Posted inଖେଳ

ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ବିଶ୍ୱର ନମ୍ବର-୧ ଖେଳାଳି

କାବୁଲ,୧୨।୧୧: ଆଫଗାନିସ୍ତାନ କ୍ରିକେଟ ଦଳକୁ ଉଚ୍ଚ ସ୍ଥାନକୁ ନେବାରେ ମହମ୍ମଦ ନବି ଏକ ମହତ୍ୱପୂର୍ଣ ଅବଦାନ ରଖିଛି। କିନ୍ତୁ ହଠାତ୍‌ ସେ କ୍ରିକେଟ୍‌କୁ ଅଲବିଦା କହିଛନ୍ତି। ସେ କହିଛନ୍ତି,ଚାମ୍ପିଅନ୍ସ ଟ୍ରଫି ୨୦୨୫ ପରେ ସେ ଦିନିକିଆ କ୍ରିକେଟରୁ ଅବସର ନେବାକୁ ଯାଉଛନ୍ତି। ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଆଫଗାନିସ୍ତାନ ବାଂଲାଦେଶକୁ ୨-୧ରେ ପରାସ୍ତ କରିଛି। ସିରିଜର ଶେଷ ମ୍ୟାଚରେ ଆଫଗାନିସ୍ତାନର ୫ ଉଇକେଟ ଜିତିବା ପରେ ନବି ଏହି ଅବସର ଘୋଷଣା କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲେ।

ଏହି ସିରିଜରେ ବ୍ୟାଟିଂ କରୁଥିବାବେଳେ ମହମ୍ମଦ ନବି ୧୩୫ ରନ ସ୍କୋର କରିଥିଲେ। ତାଙ୍କର ସର୍ବାଧିକ ସ୍କୋର ୮୪ ରନ ଥିଲା। ଏହା ବ୍ୟତୀତ ସେ ବୋଲିଂରେ ଦୁଇଟି ଉଇକେଟ ନେଇଥିଲେ, ଏହି ପ୍ରଦର୍ଶନ ପାଇଁ ସେ ପ୍ଲେୟାର ଅଫ ଦି ସିରିଜ ହୋଇଥିଲେ। ପୁରସ୍କାର ଗ୍ରହଣ କରି ମହମ୍ମଦ ନବି କହିଛନ୍ତି, ମୁଁ ଗତ ବିଶ୍ୱକପ ପରେ ଅବସର ନେବାକୁ ନିଷ୍ପତ୍ତି ନେଇଥିଲି, କିନ୍ତୁ ତା’ପରେ ଆମେ ଚାମ୍ପିଅନ୍ସ ଟ୍ରଫି ପାଇଁ ଯୋଗ୍ୟତା ଅର୍ଜନ କରିଥିଲୁ। ମୁଁ ଅନୁଭବ କଲି ଯେ ମୁଁ ଏହି ଟୁର୍ନାମେଣ୍ଟରେ ଖେଳିପାରେ।

ମହମ୍ମଦ ନବୀ ୨୦୦୯ରୁ ଆଫଗାନିସ୍ତାନ ପାଇଁ ଖେଳୁଛନ୍ତି। ତାଙ୍କର ପ୍ରାୟ ଦେଢ ଼ ଦଶନ୍ଧି କ୍ୟାରିୟରରେ ସେ ଏପର୍ଯ୍ୟନ୍ତ ୧୬୭ ଟି ଦିନିକିଆ ମ୍ୟାଚରେ ନିଜ ଦେଶକୁ ପ୍ରତିନିଧିତ୍ୱ କରିଛନ୍ତି। ଏହି ଅବଧିରେ ସେ ବ୍ୟାଟିଂରେ ୩,୫୦୦ ରନ ଏବଂ ବୋଲିଂରେ ୧୭୨ ଉଇକେଟ ନେଇଛନ୍ତି। ନବି ବର୍ତ୍ତମାନ ଦିନିକିଆ କ୍ରିକେଟରେ ବିଶ୍ୱର ନମ୍ବର -୧ ଅଲରାଉଣ୍ଡର ଖେଳାଳି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri