Posted inଜାତୀୟ

ଝାଡ଼ଖଣ୍ଡ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଶେଷ : ୬ ମନ୍ତ୍ରୀ, ହେଭିଓ୍ବେଟ ପ୍ରାର୍ଥୀଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ରାଞ୍ଚି,୧୨ା୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ବୁଧବାର ହେବାକୁ ଥିବାବେଳେ ଏଥିପାଇଁ ସୋମବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଶେଷ ଦିନରେ ବିଭିନ୍ନ ଦଳର ନେତାମାନେ ବିଭିନ୍ନ ରାଲି ଓ ସଭାରେ ଯୋଗଦେଇ ପ୍ରଚାରକୁ ଜୋର୍‌ଦାର କରିଥିଲେ। ଏହି ପର୍ଯ୍ୟାୟରେ ୪୩ ଆସନ ପାଇଁ ନିର୍ବାଚନ ହେବାକୁ ଯାଉଥିବାବେଳେ ସେଥିରୁ ଏସ୍‌ସିଙ୍କ ପାଇଁ ୬, ଏସ୍‌ଟିଙ୍କ ନିମନ୍ତେ ୨୦ ଏବଂ ସାଧାରଣ ବର୍ଗଙ୍କ ପାଇଁ ୧୭ ଆସନ ରହିଛି। ୧.୩୭ କୋଟି ଭୋଟର ଏହି ପର୍ଯ୍ୟାୟରେ ୬୮୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ।

ମତଦାନ ପାଇଁ ୧୫,୩୪୪ଟି ବୁଥ୍‌ ହୋଇଛି। ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ଅଛନ୍ତି ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍‌, ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ କ୍ୟାବିନେଟର ୬ ମନ୍ତ୍ରୀ ଡ. ରାମେଶ୍ୱର ଓରାଓଁ, ରାମଦାସ ସୋରେନ୍‌, ବନ୍ନା ଗୁପ୍ତା, ମିଥିଳେଶ ଠାକୁର, ଦୀପକ ବିରୁଆ ଏବଂ ବୈଦ୍ୟନାଥ ରାମ। ଅନ୍ୟ ହେଭିଓ୍ବେଟ ପ୍ରାର୍ଥୀମାନେ ହେଲେ ପୂର୍ବତନ ମନ୍ତ୍ରୀ ଜେଡିୟୁର ସରଯୁ ରାୟ, ପୂର୍ବତନ ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ ଭାଜପାର ସି.ପି. ସିଂ, ନୀରା ଯାଦବ, ନୀଳକଣ୍ଠ ସିଂ ମୁଣ୍ଡା, ରାମଚନ୍ଦ୍ର ଚନ୍ଦ୍ରବଂଶୀ, ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ପ୍ରାର୍ଥୀ କେ.ଏନ୍‌. ତ୍ରିପାଠୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ଓଡ଼ିଶା ରାଜ୍ୟପାଳ ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମା ଦାସ, ଚମ୍ପାଇ ସୋରେନଙ୍କ ପୁଅ ବାବୁଲାଲ୍‌ ସୋରେନ, କ୍ୟାବିନେଟ ମନ୍ତ୍ରୀ ସତ୍ୟାନନ୍ଦ ଭୋକ୍ତାଙ୍କ ବୋହୂ ରଶ୍ମି ପ୍ରକାଶ।

ପ୍ରଥମ ପର୍ଯ୍ୟାୟରେ ଜାତୀୟ ଦଳରୁ ୮୭ ପ୍ରାର୍ଥୀ ରହିଥିବା ବେଳେ ଝାଡ଼ଖଣ୍ଡର ସ୍ବୀକୃତିପ୍ରାପ୍ତ ଦଳରୁ ୩୨, ଅନ୍ୟ ରାଜ୍ୟର ସ୍ବୀକୃତିପ୍ରାପ୍ତ ଦଳରୁ ୪୨ ଏବଂ ଅଣସ୍ବୀକୃତିପ୍ରାପ୍ତ ପଞ୍ଜୀକୃତ ଦଳରୁ ୧୮୮ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏହା ବ୍ୟତୀତ ୩୩୪ ସ୍ବାଧୀନ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି। ୭୩ ଜଣ ମହିଳା ଏବଂ ଜଣେ ତୃତୀୟ ଲିଙ୍ଗୀ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତାରେ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri