ଭୁବନେଶ୍ୱର,୧୨ା୧୧(ଅନୁରାଧା ମହାରଣା): କେନ୍ଦ୍ର ସରକାରଙ୍କ ଖାଉଟି ବ୍ୟାପାର ଓ ସର୍ବସାଧାରଣ ବଣ୍ଟନ ମନ୍ତ୍ରଣାଳୟ ଅଧୀନ ଭାରତୀୟ ମାନକ ବ୍ୟୁରୋ(ବିଆଇଏସ୍), ଭୁବନେଶ୍ୱର ପକ୍ଷରୁ ବିଶ୍ୱ ମାନକ ଦିବସ ପାଳନ କରାଯାଇଛି। ଏହି ଅବସରରେ କିଟ୍ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ଆୟୋଜିତ ମାନକ ମହୋତ୍ସବରେ ‘ଉନ୍ନତ ବିଶ୍ୱ ପାଇଁ ମିଳିତ ଦୃଷ୍ଟିକୋଣ’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଉଦ୍ଘାଟନୀ ଅଧିବେଶନରେ ବିଆଇଏସ୍ ଭୁବନେଶ୍ୱର ଶାଖାର ନିର୍ଦ୍ଦେଶକ ତଥା ମୁଖ୍ୟ ଏକେ ପୁରୋହିତ ସ୍ବାଗତ ଅଭିଭାଷଣ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ରେଭେନ୍ସା ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଡ. ସଞ୍ଜୟ କୁମାର ନାୟକ ଓ କିଟ୍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ୍ ସିଂହ ଯୋଗଦେଇଥିଲେ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ କ୍ରୟ ସମୟରେ ଦ୍ରବ୍ୟର ମାନକ ତଥା ଗୁଣବତ୍ତା ଯାଞ୍ଚ ଉପରେ ଗୁରୁତ୍ୱାରୋପ କରିଥିଲେ। ପରବର୍ତ୍ତୀ ଅଧିବେଶନରେ ଦୀପକ ମହାପାତ୍ର ଏସ୍ଡିଜି-୯: ଶିଳ୍ପ, ଉଦ୍ଭାବନ ଏବଂ ଭିତ୍ତିଭୂମି ଶୀର୍ଷକ ବିଷୟବସ୍ତୁ ଉପସ୍ଥାପନ କରିଥିଲେ। ଏହାପରେ ଅନୁଷ୍ଠିତ ୪ଟି ଟେକ୍ନିକାଲ ଅଧିବେଶନରେ ଆଇକ୍ୟୁଏମ୍ଏସ୍ର ନିର୍ଦ୍ଦେଶକ ସୁବ୍ରତ ପାଣିଗ୍ରାହୀ, ନ୍ୟାଶନାଲ ଇନ୍ଫର୍ମେଟିକ୍ସ ସେଣ୍ଟରର ନୀଳାଦ୍ରି ବିହାରୀ ମହାନ୍ତି, କିଟ୍ ବିଶ୍ୱବିଦ୍ୟାଳୟର ମେକାନିକାଲ ଇଞ୍ଜିନିୟରିଂ ବିଭାଗର ପ୍ରଫେସର ଡ. ଅନିଶ ପାଣ୍ଡେ ଓ ସମ୍ବଲପୁରର ଜେଏସ୍ଡବ୍ଲ୍ୟୁ ବିପିଏସ୍ଏଲର ବିଜନେସ୍ ଏକ୍ସଲେନ୍ସ ମୁଖ୍ୟ ମୁକେଶ ପଣ୍ଡା ପ୍ରମୁଖ ଆଲୋଚନା କରିଥିଲେ। ଏହାସହ ଉପସ୍ଥିତ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଏକ କୁଇଜ୍ ପ୍ରତିଯୋଗିତା ହୋଇଥିଲା। ପଥପ୍ରାନ୍ତ ନାଟକ ସହ ଅନ୍ୟାନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ବେଶ୍ ଚିତ୍ତାକର୍ଷକ ହୋଇଥିଲା।
ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..
ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...
ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...
ଗାଁକୁ ଫେରିବା ବେଳେ ବାଇକ୍କୁ ଧକ୍କାଦେଲା ବୁଲେଟ୍, ଚାଲିଗଲା ସଳିତା ବିକାଳିଙ୍କ ଜୀବନ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...
ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ
କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...
ଦମ୍ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍ ଇଣ୍ଡିଆ
ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...
ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍ଗାର୍ଡ
ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...
ବାରବାଟୀ ମ୍ୟାଚ୍ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍, ଭଡ଼ା ରହିଛି…
କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍ ଦେଖିବା ପାଇଁ...
କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…
ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...
Archives


