ମୁଁ ଆପଣଙ୍କୁ ଭେଟିବାକୁ ଚାହୁଁଛି ସାର୍‌, ଟ୍ରମ୍ଫଙ୍କ ସହ ଫୋନରେ କଥା ହେଲେ ଇଣ୍ଡୋନେସିଆ ରାଷ୍ଟ୍ରପତି, ଭିଡିଓ ଭାଇରାଲ

ଜାକର୍ତ୍ତା/ଓ୍ବାଶିଂଟନ,୧୨।୧୧: ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବଓ ସୁବିଆଣ୍ଟୋ ବର୍ତ୍ତମାନ ଆମେରିକା ଗସ୍ତରେ ୱାଶିଂଟନରେ ପହଞ୍ଚିଛନ୍ତି। ଏହା ପରେ ସେ ଏକ ଫୋନ କଲ ମାଧ୍ୟମରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏବେ ସେ ଡୋନାଲ୍ଡ ଟ୍ରମ୍ପଙ୍କ ସହ କଥା ହେବା ପାଇଁ ତାଙ୍କ କଲ୍‌ର ଏକ ଭିଡିଓ ମଧ୍ୟ ପୋଷ୍ଟ କରିଛନ୍ତି।
ଏଥିରେ ରାଷ୍ଟ୍ରପତି ପ୍ରବଓ ଡୋନାଲ୍ଡ ଟ୍ରମ୍ପଙ୍କୁ କହିଛନ୍ତି, ଯଦି ସମ୍ଭବ, ମହାଶୟ, ମୁଁ ଆପଣଙ୍କୁ ବ୍ୟକ୍ତିଗତ ଭାବେ ଭେଟିବାକୁ ଚାହେଁ। ଆପଣ ଯେଉଁଠାରେ ଥାଆନ୍ତୁ, ମୁଁ ସେଠାରେ ପହଞ୍ଚିବି ଏବଂ ଆପଣଙ୍କୁ ଅଭିନନ୍ଦନ ଜଣାଇବି। ତାଙ୍କର ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଡୋନାଲ୍ଡ ଟ୍ରମ୍ପ ପ୍ରତିକ୍ରିୟାରେ କହିଛନ୍ତି ଯେ ଆପଣ ଯେତେବେଳେ ଚାହିଁବେ ଆମେ ସାକ୍ଷାତ୍‌ କରିପାରିବା। ତାଙ୍କ ବିଜୟକୁ ନେଇ ସେ ଖୁସି ବ୍ୟକ୍ତ କରିଥିଲେ। ଟ୍ରମ୍ପ କହିଛନ୍ତି, ଆମକୁ ବହୁତ ସଫଳତା ମିଳିଥିଲା। ଗତ ୧୦୦ବର୍ଷ ମଧ୍ୟରେ ଏହି ସଫଳତା ଅତୁଳନୀୟ।
ନିର୍ବାଚନ ପ୍ରଚାର ସମୟରେ ଟ୍ରମ୍ପଙ୍କ ଉପରେ ହୋଇଥିବା ଦୁଇଟି ହତ୍ୟା ଉଦ୍ୟମକୁ ନେଇ ପ୍ରବଓ ସବିଆଣ୍ଟୋ ଆହୁରି ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି ଏବଂ ସେ ବଞ୍ଚିଯାଇଥିବା ନେଇ ଆଶ୍ୱାସନା ଦେଇଛନ୍ତି।
ଏହାର ଜବାବରେ ଟ୍ରମ୍ପ କହିଛନ୍ତି, ହଁ, ମୁଁ ବହୁତ ଭାଗ୍ୟବାନ। ମୁଁ ଠିକ ଦିଗରେ ସଠିକ ସ୍ଥାନରେ ଅଛି, ନଚେତ୍‌ ମୁଁ ବର୍ତ୍ତମାନ ଆପଣଙ୍କ ସହ ସହ କଥାବାର୍ତ୍ତା କରିପାରି ନ ଥାଆନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri