଗ୍ରହ କେତୁ ରାଶିରେ ଥିବାରୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସହଜରେ ଗ୍ରହଣ କରିପାରିବେ ନାହିଁ। ବନ୍ଧୁଙ୍କ ପାଖରେ ଅଭାବ ଅସୁବିଧା ଜଣାଇଲେ ଆଶା ପୂରଣ ହୋଇପାରିବ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମର ସମୀକ୍ଷାକରି ବ୍ୟସ୍ତ ହେବେ। ପିଲାଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ।
ତୁଳା
ତୁଳା
ବକ୍ରି ଶନି ଏକାଦିକ୍ରମେ କର୍ମକ୍ଷେତ୍ରର ଅବ୍ୟବସ୍ଥା ଓ ପାରିବାରିକ ଜୀବନକୁ ପ୍ରଭାବିତ କରିବ। ମାନସିକ ଅଶାନ୍ତିଜନିତ ପ୍ରତ୍ୟେକ କାମରେ ଭଗ୍ନମନୋରଥ ଯନ୍ତ୍ରଣାକୁ ବଢ଼ାଇପାରେ। ଚିତ୍ରା ନକ୍ଷତ୍ର ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସୁଫଳ ପାଇବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ।
ବିଛା
ବିଛା
ଆଜି ରାହୁଯୁକ୍ତ ଚନ୍ଦ୍ରଙ୍କ କୋଣଭାବସ୍ଥ ସ୍ଥିତି ସନ୍ତାନ ହେତୁକ ମାନସିକ ଅସ୍ଥିରତା ପ୍ରଦାନ କରିବ। ବନ୍ଧୁମିଳନ ସାଙ୍ଗକୁ ଆନୁଷ୍ଠାନିକ କାମ ଓ ଆଲୋଚନା ଫଳପ୍ରଦ ହେବ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। କର୍ମକ୍ଷେତ୍ରରେ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣକଲେ କ୍ଷତିରେ ପଡ଼ିବା ଆଶଙ୍କା ରହିଛି।
ଧନୁ
ଧନୁ
ନବମାଧିପତି ଏକାଦଶସ୍ଥ ଦୁର୍ବଳ ହେତୁ ଧର୍ମକାର୍ଯ୍ୟରେ ଅର୍ଥାଭାବ ସମସ୍ୟାର କାରଣ ହେବ। ଉତ୍ତରାଷାଢ଼ା ନକ୍ଷତ୍ର ଶାନ୍ତ ଓ ସୁଶୀଳତାର ଝଲକରେ ଆମତ୍ୀୟଙ୍କ ମନ କିଣିନେବେ। ପାରିବାରିକ ଭୁଲ୍‌ ବୁଝାମଣା ହେତୁ ଅଭାବ ନ ଥିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗି ରହିପାରେ। ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ କିଣିବା ସକାଶେ ମନ ବଳାଇପାରନ୍ତି।
ମକର
ମକର
ତୃତୀୟ ବ୍ୟୟାଧିପ କାରଣରୁ ମନ ଚାହୁଁଥିବା କାମ କରିବାରେ ପ୍ରତିବନ୍ଧକ ସୃଷ୍ଟିହେବ। ଅବଶ୍ୟ ପ୍ରିୟଜନଙ୍କ ଆଶ୍ୱାସନା ସାମୟିକ ମନକୁ ଲାଘବ କରିଦେଇପାରେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି ଘଟିବ। ଶ୍ରବଣା ନକ୍ଷତ୍ର ଅନ୍ୟର ବିନା ସାହାଯ୍ୟରେ ବ୍ୟକ୍ତିଗତ ବ୍ୟବସ୍ଥା ଦ୍ୱାରା କେତେକାଂଶରେ ଉପକୃତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ରାଶ୍ୟାଧିପତି ସ୍ବଗୃହରେ ଥିବା କାରଣରୁ ସମସ୍ତ ସମସ୍ୟା ଓ ଶତ୍ରୁତାର ପରିସମାପ୍ତି ଘଟାଇପାରନ୍ତି। ବାରମ୍ବାର ସ୍ଥାନ ଓ କାମର ପରିବର୍ତ୍ତନ ଚିନ୍ତା ମନରେ ଆଲୋଡ଼ନ ସୃଷ୍ଟି କରିବ। ମନ ବୁଝିଲା ଭଳି କଥା କିମ୍ବା ଲୋଭନୀୟ ପ୍ରତିଶ୍ରୁତି ଦେଇ ବନ୍ଧୁଙ୍କୁ ଆପଣେଇ ନେଇ ପାରନ୍ତି। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଲାଭ କରିବେ।
ମୀନମୀନ

ଆଜିର ଚନ୍ଦ୍ର ରାଶିରେ ରାହୁଯୁକ୍ତ ଥିବାରୁ କାର୍ଯ୍ୟସିଦ୍ଧି ସାମାନ୍ୟ ବିଳମ୍ବିତ ସମୟରେ ହେବ। ପ୍ରତ୍ୟେକ ଦୃଷ୍ଟିକୋଣରୁ ଦିନଟି ବହୁତ ଭଲ ଏବଂ ଆଶାଜନକ ସୁଫଳ ନିଶ୍ଚିତ ପାଇବେ। ଶିଳ୍ପ, ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ନିଜ ଲୋକଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତବୋଧ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri